Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପଟି କାର୍ଡର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପଟି କାର୍ଡର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

April 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପଟି କାର୍ଡର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ଆସନ୍ତାକାଲି ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପଟି କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ଜରିଆରେ ଦିନ ୧୨ଟା ବେଳେ ଏହା କରାଯିବ । ଏଥିସହ ସାରା ଦେଶରେ ସ୍ୱାମୀତ୍ୱ ଯୋଜନା ତ୍ୱରାନ୍ୱିତ ହେବା ସହିତ ୪.୦୯ଲକ୍ଷ ଜମି ମାଲିକଙ୍କୁ ଏହି କାର୍ଡ ପ୍ରଦାନ କରାଯିବ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଏଥିରେ ଉପସ୍ଥିତ ରହିବେ। ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଜାତୀୟ ପଞ୍ଚାୟତ ପୁରସ୍କାର-୨୦୨୧ ମଧ୍ୟ ପ୍ରଦାନ କରିବେ । ଜାତୀୟ ପଞ୍ଚାୟତ ସମ୍ମାନ ନିମ୍ନଲିଖିତ ଶ୍ରେଣୀରେ ପ୍ରଦାନ କରାଯାଇଥାଏ । ତାହା ହେଲା :

୨୨୪ଟି ପଞ୍ଚାୟତକୁ ଦୀନଦୟାଲ ଉପାଧ୍ୟାୟ ସଶକ୍ତିକରଣ ପୁରସ୍କାର, ନାନାଜୀ ଦେଶମୁଖ ଜାତୀୟ ଗୌରବ ଗ୍ରାମ୍ୟ ପୁରସ୍କାର, (୩୦ଟି ଗ୍ରାମ ପଞ୍ଚାୟତ), ଗ୍ରାମପଞ୍ଚାୟତ ବିକାଶ ଯୋଜନା ପୁରସ୍କାର (୨୯ଟି ଗ୍ରାମପଞ୍ଚାୟୟତ, ଶିଶୁ ସୁଲଭ ଗ୍ରାମପଞ୍ଚାୟତ ପୁରସ୍କାର, ୩୦ଟି ଗ୍ରାମପଞ୍ଚାୟତ ଓ ଇ- ପଞ୍ଚାୟତ ପୁରସ୍କାର (୧୨ଟି ରାଜ୍ୟ) ।

ପ୍ରଧାନମନ୍ତ୍ରୀ ପୁରସ୍କାର ରାଶି (ଅନୁଦାନ) ବଟନ କ୍ଲିକ୍ କରି ପାଞ୍ଚରୁ ପଚାଶ ଲକ୍ଷ ଟଙ୍କା ମଧ୍ୟରେ ପ୍ରଦାନ କରିବେ। ସମ୍ପୃକ୍ତ ପଞ୍ଚାୟତଗୁଡିକର ବ୍ୟାଙ୍କ ଆକାଉଣ୍ଟକୁ ଅର୍ଥ ସିଧାସଳଖ ଚାଲିଯିବ । ପ୍ରଥମ ଥର ପାଇଁ ଏହିଭଳି ବ୍ୟବସ୍ଥା ହୋଇଛି ।

ସ୍ୱାମୀତ୍ୱ ଯୋଜନା ସମ୍ପର୍କରେ

ସ୍ୱାମୀତ୍ୱ (ସର୍ଭେ ଅଫ ଭିଲେଜ ଆଣ୍ଡ ମ୍ୟାପିଂ ୱିଥ ଇମପ୍ରୁଭାଇଜ ଟେକ୍ନୋଲୋଜି ଇନ ଭିଲେତ ଏରିଆ) ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏପ୍ରିଲ ୨୪, ୨୦୨୦ରେ ଆରମ୍ଭ କରାଯାଇଥିଲା । ଗ୍ରାମାଂଚଳ ଜନସାଧାରଣଙ୍କୁ ସାମାଜିକ ଓ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରିବା ସହ ଆତ୍ମନିର୍ଭରଶୀଳ ହେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ରୀୟ ଯୋଜନା ପ୍ରବର୍ତନ କରାଯାଇଥିଲା । ମ୍ୟାପିଂ ଓ ସର୍ଭେ ଜରିଆରେ ଗ୍ରାମାଞ୍ଚଳ ଭାରତକୁ ପରିବର୍ତ୍ତନ କରିବାର ସାମାର୍ଥ୍ୟ ଏହି ଯୋଜନାର ରହିଛି ।

ବିଭିନ୍ନ ଋଣ ଓ ଅନ୍ୟାନ୍ୟ ଆର୍ଥିକ ସୁବିଧା ହାସଲ ପାଇଁ ଗ୍ରାମବାସୀଙ୍କୁ ସେମାନଙ୍କ ସମ୍ପତି ଜରିଆରେ ଏହା ସୁଯୋଗ ସୃଷ୍ଟି କରିବ । ୨୦୨୧ରୁ ୨୦୨୫ ମଧ୍ୟରେ ଦେଶର ୬.୬୨ଲକ୍ଷ ଗ୍ରାମରେ ଏହି ଯୋଜନା କାର‌୍ୟ୍ୟକାରୀ ହେବାର ଲକ୍ଷ୍ୟ ରହିଛି ।
ପ୍ରଥମ ପର‌୍ୟ୍ୟାୟରେ ଏହି ଯୋଜନା ୨୦୨୦-୨୧ ଆର୍ଥିକ ବର୍ଷରେ ମହାରାଷ୍ଟ୍ର, କର୍ଣ୍ଣାଟକ, ହରିୟାଣା, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, ପଞ୍ଜାବ ଏବଂ ରାଜସ୍ଥାନର କେତେକ ବଛାବଛା ଗ୍ରାମରେ ତ୍ୱରାନ୍ୱିତ ହୋଇଥିଲା ।

ଜାତୀୟ ପଞ୍ଚାୟତିରାଜ ଦିବସ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026
Latest News

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ବସ୍ତର ପାଣ୍ଡମ ୨୦୨୬ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ଅମିତ ଶାହ

February 10, 2026

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.