Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରଗତି କାର୍ଯ୍ୟକ୍ରମରେ ଓଡ଼ିଶା ସମେତ ୧୨ଟି ରାଜ୍ୟର ପ୍ରକଳ୍ପଗୁଡ଼ିକ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ପ୍ରଗତି କାର୍ଯ୍ୟକ୍ରମରେ ଓଡ଼ିଶା ସମେତ ୧୨ଟି ରାଜ୍ୟର ପ୍ରକଳ୍ପଗୁଡ଼ିକ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

February 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ୩୬ତମ ପ୍ରଗତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୦ଟି ପ୍ରସଙ୍ଗର ସମୀକ୍ଷା କରାଯାଇଥିଲା, ଯେଉଁଥିରେ ୮ଟି ପ୍ରକଳ୍ପ ସହିତ ଗୋଟିଏ ଯୋଜନା ଓ ଗୋଟିଏ କାର୍ଯ୍ୟକ୍ରମ ସଂକ୍ରାନ୍ତ ଅଭିଯୋଗ ସାମିଲ ରହିଥିଲା। ଆଠଟି ପ୍ରକଳ୍ପ ମଧ୍ୟରୁ ତିନୋଟି ପ୍ରକଳ୍ପ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଅନ୍ତର୍ଭୂକ୍ତ ଥିବା ବେଳେ ଦୁଇଟି ରେଳ ମନ୍ତ୍ରଣାଳୟର ଥିଲା।

ସେହିପରି ଶକ୍ତି, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଗୃହ ମନ୍ତ୍ରଣାଳୟ ସହ ଜଡ଼ିତ ଗୋଟିଏ ଲେଖାଏଁ ପ୍ରକଳ୍ପ ରହିଥିଲା। ୧୨ଟି ରାଜ୍ୟ ଯଥା- ଓଡ଼ିଶା, ପଶ୍ଚିମବଙ୍ଗ, ଆସାମ, ତାମିଲନାଡ଼ୁ, ଝାଡ଼ଖଣ୍ଡ, ସିକିମ, ଉତ୍ତର ପ୍ରଦେଶ, ମିଜୋରାମ, ଗୁଜରାଟ, ମଧ୍ୟପ୍ରଦେଶ, ବିହାର ଓ ମେଘାଳୟରେ ମୋଟ ପାଖାପାଖି ୪୪୫୪୫ କୋଟି ଟଙ୍କା ବ୍ୟୟରେ ଏସବୁ ପ୍ରକଳ୍ପ କାର‌୍ୟ୍ୟକାରୀ ହେଉଛି।

କେତେକ ପ୍ରକଳ୍ପ କାର‌୍ୟ୍ୟକାରିତାରେ ହେଉଥିବା ବିଳମ୍ବକୁ ନେଇ ପ୍ରଧାନମନ୍ତ୍ରୀ ଚିନ୍ତା ବ୍ୟକ୍ତ କରିଥିଲେ ଏବଂ ବିଳମ୍ବିତ ହୋଇ ପଡ଼ିଥିବା ସମସ୍ତ ସମସ୍ୟାଗୁଡ଼ିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଏବଂ ସମ୍ଭବ ହେଲେ ମିଶନ ମୋଡରେ ସମାଧାନ କରିବା ଲାଗି ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଆଲୋଚନା ସମୟରେ, ପ୍ରଧାନମନ୍ତ୍ରୀ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକକୁ ନିଷିଦ୍ଧ କରିବା ଲାଗି କାର‌୍ୟ୍ୟକ୍ରମର ସମୀକ୍ଷା କରିଥିଲେ। ସେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ସଂକ୍ରାନ୍ତ ଅଭିଯୋଗଗୁଡ଼ିକର ମଧ୍ୟ ସମୀକ୍ଷା କରିଥିଲେ। ଏକ ଉପଯୁକ୍ତ ସଚେତନତା ଅଭିଯାନ ଅନ୍ତର୍ଗତ ଲୋକମାନଙ୍କୁ, ବିଶେଷ କରି ଯୁବକମାନଙ୍କୁ ସମ୍ପୃକ୍ତ କରିବାର ଆବଶ୍ୟକତା ଉପରେ ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ।

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନ୍ତର୍ଗତ ନିର୍ମାଣ କରାଯାଉଥିବା ରାସ୍ତାଗୁଡ଼ିକର ଉଚ୍ଚ ମାନ ସୁନିଶ୍ଚିତ କରିବା ଦିଗରେ ବିଶେଷ ଧ୍ୟାନ ଦେବା ଲାଗି ସେ ସମସ୍ତ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।

ପୂର୍ବରୁ ଅନୁଷ୍ଠିତ ୩୫ଟି ପ୍ରଗତି ବୈଠକରେ, ମୋଟ ୧୩.୬୦ ଲକ୍ଷ କୋଟି ଟଙ୍କାର ୨୯୦ଟି ପ୍ରକଳ୍ପ ସମେତ ୫୧ଟି କାର‌୍ୟ୍ୟକ୍ରମ/ଯୋଜନା ଏବଂ ୧୭ଟି ଭିନ୍ନ ଭିନ୍ନ କ୍ଷେତ୍ରର ଅଭିଯୋଗର ସମୀକ୍ଷା କରାଯାଇସାରିଛି।

narendra modi Pragati ନରେନ୍ଦ୍ର ମୋଦି ପ୍ରଗତି ସମୀକ୍ଷା ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଫ୍ଲୋର ଟେଷ୍ଟ ପୂର୍ବରୁ ଏଆଇଏଡ଼ିଏମକେ ଦୁଇ ଫାଳ

May 12, 2026

ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ବିଜୟ-ଷ୍ଟାଲିନ୍ ଙ୍କ ଆଲିଙ୍ଗନ

May 12, 2026
Latest News

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.