Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»କେନ୍ଦ୍ର ସରକାରଙ୍କ ଘୋଷଣା, ଏଣିକି ପୌରାଞ୍ଚଳର ଠିକା, ସାମୟିକ କର୍ମଚାରୀଙ୍କୁ ମିଳିବ ଇଏସ୍‌ଆଇ ସୁବିଧା
PIB_NEWS

କେନ୍ଦ୍ର ସରକାରଙ୍କ ଘୋଷଣା, ଏଣିକି ପୌରାଞ୍ଚଳର ଠିକା, ସାମୟିକ କର୍ମଚାରୀଙ୍କୁ ମିଳିବ ଇଏସ୍‌ଆଇ ସୁବିଧା

June 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ସରକାରଙ୍କ ଘୋଷଣା, ଏଣିକି ପୌରାଞ୍ଚଳର ଠିକା, ସାମୟିକ କର୍ମଚାରୀଙ୍କୁ ମିଳିବ ଇଏସ୍‌ଆଇ ସୁବିଧା

ନୂଆଦିଲ୍ଲୀ, ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ପୌରସଂସ୍ଥାଗୁଡିକ କାର୍ଯ୍ୟରତ ଠିକା ଏବଂ ସାମୟିକ କର୍ମଚାରୀଙ୍କୁ କର୍ମଚାରୀ ରାଜ୍ୟ ବୀମା(ଇଏସଆଇ) ବ୍ୟବସ୍ଥାର ଅନ୍ତର୍ଭୁକ୍ତ କରାଯାଇଛି । କେନ୍ଦ୍ର ଶ୍ରମ ଓ ନିଯୁକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସନ୍ତୋଷ କୁମାର ଗଙ୍ଗୱାର ଆଜି ଏଠାରେ ଏହି ଘୋଷଣା କରିଛନ୍ତି।

ମନ୍ତ୍ରୀ ଗଙ୍ଗୱାର କହିଛନ୍ତି ଯେ, କର୍ମଚାରା ରାଜ୍ୟ ବୀମା ଆଇନ୧୯୪୮ (ଇଏସଆଇ ଆକ୍ଟ) ଅନୁସାରେ ଦେଶର ସବୁ ପୌରାଞ୍ଚଳର ଚୁକ୍ତିଭିତ୍ତିକ ଓ ସାମୟିକ କର୍ମଚାରୀ ବା ଶ୍ରମିକ ଏହି ସୁବିଧା ପାଇବେ । ସମ୍ପୃକ୍ତ ରାଜ୍ୟ ସରକାରମାନଙ୍କ ସହ ପରାମର୍ଶକ୍ରମେ ଏହି ସୁବିଧା ଏହି ବର୍ଗର କର୍ମଚାରୀମାନଙ୍କୁ ପ୍ରଦାନ କରିବାକୁ ଇଏସ୍‌ଆଇ କର୍ପୋରେସନକୁ ନିର୍ଦ୍ଦେଶ ଦିଆଯାଇଛି ।

ସମ୍ପୃକ୍ତ ଇଏସ୍‌ଆଇ ନିଗମ ନିଜ ନିଜର ଅଧିକାରଭୁକ୍ତ ଅଞ୍ଚଳ ବା ରାଜ୍ୟରେ ଏହି ମର୍ମରେ ଆବଶ୍ୟଭ ବିଜ୍ଞପ୍ତି ପ୍ରକାଶ କରିବେ । କେନ୍ଦ୍ର ସରକାରଙ୍କ ୧୯୪୮ ଇଏସ୍‌ଆଇ ଆଇନ ଅନୁସାରେ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ପୌର ପରିଷଦ ନିଗମ ଓ ପୌରାଞ୍ଚଳ ଚୁକ୍ତିଭିତ୍ତିକ କର୍ମଚାରୀ, ସାମୟିକ ଶ୍ରମିକଙ୍କ ସହିତ ଏହିସବୁ ପରିଷଦ ସହ ସମ୍ପୃକ୍ତ ହୋଇ କାର୍ଯ୍ୟ କରୁଥିôବା ସଂସ୍ଥା ଓ ପ୍ରତିଷ୍ଠାନର ସମାନ ଧରଣର କର୍ମଚାରୀଙ୍କୁ ମଧ୍ୟ ଇଏସ୍‌ଆଇ ସୁବିଧା ମିଳିବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଦେଇଛନ୍ତି ।

