Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଲକ ଡାଉନ ସମୟରେ କଳାବଜାରୀଙ୍କ ଉପରେ କଡା ନଜର ରଖିବାକୁ କେନ୍ଦ୍ରର ରାଜ୍ୟମାନଙ୍କୁ ନିର୍ଦ୍ଦେଶ
ଜାତୀୟ ଖବର

ଲକ ଡାଉନ ସମୟରେ କଳାବଜାରୀଙ୍କ ଉପରେ କଡା ନଜର ରଖିବାକୁ କେନ୍ଦ୍ରର ରାଜ୍ୟମାନଙ୍କୁ ନିର୍ଦ୍ଦେଶ

April 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଲକ ଡାଉନ ସମୟରେ କଳାବଜାରୀଙ୍କ ଉପରେ କଡା ନଜର ରଖିବାକୁ କେନ୍ଦ୍ରର ରାଜ୍ୟମାନଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ମହାମାରୀ କାରଣରୁ ଦେଶର ବିଭିନ୍ନ ସ୍ଥାନରେ କର୍ଫ୍ୟୁ ଓ ଲକଡାଉନ ଲାଗୁ ହୋଇଛି। ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦକାରୀଙ୍କ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇବା ସହିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି କେନ୍ଦ୍ର ଉପଭୋକ୍ତା ବ୍ୟାପାର ବିଭାଗ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।

ଏ ସଂକ୍ରାନ୍ତରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ଖାଦ୍ୟ ଓ ଉପଭୋକ୍ତା ବ୍ୟାପାର ବିଭାଗର ପ୍ରମୁଖ ସଚିବମାନଙ୍କ ସହିତ ଏକ ବୈଠକ ଆଜି ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟ ଅଧୀନ ଉପଭୋକ୍ତା ବ୍ୟାପାର ବିଭାଗର ଅତିରିକ୍ତ ସଚିବ ସୁଶ୍ରୀ ନିଧି ଖାରେ ଏହି ବୈଠକରେ ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର ଉପଲବ୍ଧତା ଓ ମୂଲ୍ୟ ସ୍ଥିତି ସମୀକ୍ଷା କରିଥିଲେ। ରାଜ୍ୟଗୁଡ଼ିକର ବିଭିନ୍ନ ମଣ୍ଡିରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସହିତ ମୂଲ୍ୟ ମଧ୍ୟ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ପ୍ରଦାନ କରାଯାଇଥିଲା।

ଏହାବ୍ୟତୀତ ଖାଦ୍ୟ ପଦାର୍ଥ, ଔଷଧ, ସ୍ବଚ୍ଛତା ଉତ୍ପାଦ ଏବଂ ଅତ୍ୟାବଶ୍ୟକ ସେବା ସହିତ ଅନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ଉପରେ ଅଙ୍କୁଶ ଲଗାଇବା ଏବଂ ଉଚିତ ମୂଲ୍ୟରେ ଏସବୁ ଉପଲବ୍ଧ କରାଇବା ସମ୍ପର୍କରେ ମଧ୍ୟ ଆଲୋଚନା କରାଯାଇଥିଲା। ଚାହିଦା କିମ୍ବା ଯୋଗାଣରେ ଅସନ୍ତୁଳନ ସ୍ଥିତିରୁ ରକ୍ଷା ପାଇବା ନିମନ୍ତେ ପ୍ରଭାବୀ ଅନୁଧ୍ୟାନ ଓ ପରିଚାଳନା ଗତିବିଧି ନିମନ୍ତେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶର ଆଞ୍ଚଳିକ ତଥା ଜିଲ୍ଲା ସ୍ତରର ଖାଦ୍ୟ ଓ ସାଧାରଣ ବଣ୍ଟନ, ବୈଧ ମାପ ଓଜନ ନିୟନ୍ତ୍ରକ, ଖାଦ୍ୟ ସୁରକ୍ଷା, ସ୍ବାସ୍ଥ୍ୟ ଓ ପୁଲିସର ମିଳିତ ଦଳ ଗଠନ କରିବା ନିମନ୍ତେ ପରାମର୍ଶ ଦିଆଯାଇଥିଲା। ତରବର ହୋଇ ଅତ୍ୟାବଶ୍ୟକ ସାମଗ୍ରୀ ଅଧିକ ମାତ୍ରାରେ କ୍ରୟ ଭଳି ସ୍ଥିତିରୁ ରକ୍ଷା ପାଇବା ନିମନ୍ତେ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ପକ୍ଷରୁ ପ୍ରଚାର ଓ ସଚେତନତା ଗତିବିଧି ପରିଚାଳନା ନିମନ୍ତେ ପରାମର୍ଶ ଦିଆଯାଇଥିଲା।

