Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବ ଇସ୍ପାତ କାରଖାନା, ଜିଲ୍ଲାବାସୀଙ୍କ ସ୍ବାଗତ
ଜାତୀୟ ଖବର

କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବ ଇସ୍ପାତ କାରଖାନା, ଜିଲ୍ଲାବାସୀଙ୍କ ସ୍ବାଗତ

July 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଇସ୍ପାତ କାରଖାନା, ଜିଲ୍ଲାବାସୀଙ୍କ ସ୍ବାଗତ

ଭୁବନେଶ୍ବର, କେନ୍ଦୁଝରରେ ୭୯୨୦ କୋଟି ଟଙ୍କା ବ୍ୟୟରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପକ୍ଷରୁ ତିନି ମିଲିୟନ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ଵିତ ଇସ୍ପାତ ପ୍ରକଳ୍ପକୁ ଉଚ୍ଚ ସ୍ତରୀୟ ପ୍ରକଳ୍ପ ଅନୁମୋଦନ କମିଟିର ସ୍ବୀକୃତି ପରେ ସାରା ଜିଲ୍ଲାବାସୀ ସ୍ବାଗତ କରିଛନ୍ତି । ଚମ୍ପୁଆର କରା ଖେନ୍ଦ୍ରା ଠାରେ ଏହି ପ୍ରକଳ୍ପ ସ୍ଥାପନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତ୍ତି ପାଇଁ କୃତଜ୍ଞତା ଜଣାଇବା ପାଇଁ ଜିଲ୍ଲାର ନାଗରିକ ମାନଙ୍କ ପକ୍ଷରୁ ଏକ ଧନ୍ୟବାଦ କାର‌୍ୟ୍ୟକ୍ରମ ଆୟୋଜିତ ହୋଇଥିଲା ।

ଧନ୍ୟବାଦର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ କେନ୍ଦୁଝରରେ ଖଣି ସମୃଦ୍ଧ ଏକ ଇସ୍ପାତ କାରଖାନା ତାଙ୍କର ବହୁ ଦିନର ଇଚ୍ଛା ଥିଲା । ଜିଲ୍ଲାରେ ଇସ୍ପାତ ପ୍ରକଳ୍ପ ପାଇଁ ବିଧାୟକ ମାନଙ୍କ ଠାରୁ ଆରମ୍ଭ କରି ବୁଦ୍ଧିଜୀବି ଓ ସବୁ ବର୍ଗର ଲୋକମାନେ ତାଙ୍କୁ ଅନୁରୋଧ ଜଣାଇଥିଲେ । ଆଜି ଜିଲ୍ଲାରେ ଇସ୍ପାତ ପ୍ରକଳ୍ପ ସାକାର ରୂପ ନେଇଥବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହିତ ପ୍ରକଳ୍ପ ଯେପରି ଶୀଘ୍ର କାର‌୍ୟ୍ୟକ୍ଷମ ହୋଇପାରିବ ସେଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

କେନ୍ଦୁଝରର ବିକାଶ ପାଇଁ ବିଜୁବାବୁ ସବୁବେଳେ ତତ୍ପର ଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦୁଝରରେ ଖୁବ ଶୀଘ୍ର ସରକାରୀ ମେଡିକାଲ କଲେଜ କାର‌୍ୟ୍ୟକ୍ଷମ ହେବାକୁ ଯାଉଛି । କେନ୍ଦୁଝରରେ ଏକ ନୂଆ ନର୍ସିଙ୍ଗ କଲେଜ ଖୋଲାଯିବ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

କେନ୍ଦୁଝରରେ ଆରମ୍ଭ ହୋଇଥିବା ମେଗା ପାଇପ ଜଳ ଯୋଗାଣ ଦ୍ଵାରା ସାରା ଜିଲ୍ଲାର ପ୍ରତି ଘରେ ଘରେ ପାଇପ ଯୋଗେ ଭଲ ପିଇବା ପାଣି ପହଞ୍ଚି ପାରିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଏଥି ସହିତ ଜିଲ୍ଲାର ରାସ୍ତାଘାଟ ଉନ୍ନତି କାର‌୍ୟ୍ୟକ୍ରମ କୁ ତ୍ୱରାନ୍ୱିତ କରାଯିବ ବୋଲି ସେ କହିଥିଲେ। ତେଣୁ ସବୁ ସରକାରୀ ପ୍ରକଳ୍ପ ଯେପରି ଠିକ ସମୟରେ ଶେଷ ହୋଇପାରିବ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁଣିଥରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ପୂର୍ବତ୍ତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏ କାଯ୍ୟକ୍ରମରେ ମନ୍ତ୍ରୀ ପ୍ରେମାନନ୍ଦ ନାୟକ , ସାଂସଦ ଚନ୍ଦ୍ରାଣୀ ମୁର୍ମୁ , ବିଧାୟକ ପ୍ରଣବ ପ୍ରକାଶ ଦାସ ଙ୍କ ସମେତ ଜିଲ୍ଲାର ବିଧାୟକଗଣ , ପଦ୍ମଶ୍ରୀ ଦୈତାରୀ ନାୟକ , କେନ୍ଦୁଝର ନାଗରିକ ଫୋରୋମ , ବରିଷ୍ଠ ନାଗରିକ ମଞ୍ଚ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଇସ୍ପାତ କାରଖାନା ନିଷ୍ପତ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ ଜଣାଇଥିଲେ।

କେନ୍ଦୁଝର ଚମ୍ପୁଆ ନବୀନ ପଟ୍ଟନାୟକ ପ୍ରଣବ ପ୍ରକାଶ ଦାସ ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.