ଦିଲ୍ଲୀ, ଜାତୀୟ ରାଜଧାନୀ କ୍ଷେତ୍ର ଅଧୀନରେ ଆସୁଥିବାରୁ ଏହା କେନ୍ଦ୍ର ସରକାରଙ୍କ କ୍ଷମତା ପରିସରରେ ରହିଛି। ତେଣୁ ଦିଲ୍ଲୀର ପୌରନିଗମ ବା ପରିଷଦ ବା ମହାନଗର ପାଳିକାର ଚୁକ୍ତିଭିତ୍ତିକ ସାମୟିକ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଏହି ନିୟମ କାର୍ଯ୍ୟକାରୀ କରିବେ। ଏଥିପାଇଁ ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ ୨୦୨୧ଜୁନ ୭ତାରିଖରେ ଏ ସଂକ୍ରାନ୍ତ ଆବଶ୍ୟକ  ବିଜ୍ଞପ୍ତି ପ୍ରକାଶ କରି ଇଏସ୍‌ଆଇ ନିୟମ ସମ୍ପୃକ୍ତ ବର୍ଗର କର୍ମଚାରୀଙ୍କ ପାଇଁ ଲାଗୁ କରିଛନ୍ତି । ଏହା ଦିଲ୍ଲୀର ସବୁ ପୌରନିଗମ ବା ପରିଷଦ ପାଇଁ ପ୍ରଯୁଜ୍ୟ ।

ମନ୍ତ୍ରୀ ଗଙ୍ଗୱାର କହିଛନ୍ତି ଯେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସରକାର ବହୁ ସଂଖ୍ୟାରେ ଚୁକ୍ତିଭିତିକ ଓ ସାମୟିକ କର୍ମଚାରୀ ନିଯୁକ୍ତ କରୁଛନ୍ତି । ତେବେ ଏହିସବୁ କର୍ମଚାରୀ ନିୟମିତ ହୋଇ ନ ଥିବାରୁ ସେମାନେ ସାମାଜିକ ନିରାପତ୍ତା ବ୍ୟବସ୍ଥାରୁ ବଞ୍ଚିତ ହୋଇ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ତେଣୁ ସେମାନଙ୍କ ଦୁଃଖ ଲାଘବ କରିବାକୁ ସରକାରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇଛନ୍ତି । ଏହା ଫଳରେ ସମ୍ପୃକ୍ତ କର୍ମଚାରୀ ଓ ସେମାନଙ୍କ ପରିବାର ସାମାଜିକ ସୁରକ୍ଷା ପାଇବେ ଏବଂ ଏହି ନିଷ୍ପତି ସମ୍ପୃକ୍ତ ବର୍ଗର ଶ୍ରମିକଙ୍କ ସ୍ୱାର୍ଥ ରକ୍ଷାରେ ବିଶେଷ ସହାୟକ ହେବ ।

ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବା ମାତ୍ରେ ସବୁ ପୌରାଞ୍ଚଳ ବା ପରିଷଦର ଚୁକ୍ତିଭିତ୍ତିକ ଓ ସାମୟିକ କର୍ମଚାରୀ ଇଏସ୍‌ଆଇ ଆଇନ ଅନୁସାରେ ସମସ୍ତ ପ୍ରକାର ସୁବିଧା ସୁଯୋଗ ଲାଭ କରିବେ । ଏହି ସୁବିଧା ମଧ୍ୟରେ ଅସୁସ୍ଥତାଜନିତ ଲାଭ, ମାତୃତ୍ୱ କାଳୀନସୁବିଧା, ନିର୍ଭରଶୀଳଙ୍କୁ ସୁବିଧା ଯୋଗାଣ, ଶେଷକୃତ୍ୟଜନିତ ସହାୟତା ଆଦି ଅନ୍ତର୍ଭୁକ୍ତ । ଏହା ସହିତ ସମ୍ପୃକ୍ତ କର୍ମଚାରୀ ଦେଶର ୧୬୦ ଇଏସ୍‌ଆଇ ହସ୍‌ପିଟାଲ ଓ ୧୫୦୦ରୁ ଅଧିକ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ପାରିପାରିବେ ।

ଠିକା କର୍ମଚାରୀ ପୌରାଞ୍ଚଳ
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.