Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟରେ ୧୨୧୪ କୋଟି ଟଙ୍କାର ୮ଟି ପ୍ରକଳ୍ପକୁ ମିଳିଲା ଅନୁମୋଦନ, ୨୪୨୭ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି
ଜାତୀୟ ଖବର

ରାଜ୍ୟରେ ୧୨୧୪ କୋଟି ଟଙ୍କାର ୮ଟି ପ୍ରକଳ୍ପକୁ ମିଳିଲା ଅନୁମୋଦନ, ୨୪୨୭ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି

March 12, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ୧୨୧୪ କୋଟି ଟଙ୍କାର ୮ଟି ପ୍ରକଳ୍ପକୁ ମିଳିଲା ଅନୁମୋଦନ, ୨୪୨୭ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି

ଭୁବନେଶ୍ୱର: ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗଲ୍ ୱିଣ୍ଡୋ କମିଟି ବୈଠକରେ ୮ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ଭର୍ଚୁଆଲ୍ ବୈଠକରେ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପଗୁଡ଼ିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସମ୍ପର୍କିତ ବିଷୟ ଆଲୋଚନା କରିଥିଲେ ।

ଅନୁମୋଦିତ ୮ଟି ପ୍ରକଳ୍ପରେ ୧୨୧୪ କୋଟି ଟଙ୍କା ବିନିଯୋଗ ହେବ । ପ୍ରକଳ୍ପରେ ୨୪୨୭ ଜଣଙ୍କୁ ପ୍ରତ୍ୟକ୍ଷ ନିଯୁକ୍ତି ମିଳିବ । ପ୍ରକଳ୍ପ ତ୍ୱରିତ କାର୍ଯ୍ୟକ୍ଷମ ପାଇଁ ସମସ୍ତ ସହଯୋଗ ଯୋଗାଇ ଦେବାକୁ ମୁଖ୍ୟ ଶାସନ ସଚିବ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଶିଳ୍ପମାନଙ୍କ ପାଇଁ ଆବଶ୍ୟକ ଜମି ଓ ଜଳର ସଠିକ୍ ଆକଳନ କରିବା ସହ ଅଧିକ ନିଯୁକ୍ତି ଭିତ୍ତିକ ଶିଳ୍ପଗୁଡ଼ିକୁ ଅଗ୍ରାଧିକାର ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

ଯେଉଁ ଆଠଟି ପ୍ରକଳ୍ପକୁ ଅନୁମୋଦ ଦିଆଯାଇଛି ସେଗୁଡିକ ହେଲା..

1- ମୟୂରଭଞ୍ଜ ରାଇରଙ୍ଗପୁରରେ ଏନର୍ଜି ମିନେରାଲ୍ସ ଲୁହା ପଥର ବେନିଫିକେସନ୍ ଓ ପେଲେଟ୍ ପ୍ଲାଣ୍ଟ ନିର୍ମାଣ କରିବ। ସେଥିପାଇଁ୨୫୬ କୋଟି ବିନିଯୋଗ ହେବ । ଏଥିରେ ୨୭୪ ଜଣଙ୍କୁ ନିଯୁକ୍ତି ମିଳିବ ।

2-  ଆଇଟିସି ଲିମିଟେଡ୍ ଭୁବନେଶ୍ୱର ଡୁମଡୁମାରେ ପଞ୍ଚ ତାରକା ହୋଟେଲ୍ ନିର୍ମାଣ କରିବ। ଏଥିରେ ୧୪୧.୧୪ କୋଟି ବିନଯୋଗ ହେବାକୁ ଥିବାବେଳେ ୧୨୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ ।

3- ଫାଲକନ୍ ରିଅଲ୍ ଇଷ୍ଟେଟ୍ ପ୍ରାଇଭେଟ୍ ଲି. ଖୋର୍ଦ୍ଧାରେ ୧୨୦.୨୬ କୋଟି ଟଙ୍କା ବିନିଯୋଗରେ ପଞ୍ଚ ତାରକା ହୋଟେଲ ନିର୍ମାଣ କରିବ । ଯେଉଁଥିରେ ୯୦୦ ଜଣ ନିଯୁକ୍ତି ପାଇବେ।

4- ବ୍ରିଟାନିକା ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ଖୋର୍ଦ୍ଧାରେ ଥିବା ତାହାର ବିସ୍କୁଟ୍ ଓ କେକ ପ୍ରକଳ୍ପର ସମ୍ପ୍ରସାରଣ କରିବ  । ଏଥିରେ ୯୩.୬୦ କୋଟି ଟଙ୍କା ପୁଂଜି ନିବେଶ ହେବାକୁ ଥିବାବେଳେ ୩୫୦ ଜଣଙ୍କୁ ନିଯୁକ୍ତି ମିଳିବ।

5- ଦେବଗଡ଼ରେ ଇନ୍ଦାଲକ୍ ସ୍ୱିରିଟ୍ ପ୍ରାଇଭେଟ୍ ଲିମିଟେଡ୍ ୨୦୪.୬୦ କୋଟି ବିନିଯୋଗରେ ନିର୍ମାଣ କରିବ ଶସ୍ୟ ଭିତ୍ତିକ ଡିଷ୍ଟିଲେରୀ ପ୍ଲାଣ୍ଟ । ଏଥିରେ ୧୮୫ ଜଣ ନିଯୁକ୍ତି ପାଇବେ ।

6- ଝାରସୁଗୁଡ଼ାରେ ମାସ୍ ସ୍ପିରିଟସ୍ ଡିଷ୍ଟିଲେରୀ ଏବଂ ବଟଲିଂ କାରଖାନା  ନିର୍ମାଣ କରିବ। ଏଥିରେ ୨୦୪.୬୦ କୋଟି ବିନିଯୋଗ ହେବ।୧୮୫ ଜଣଙ୍କୁ ନିଯୁକ୍ତି ମିଳିବ।

7- ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡାରେ ଥିବା ସର୍ବେଶ ରିପ୍ରାକ୍ଟୋରିଜ୍ ପ୍ରାଇଭେଟ୍ ଲିମିଟେଡ୍ ରିଫ୍ରାକ୍ଟୋରୀ କାରଖାନାର ସମ୍ପ୍ରସାରଣ ହେବ। ଏଥିରେ ୧୨୩.୨୫ କୋଟି ଟଙ୍କା ନିବେଶ ହେବ । ଏହାଦ୍ୱାରା ୨୯୯ ଜଣ କର୍ମ ନିଯୁକ୍ତି ପାଇବେ ।

8- ପୁରବ୍ ପ୍ୟାକେଜିଂ ପ୍ରାଇଭେଟ୍ ଲିମିଟେଡ୍ ପାରାଦୀପ ପ୍ଲାଷ୍ଟିକ ପାର୍କରେ ପଲି ପ୍ରପଲିନ୍ କାରଖାନା କରିବ। ୬୦ କୋଟି ଟଙ୍କା ବିନିଯୋଗରେ ହେବାକୁ ଥିବା ଏହି ପ୍ରକଳ୍ପରେ ୬୦ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ।

ପ୍ରକଳ୍ପ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.