Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଘର ଭଡା ଦେବା ପାଇଁ କେନ୍ଦ୍ର ମଡେଲ ଟେନାନ୍ସି ଆଇନି ଲାଗୁ କରିବାକୁ କ୍ୟାବିନେଟ ଦେଲା ମଂଜୁରୀ
ଜାତୀୟ ଖବର

ଘର ଭଡା ଦେବା ପାଇଁ କେନ୍ଦ୍ର ମଡେଲ ଟେନାନ୍ସି ଆଇନି ଲାଗୁ କରିବାକୁ କ୍ୟାବିନେଟ ଦେଲା ମଂଜୁରୀ

June 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆଜି ଘର ଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ ଲାଗୁ କରିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହାକୁ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ଲାଗି ଜାରି କରାଯାଇଛି। ଯାହାଫଳରେ ସେମାନେ ବର୍ତ୍ତମାନର ଆଇନ ଅନୁସାରେ ନୂଆ ଆଇନ ପ୍ରସ୍ତୁତ କରିପାରିବେ କିମ୍ବା ବର୍ତ୍ତମାନର ଆଇନରେ ସଂଶୋଧନ କରିପାରିବେ।

ଏହାଫଳରେ ସାରା ଦେଶରେ ଭଡ଼ାରେ ଘର ଦିଆଯିବା ସଂକ୍ରାନ୍ତ ଆଇନଗତ ଢାଞ୍ଚାକୁ ସୁଦୃଢ଼ କରିବାରେ ସହାୟତା ମିଳିପାରିବ, ଯାହାଫଳରେ ଆଗାମୀ ଦିନରେ ବିକାଶର ମାର୍ଗ ପ୍ରଶସ୍ତ ହେବ। ମଡେଲ ଟେନାନ୍ସି ଆଇନର ଉଦ୍ଦେଶ୍ୟ ହେଉଛି ଦେଶରେ ଘର ଭଡ଼ା ଦିଆଯିବା ମାଧ୍ୟମରେ ଏକ ଜୀବନ୍ତ, ଦୀର୍ଘସ୍ଥାୟୀ ଏବଂ ସମାବେଶୀ ଢାଞ୍ଚା ପ୍ରସ୍ତୁତ କରିବା। ଏହାଫଳରେ ପ୍ରତ୍ୟେକ ଆୟ ବର୍ଗର ଲୋକମାନଙ୍କ ପାଇଁ ଭଡ଼ା ଘର ଉପଲବ୍ଧ ହୋଇପାରିବ ଓ ବେଘର ହେବାର ସମସ୍ୟା ସମାଧାନ ହୋଇପାରିବ। ମଡେଲ ଟେନାନ୍ସି ଆଇନ ଫଳରେ ଘର ଭଡ଼ା ଦେବା ପ୍ରକ୍ରିୟା ଧୀରେ ଧୀରେ ଔପଚାରିକ ବଜାରରେ ପରିବର୍ତ୍ତିତ ହୋଇ ଏହାକୁ ସଂସ୍ଥାଗତ ରୂପ ଦିଆଯାଇପାରିବ।

ମଡେଲ ଟେନାନ୍ସି ଆଇନ ଲାଗୁ ହେବା ଫଳରେ ଖାଲି ପଡ଼ିଥିବା ଘରକୁ ଭଡ଼ାରେ ଦେବା ଲାଗି ଖୋଲା ଯାଇପାରିବ। ଆଶା କରାଯାଉଛି ଯେ ଏହା ଜରିଆରେ ଭଡ଼ା ଦେବାର ବଜାରକୁ ବ୍ୟବସାୟ ରୂପରେ ବିକଶିତ କରିବାରେ ଘରୋଇ ଭାଗିଦାରୀ ବଢ଼ିବ, ଯାହାଫଳରେ ଆବାସିକ ବାସଗୃହର ବ୍ୟାପକ ଅଭାବକୁ ଦୂର କରାଯାଇପାରିବ।

କେନ୍ଦ୍ର କ୍ୟାବିନେଟ କେନ୍ଦ୍ର କ୍ୟାବିନେଟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026
Latest News

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.