Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜଳଭଣ୍ଡାରଗୁଡ଼ିକରୁ କେଜ କଲଚର ଦ୍ବାରା ବର୍ଷକୁ ୧ ଲକ୍ଷ ୨୫ ହଜାର ଟନ ମାଛ ଉତ୍ପାଦନ ଲକ୍ଷ୍ୟ
ବିଶେଷ ଖବର

ଜଳଭଣ୍ଡାରଗୁଡ଼ିକରୁ କେଜ କଲଚର ଦ୍ବାରା ବର୍ଷକୁ ୧ ଲକ୍ଷ ୨୫ ହଜାର ଟନ ମାଛ ଉତ୍ପାଦନ ଲକ୍ଷ୍ୟ

June 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି । କେଜ କଲଚର ମାଧ୍ୟମରେ ରାଜ୍ୟରେ ଥିବା ଜଳଭଣ୍ଡାରଗୁଡ଼ିକରୁ ବର୍ଷକୁ ୧ ଲକ୍ଷ ୨୫ ହଜାର ଟନରୁ ଅଧିକ ମାଛ ଉତ୍ପାଦନ କରାଯାଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି ।

ଆଜି ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ ନିମନ୍ତେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ୱାକ୍ଷର କରିଥିବା ଉଦ୍ୟୋଗୀମାନଙ୍କ ସହିତ ସେମାନଙ୍କ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଆଲୋଚନା କରିଥିଲେ। ମନ୍ତ୍ରୀ ଡ. ସାହୁ ଉଦ୍ୟୋଗୀମାନଙ୍କୁ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କହିଥିଲେ । ବିଭାଗ ପକ୍ଷରୁ ପ୍ରକଳ୍ପ ପ୍ରତିଷ୍ଠା ଦିଗରେ ଉଦ୍ୟୋଗୀମାନଙ୍କୁ ସବୁ ପ୍ରକାର ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।

ଉଦ୍ୟୋଗୀମାନେ ଯେପରି ସହଜରେ ବ୍ୟାଙ୍କ ଋଣ ପାଇପାରିବେ ସେଥି ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସଂପ୍ରତି ହୀରାକୁଦ ଜଳଭଣ୍ଡାରର ୪୪ଟି ସବ୍‌ଜୋନ୍‌ରେ ଏହି ମାଛଚାଷ କରାଯିବ । ଜଳଭଣ୍ଡାରରେ ପଂଜୁରୀ ନିର୍ମାଣ କରି ମାଛଚାଷ କରିବା ଯେହେତୁ ଏକ ନୂତନ ପଦ୍ଧତି, ତେଣୁ ଏ ବିଷୟରେ ସରକାରଙ୍କ ପକ୍ଷରୁ ଉଦ୍ୟୋଗୀମାନଙ୍କୁ ପ୍ରଶିକ୍ଷଣର ବ୍ୟବସ୍ଥା କରାଯାଉଛି ।

ରାଜ୍ୟ ସରକାର ବୃହତ ଓ ମଧ୍ୟମ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷକୁ ପ୍ରୋତ୍ସାହିତ କରିବା ନିମନ୍ତେ ନୂତନ ନୀତି ପ୍ରଣୟନ କରିଛନ୍ତି ଏବଂ ଏଥି ନିମନ୍ତେ ଉଦ୍ୟୋଗୀମାନଙ୍କୁ ରିହାତି ଯୋଗାଇ ଦେବାର ବ୍ୟବସ୍ଥା ରହିଛି । ଏହା ଦ୍ୱାରା ନୂତନ ଉଦ୍ୟୋଗୀ ସୃଷ୍ଟି ହେବା ସହିତ ଅନେକ ନିଯୁକ୍ତିର ସୁଯୋଗ ରହିଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।

ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ କହିଲେ ଯେ ହୀରାକୁଦ ଜଳଭଣ୍ଡାରରେ କେଜ କଲଚର ପଦ୍ଧତିରେ ମାଛଚାଷ କରିବା ପାଇଁ ୩୯ ଜଣ ଉଦ୍ୟୋଗୀ ରାଜ୍ୟ ସରକାରଙ୍କ ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛନ୍ତି। ହୀରାକୁଦ ଜଳଭଣ୍ଡାରରେ ଭବିଷ୍ୟତରେ ପ୍ରାୟ ୧୫ ହଜାର କେଜ ନିର୍ମାଣ କରାଯାଇ ମାଛଚାଷ କରିବାର ସୁବିଧା ରହିଛି ।

ଜଳଭଣ୍ଡାରରେ ଜେଟି, ଅବତରଣ କେନ୍ଦ୍ର ଆଦି ଭିତ୍ତିଭୂମି ନିର୍ମାଣ ତ୍ୱରାନ୍ୱିତ କରିବା ନିମନ୍ତେ ଇଡ୍‌କୋ ସହିତ ସ୍ୱତନ୍ତ୍ର ବୈଠକ କରାଯିବ ବୋଲି ସଚିବ ରଘୁପ୍ରସାଦ କହିଥିଲେ । ବୈଠକ ପ୍ରାରମ୍ଭରେ ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତିରଞ୍ଜନ ପ୍ରଧାନ କେଜ କଲଚର ନିର୍ମାଣର ଅଗ୍ରଗତି ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ବୈଠକରେ ମତ୍ସ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସମେତ କେଜ କଲଚର ଉଦ୍ୟୋଗୀମାନେ ଯୋଗଦେଇଥିଲେ ।

ଉଚ୍ଚଶିକ୍ଷା କୃଷି ଓ କୃଷକ ସଶକ୍ତିକରଣ ଡ. ଅରୁଣ କୁମାର ସାହୁ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ହୀରାକୁଦ ଜଳଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ନୂତନ ଧମକରେ ଦୋହଲିଗଲା ସେୟାର ବଜାର

April 13, 2026

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026

ଦୁଇ ବାଇକ୍ ଧକ୍କା: ଦୁଇ ମୃତ

April 13, 2026
Latest News

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026

ଟ୍ରମ୍ପଙ୍କ ନୂତନ ଧମକରେ ଦୋହଲିଗଲା ସେୟାର ବଜାର

April 13, 2026

ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 13, 2026

୨୧୯ ଏଲ୍‍ପିଜି ବିତରକଙ୍କ ଉପରେ ଜରିମାନା, ୫୬ ବିତରକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.