ଖୋର୍ଦ୍ଧାରୋଡ ଅନ୍ତର୍ଗତ ଷ୍ଟେସନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଦୁଇଟି ଟ୍ରେନ ବାତିଲ

Published: Apr 22, 2021, 10:36 pm IST

ଭୁବନେଶ୍ବର, ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ଅନ୍ତର୍ଗତ ଶାଳଗାଁ ଓ ରାଜଆଠଗଡ ଷ୍ଟେସନ ମଧ୍ୟରେ ତୃତୀୟ ଓ ଚତୁର୍ଥ ଲାଇନ କାର୍ଯ୍ୟକ୍ଷମ ପାଇଁ ରାଜଆଠଗଡ ଷ୍ଟେସନ ଠାରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ସମ୍ପାଦନ କରିବା ପାଇଁ ଦୁଇଦିନ ନିମନ୍ତେ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ନିମ୍ନମତେ ବାତିଲ ରହିବ

୦୨୮୬୧/୦୨୮୬୨ ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏବଂ ୦୮୩୦୩/୦୮୩୦୪ ସମ୍ବଲପୁର-ପୁରୀ-ସମ୍ବଲପୁର ବିଶେଷ ଟ୍ରେନ ଏପ୍ରିଲ ମାସ ୨୭ ଓ ୨୮ ତାରିଖ ଦିନ ବାତିଲ ରହିବାକୁ ସ୍ଥିର କରାଯାଇଅଛି।

Related posts