ବୈଠକ ଅବସରରେ ଏଥିପ୍ରତି ଜୋର ଦିଆଯାଇଥିଲା ଯେ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ପ୍ରଶାସନ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀର ନିରନ୍ତର ଯୋଗାଣ ବଜାୟ ରଖିବା ନିମନ୍ତେ ଅସାଧୁ ବ୍ୟବସାୟୀ ଓ ମହଜୁଦକାରୀଙ୍କ ବିରୋଧରେ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବାର କ୍ଷମତା ରହିଛି।

ଅତ୍ୟାବଶ୍ୟକ ସାମଗ୍ରୀର ଉତ୍ପାଦନ, ଯୋଗାଣ, ବିତରଣ ଆଦି ଉପରେ ନିୟନ୍ତ୍ରଣ ଆଣିବା ଲାଗି ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ୧୯୫୫ର ଧାରା ୩ରେ କ୍ଷମତା ଦିଆଯାଇଛି ଏବଂ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକୁ ମଧ୍ୟ ଏହି ଆଇନ ବଳରେ କ୍ଷମତା ପ୍ରଦାନ କରାଯାଇଛି।

କଳାବଜାରୀ ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ରକ୍ଷଣାବେକ୍ଷଣ ନିବାରଣ ଆଇନ, ୧୯୮୦ର ଧାରା ୩ ଅନ୍ତର୍ଗତ ଜନସାଧାରଣଙ୍କୁ ଆବଶ୍ୟକ ସାମଗ୍ରୀ ଯୋଗାଣ ବଜାୟ ରଖିବାରେ ବାଧାସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ବିରୋଧରେ ସର୍ବାଧିକ ୬ ମାସ ପର‌୍ୟ୍ୟନ୍ତ ଜେଲ ଦଣ୍ଡ ଦିଆଯାଇପାରେ।

ଅତ୍ୟାବଶ୍ୟକ ସାମଗ୍ରୀ ଆଇନ, ୧୯୫୫ ଏବଂ କଳାବଜାରୀ ଓ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ରକ୍ଷଣାବେକ୍ଷଣ ନିବାରଣ ଆଇନ, ୧୯୮୦କୁ ଉପଭୋକ୍ତା ବ୍ୟାପାର ବିଭାଗ ଲାଗୁ କରିଥାଏ। ଏହି ଦୁଇଟି ଆଇନ ଉପଭୋକ୍ତାମାନଙ୍କୁ ଉଚିତ ମୂଲ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧତା ସୁନିଶ୍ଚିତ କରିବା ଓ ଅସାଧୁ ବ୍ୟବସାୟୀ ଓ ମହଜୁଦକାରୀଙ୍କ ଶୋଷଣରୁ ଉପଭୋକ୍ତାଙ୍କୁ ସୁରକ୍ଷିତ ରଖିବା ଲାଗି ଲାଗୁ କରାଯାଇଛି।

corona Lockdown କଳାବଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ରାଜ୍ୟରେ ବମ୍ପର ଭୋଟିଂ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଭୋଟ ଦେଉଛି ତାମିଲନାଡୁ

April 23, 2026

ଆଜି ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

April 23, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.