Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପଣ ଜାଣିଲେ ଖୁସି ହେବେ ଯେ, ମାଣିକ ପଥର ଲଗାଇଲେ କେତେ କଣ ମିଳିବ ଲାଭ
ଆଜିର ଖବର

ଆପଣ ଜାଣିଲେ ଖୁସି ହେବେ ଯେ, ମାଣିକ ପଥର ଲଗାଇଲେ କେତେ କଣ ମିଳିବ ଲାଭ

February 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆପଣ ଜାଣିଲେ ଖୁସି ହେବେ ଯେ, ମାଣିକ ପଥର ଲଗାଇଲେ କେତେ କଣ ମିଳିବ ଲାଭ

ଭୁବନେଶ୍ବର: ରତ୍ନଗୁଡିକ ସେମାନଙ୍କ ଚମତ୍କାରୀ ଗୁଣ ଦ୍ବାରା ବ୍ୟକ୍ତିର ବ୍ୟକ୍ତିତ୍ବ ଉପରେ ପ୍ରଭାବ ପକାଇଥାନ୍ତି। ଜ୍ୟୋତିଷଙ୍କ ରତ୍ନ ଶାଖାରେ ମାଣିକଙ୍କୁ ସୂର୍ଯ୍ୟଙ୍କ ରତ୍ନ ରୂପେ ଗଣାଯାଇଥାଏ। ଏହି ମାଣିକରେ ସୂର୍ଯ୍ୟଙ୍କ ଗୁଣ ବିଦ୍ୟମାନ ଥାଏ। ମାଣିକ ପୂରା ଗାଢ ଗୋଲାପି ରଙ୍ଗର ହୋଇଥିବାବେଳେ ଆଉ କେଉଁ ମାଣିକ ପୂରା ଗାଢ ଖଇରିଆ ରଙ୍ଗର ହୋଇଥାଏ।

ମାଣିକ ଏକ ଶକ୍ତିଶାଳୀ ରତ୍ନ। ଏହାକୁ ଧାରଣକରିବା ଦ୍ବାରା କୁଣ୍ଡଳୀରେ ସୂର୍ଯ୍ୟଙ୍କ ସ୍ଥିତି ମଜବୁତ୍‌ ରହିଥାଏ। ଏହାଦ୍ବାରା ବ୍ୟକ୍ତିର ବ୍ୟକ୍ତିତ୍ବରେ ସକାରାତ୍ମକ ପରିବର୍ତ୍ତନ ହୋଇଥାଏ। ମାଣିକ ଧାରଣ କରିବା ଦ୍ବାରା ବ୍ୟକ୍ତିର ଇଚ୍ଛାଶକ୍ତି ଓ ଆତ୍ମବିଶ୍ବାସ ଦୃଢ ହୋଇଥାଏ। ଆନ୍ତରିକ ସକାରାତ୍ମକ ଶକ୍ତି ଓ ଇମ୍ୟନୁଟି ମଧ୍ୟ ବଢିଥାଏ। ଏହାଦ୍ବାରା ସାମାଜିକ ପ୍ରତିଷ୍ଠା, ଯଶ ଓ ସମ୍ମାନ ପ୍ରାପ୍ତି ହୋଇଥାଏ।

ଏହି ରତ୍ନକୁ ଧାରଣ କରିବା ଦ୍ବାରା ନେତୃତ୍ବ ନେବାର ଶକ୍ତି ବୃଦ୍ଧି ହୋଇଥାଏ। ସବୁ ପରିସ୍ଥିତିକୁ କିପରି ଠିକ୍‌ ରୂପେ ସାମ୍ନା କରିବପାରିବେ ସେ ଦକ୍ଷତା ମଧ୍ୟ ବୃଧ୍ଧି ହୋଇଥାଏ। ଭୟମୁକ୍ତ ହେବା ସହିତ ପ୍ରତିଭା ପ୍ରଦର୍ଶନରେ ବେଶ୍‌ ଲାଭଦାୟକ ରହିଥାଏ ମାଣିକ୍‌। ମାଣିକ ଧାରଣ ଦ୍ବାରା ଆଖି ସମସ୍ୟା ଯେପରିକି ଦୃଷ୍ଟି ସମସ୍ୟା, ହୃଦରୋଗ, ବାଳ ଝଡିବା ଓ ହାଡ ସମସ୍ୟା ଆଦିରୁ ମଧ୍ୟ ମୁକ୍ତି ମିଳିବା ସହିତ ସକାରାତ୍ମକ ପରିଣାମ ମିଳିଥାଏ।

