Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବ୍ୟବସାୟ ପାଇଁ ହାତ ମିଳାଇଲେ ରିଲାଏନସ ଜିଓ ଏବଂ ଏୟାରଟେଲ, କଲେ ଚୁକ୍ତିନାମା
ଜାତୀୟ ଖବର

ବ୍ୟବସାୟ ପାଇଁ ହାତ ମିଳାଇଲେ ରିଲାଏନସ ଜିଓ ଏବଂ ଏୟାରଟେଲ, କଲେ ଚୁକ୍ତିନାମା

April 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବଇ, ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ (ଆରଜେଆଇଏଲ) ଆନ୍ଧ୍ରପ୍ରଦେଶ, ଦିଲ୍ଲୀ ଓ ମୁମ୍ବଇ ସର୍କଲରେ ୮୦୦ ମେଗାହର୍ଜ ବ୍ୟାଣ୍ଡ୍‌ରେ ସ୍ପେକ୍ଟ୍ରମ ବ୍ୟବହାର କରିବାର ଅଧିକାର ହାସଲ ପାଇଁ ସ୍ପେକ୍ଟ୍ରମ ଟ୍ରେଡିଂ ଜରିଆରେ ଭାରତୀ ଏୟାରଟେଲ ସହିତ ଏକ ଚୁକ୍ତିନାମା ସମ୍ପର୍କରେ ଘୋଷଣା କରିଛି । ୮୦୦ ମେଗାହର୍ଜ ବ୍ୟାଣ୍ଡ୍‌ରେ ଟ୍ରେଡିଂ ଚୁକ୍ତିନାମା ସ୍ୱାକ୍ଷର କରାଯାଇଥିବା ମୋଟ ୭.୫୦ ମେଗାହର୍ଜ ସ୍ପେକ୍ଟ୍ରମ ମଧ୍ୟରେ ରହିଛି ଆନ୍ଧ୍ରପ୍ରଦେଶ ସର୍କଲରେ ୩.୭୫ ମେଗାହର୍ଜ, ଦିଲ୍ଲୀ ସର୍କଲରେ ୧.୨୫ ମେଗାହର୍ଜ, ମୁମ୍ବଇ ସର୍କଲରେ ୨.୫୦ ମେଗାହର୍ଜ ।

ଟ୍ରେଡିଂ ରାଜିନାମା ଭାରତ ସରକାରଙ୍କ ଦୂରସଂଚାର ବିଭାଗ ଦ୍ୱାରା ଜାରି ସ୍ପେକ୍ଟ୍ରମ ଟ୍ରେଡିଂ ନିର୍ଦ୍ଦେଶାବଳୀ ମୁତାବକ ହୋଇଛି ଏବଂ ଏହା ଆବଶ୍ୟକ ନିୟାମକ ଏବଂ ବୈଧାନିକ ଅନୁମୋଦନକୁ ଅପେକ୍ଷା କରୁଛି । ଏହି ସ୍ପେକ୍ଟ୍ରମ ବ୍ୟବହାର କରିବା ଅଧିକାରର ମୋଟ ମୂଲ୍ୟ ୧୪୯୭ କୋଟି ଟଙ୍କା, ଯେଉଁଥିରେ ବିଳମ୍ବିତ ଦେୟ ୪୫୯ କୋଟି ଟଙ୍କା ମୂଲ୍ୟ ସଂଯୁକ୍ତ ରହିଛି, ଏବଂ ତାହା କୌଣସି କାରବାର ସମ୍ପର୍କିତ ଆଡଜଷ୍ଟମେଣ୍ଟ ମଧ୍ୟ କରାଯାଇପାରିବ ।

ସ୍ପେକ୍ଟ୍ରମ ବ୍ୟବହାର ସକାଶେ ଏହି ଟ୍ରେଡିଂ ଅଧିକାର ସହିତ ଆରଜେଆଇଏଲ୍ ସଂପ୍ରତି ମୁମ୍ବଇ ସର୍କଲରେ ୨ଙ୍ଘ୧୫ ମେଗାହର୍ଜ ଏବଂ ଆନ୍ଧ୍ରପ୍ରଦେଶ ଓ ଦିଲ୍ଲୀ ସର୍କଲରେ ୨ଙ୍ଘ୧୦ ମେଗାହର୍ଜ ସ୍ପେକ୍ଟ୍ରମ ହାସଲ କରିବ ଏବଂ ତଦ୍ଦ୍ୱାରା ଏହିସବୁ ସର୍କଲରେ ଏହାର ସ୍ପେକ୍ଟ୍ରମ ଉପସ୍ଥିତିକୁ ଅଧିକ ସୁଦୃଢ କରିପାରିବ । ବର୍ଦ୍ଧିତ ସ୍ପେକ୍ଟ୍ରମ ଉପସ୍ଥିତି, ବିଶେଷକରି ସଂସ୍ପର୍ଶୀ ସ୍ପେକ୍ଟ୍ରମ ବଳରେ ଏବଂ ଉନ୍ନତ ଭିତିଭୂମି ଦ୍ୱାରା ଆରଜେଆଇଏଲ୍ ଏହାର ନେଟୱର୍କ କ୍ଷମତାରେ ପୁନଃ ବୃଦ୍ଧି ଘଟାଇଛି । ଏହି କାରବାର ଆବଶ୍ୟକ ନିୟାମକ ଏବଂ ବୈଧାନିକ ଅନୁମୋଦନ ମିଳିବାପରେ କାର‌୍ୟ୍ୟକ୍ଷମ ହେବ ।

airtel Reliance JIO ଏୟାରଟେଲ ଜିଓ ଭାରତୀ ଏୟାରଟେଲ ରିଲାଏନ୍ସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026

ନା ବିରାଟ, ନା ରୋହିତ…ଏହି ଭାରତୀୟ ଖେଳାଳିଙ୍କୁ ବୋଲିଂ କରିବା କଷ୍ଟ: ଜୋଫ୍ରା ଆର୍ଚରଙ୍କ ବଡ ବୟାନ

June 22, 2026
Latest News

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.