Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚଳିତ ଖରିଫରେ ଚାଷୀଙ୍କୁ ନୂଆ କିସମ ଧାନ ବୁଣିବା ପାଇଁ ନିଆଯିବ ପଦକ୍ଷେପ, ହଟିବ ପୁରୁଣା
ବିଶେଷ ଖବର

ଚଳିତ ଖରିଫରେ ଚାଷୀଙ୍କୁ ନୂଆ କିସମ ଧାନ ବୁଣିବା ପାଇଁ ନିଆଯିବ ପଦକ୍ଷେପ, ହଟିବ ପୁରୁଣା

June 13, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚଳିତ ଖରିଫରେ ଚାଷୀଙ୍କୁ ନୂଆ କିସମ ଧାନ ବୁଣିବା ପାଇଁ ନିଆଯିବ ପଦକ୍ଷେପ, ହଟିବ ପୁରୁଣା

ଭୁବନେଶ୍ୱର, ଚଳିତ ଖରିଫ୍‌ରେ ଚାଷୀମାନଙ୍କୁ ଚାହିଦା ମୁତାବକ ଉନ୍ନତ ମାନର ବିହନ ସଠିକ ସମୟରେ ଓ ନିର୍ଦ୍ଧାରିତ ମୂଲ୍ୟରେ ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ଓଡ଼ିଶା ରାଜ୍ୟ ବିହନ ନିଗମ ଦ୍ୱାରା ବିହନ ଯୋଗାଣ ସଂପର୍କରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଡ. ସାହୁ ବିହନ ନିଗମ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଧାନ ବିହନ ଚାଷୀମାନଙ୍କ ନିକଟରେ ଯେପରି ନିରନ୍ତର ଯୋଗାଣ ହୋଇପାରିବ ସେଥି ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରତିକୁଳ ପାଣିପାଗ ଯୋଗୁ ବିହନ ଯୋଗାଣରେ ଯେପରି ବାଧା ନ ଉପୁଜେ ସେଥି ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ । ଆଗାମୀ ଏକ ମାସ ଖରିଫ ଚାଷ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି ସମୟ ମଧ୍ୟରେ ଚାଷୀମାନଙ୍କ ନିକଟରେ ସମସ୍ତ ଆବଶ୍ୟକୀୟ ବିହନ ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଥିଲେ ।

ଚାଷୀମାନେ ଯେପରି ଉନ୍ନତ ମାନର ବିହନ ନିର୍ଦ୍ଧାରିତ ମୂଲ୍ୟରେ ପାଇପାରିବେ ସେଥି ନିମନ୍ତେ କ୍ଷେତ୍ର ସ୍ତରରେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ବିହନ ଯୋଗାଣ ଦିଗରେ ଅସାଧୁ ବ୍ୟବସାୟୀଙ୍କ ପ୍ରତି ସତର୍କ ଦୃଷ୍ଟି ରଖିବା ପାଇଁ କହିଥିଲେ ।

ବିହନ ଯୋଗାଣ କ୍ଷେତ୍ରରେ କୌଣସି ଅଭିଯୋଗ ଆସିଲେ ତୁରନ୍ତ ତାହାର ସମାଧାନ କରିବା ପାଇଁ ଅଧିକାରୀମାନଙ୍କୁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଚାଷୀମାନଙ୍କୁ ନୂତନ କିସମର ଧାନ ବିହନ ପ୍ରୟୋଗ ନିମନ୍ତେ ଉତ୍ସାହିତ କରିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଥିଲେ ।

୧୦ ବର୍ଷରୁ ଅଧିକ ପୁରୁଣା ପୂଜା ଏବଂ ସ୍ୱର୍ଣ୍ଣ ପ୍ରଜାତିର ଧାନରେ ରୋଗପୋକ ଆକ୍ରମଣର ଅଧିକ ସମ୍ଭାବନା ଥିବାରୁ ଏହାର ବ୍ୟବହାରକୁ କମ୍‌ କରିବା ଆବଶ୍ୟକ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଉନ୍ନତ ମାନର ଓ ଅଧିକ ଉତ୍ପାଦନକ୍ଷମ ନୂତନ କିସମର ବିହନ ବ୍ୟବହାର ନିମନ୍ତେ ଚାଷୀମାନଙ୍କୁ ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଜରିଆରେ ସଚେତନ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ କହିଲେ ଚଳିତ ଖରିଫରେ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ବିହନ ଯୋଗାଣ କ୍ଷେତ୍ରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି ଓ ଏ ଦିଗରେ ସମବାୟ ବିଭାଗ ସହିତ ଉପଯୁକ୍ତ ସମନ୍ୱୟ ରଖାଯାଇଛି । ଏଥି ସହିତ ଚାଷୀମାନଙ୍କୁ ବାସନାଯୁକ୍ତ ଚାଉଳ ଉତ୍ପାଦନ ନିମନ୍ତେ ଧାନ ବିହନ ବ୍ୟବହାରକୁ ପ୍ରୋତ୍ସାହିତ କରାଯାଉଛି ବୋଲି କହିଥିଲେ । ଚଳିତ ଖରିଫରେ ଓଡ଼ିଶା ରାଜ୍ୟ ବିହନ ନିଗମ ପକ୍ଷରୁ ୫ ଲକ୍ଷ କ୍ୱିଣ୍ଟାଲ ଧାନ ବିହନ ଯୋଗାଇଦେବାର ଲକ୍ଷ୍ୟ ରଖାଯାଇଛି ବୋଲି ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ କହିଥିଲେ ।

ବୈଠକରେ ଓଡ଼ିଶା ରାଜ୍ୟ ବିହନ ନିଗମର ଅଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୃଷି ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ସମବାୟ ସମିତି ସମୂହର ନିବନ୍ଧକ ଶ୍ରୀ ସୁଶାନ୍ତ କୁମାର ବାରିକଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ ।

ଉଚ୍ଚଶିକ୍ଷା ଓଡିଶା ରାଜ୍ୟ ବିହନ ନିଗମ କୃଷି ଓ କୃଷକ ସଶକ୍ତିକରଣ ଖରିଫ ଚାଷ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.