ତେବେ ସୂର୍ଯ୍ୟ ଶୁଭକାରକ ଗ୍ରହ ପାଇଁ ମାଣିକ ପିନ୍ଧାଯାଏ ତାହା ନୁହେଁ, ମାଣିକ ଏକ ସକାରାତ୍ମକ ରତ୍ନ। ଏହାକୁ ଧାରଣ କରିବା ପୂର୍ବରୁ ଜ୍ୟୋତିଷଙ୍କର ପରାମର୍ଶ ନେଇଯିବାର ଆବଶ୍ୟକତା ରହିଛି। ସାମାନ୍ୟତଃ ମେଷ, ସିଂହ, ବିଛ ଓ ଧନୁ ଲଗ୍ନ ପାଇଁ ଏହି ମାଣିକ ଧାରଣ କରିବା ଅତ୍ୟନ୍ତ ଶୁଭ। କକର୍ଟ ଲଗ୍ନର ବ୍ୟକ୍ତିଙ୍କ ପାଇଁ ଏହା ମଧ୍ୟମ ଧରଣର ଫଳ ଦେଇଥାଏ। ସେହିପରି ମରକ ଓ କନ୍ୟା ଲଗ୍ନରବ୍ୟକ୍ତିଙ୍କ ପାଇଁ ମାଣିକ ଧାରଣ କରିବା ହାନିକାରକ ହୋଇଥାଏ।

କିପରି କରିବେ ଧାରଣ

ମାଣିକକୁ ତମ୍ବା କିମ୍ବା ସୁନା ମୁଦିରେ ବନାଇପାରିବେ। ଏହାକୁ ଡାହାଣ ହାତର ଅନାମିକା ଆଙ୍ଗୁଠିରେ ରବିବାର ଦିନ ପିନ୍ଧିବା ଉଚିତ୍‌। ଏହା ବ୍ୟତୀତ ଆପଣ ଚାହିଁଲେ ଏହାର ପଦକ ମଧ୍ୟ ପକେଇପାରିବେ। ମାଣିକ ଧାରଣ କରିବା ପୂର୍ବରୁ ପ୍ରଥମେ ଏହାକୁ କ୍ଷୀର କିମ୍ବା ଗଙ୍ଗାଜଳରେ ଅଭିଷେକ କରିବା ସହିତ ଧୂପ-ଦୀପ ଜଲାଇ ସୂର୍ଯ୍ୟ ମନ୍ତ୍ର ଜପ କରିବା ଆବଶ୍ୟକ। ପୂର୍ବଦିଗ ଆଡକୁ ମୁଖ କରି ଏହି ମାଣିକକୁ ଧାରଣ କରିବା ଦରକାର। ମାଣିକ ଧାରଣ କରିବା ପାଇଁ ଓଁ ଘୃଣି : ସୂର୍ଯ୍ୟାୟ ନମଃ ମନ୍ତ୍ରକୁ ତିନି ମାଳା ଜପ କରନ୍ତୁ ବିଶେଷ ଲାଭ ମିଳିବ।

ମାଣିକ ପଥର ମୂଲ୍ୟବାନ ରତ୍ନ ପଥର ରତ୍ନ ପଥର
Share. Facebook Twitter LinkedIn Email WhatsApp Copy Link

Related Posts

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

ଓଡିଶା ଆସୁଛନ୍ତି ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ, ନେତାଜୀ ଜୟନ୍ତୀରେ ଦେବେ ଯୋଗ

January 22, 2026
Latest News

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ଗ୍ରାମରକ୍ଷୀଙ୍କ ପାଇଁ ବଡ ଖବର: ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

January 22, 2026

ପୁରୀ ଜିଲ୍ଲାରେ ୭୨ ପ୍ରଧାନଶିକ୍ଷକଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ଦରମା ବନ୍ଦ ନିର୍ଦ୍ଦେଶ ଦେଲେ ଡିଇଓ

January 22, 2026

୪ ଲକ୍ଷ ୫୭ ହଜାରରୁ ଉର୍ଦ୍ଧ୍ୱ ହିତାଧିକାରୀଙ୍କୁ ମିଳିଲା ସୁଭଦ୍ରା ଟଙ୍କା

January 22, 2026

“ଭାରତ ବିନା ଆମେ ଅସମ୍ପୂର୍ଣ୍ଣ”: EU ର ଏହି ବୟାନରେ ଚୀନ ଓ ପାକିସ୍ତାନ ଅସ୍ଥିର

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.