Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏପ୍ରିଲ୍‌ରେ ଜିଓ ଯୋଡ଼ିଛି ଅଢେଇ ଲକ୍ଷ ନୂଆ ଗ୍ରାହକ, ୫୦ ହଜାର ଟପିଲା ଜିଓ ଫାଇବର ଗ୍ରାହକ ସଂଖ୍ୟା
ଜାତୀୟ ଖବର

ଏପ୍ରିଲ୍‌ରେ ଜିଓ ଯୋଡ଼ିଛି ଅଢେଇ ଲକ୍ଷ ନୂଆ ଗ୍ରାହକ, ୫୦ ହଜାର ଟପିଲା ଜିଓ ଫାଇବର ଗ୍ରାହକ ସଂଖ୍ୟା

July 13, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାର ସବୁଠୁ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ଏହାର ଆଧିପତ୍ୟ ବଜାୟ ରଖି ୨୦୨୧ ଏପ୍ରିଲ୍ ମାସରେ ରାଜ୍ୟରେ ସର୍ବାଧିକ ୨.୬୯ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିିବା ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟରୁ ଜଣାପଡ଼ିଛି । ଏହା ସହିତ, ଦ୍ରୁତ ଗତିରେ ସମ୍ପ୍ରସାରିତ ହେଉଥିବା ଜିଓର ହାଇ-ସ୍ପିଡ୍ ବ୍ରଡବ୍ୟାଣ୍ଡ୍ ସେବା ଜିଓଫାଇବର୍‌ର ଗ୍ରାହକ ସଂଖ୍ୟା ଓଡ଼ିଶାରେ ୫୦,୦୦୦ ମାଇଲଖୁଂଟ ଅତିକ୍ରମ କରିବା ସହ ରାଜ୍ୟରେ ମୋଟ ଜିଓଫାଇବର ଗ୍ରାହକ ସଂଖ୍ୟା ୨୦୨୧ ଏପ୍ରିଲ୍ ୩୦ ସୁଦ୍ଧା ୫୪,୦୫୮ରେ ପହଂଚିଥିବା ଟ୍ରାଇ ପକ୍ଷରୁ ପ୍ରକାଶ କରାଯାଇଥିବା ଓୟାରଲାଇନ୍ ଗ୍ରାହକ ତଥ୍ୟରୁ ଜଣାପଡ଼ିଛି ।

ଟ୍ରାଇ ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ଓଡିଶାରେ ପ୍ରାୟ ୧.୪୬ କୋଟି ମୋବାଇଲ୍ ଗ୍ରାହକ ସହିତ ରାଜ୍ୟରେ ଟେଲିକମ୍ କ୍ଷେତ୍ରରେ ୪୨% ରୁ ଅଧିକ ଗ୍ରାହକ ବଜାର ଅଂଶ ହାସଲ କରିଛି । ୨୦୨୧ ଏପ୍ରିଲ୍ ମାସରେ ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ୨,୬୯,୦୮୨ ନୂଆ ମୋବାଇଲ୍ ଗ୍ରାହକ ଯୋଡ଼ିଥିବା ବେଳେ, ଭାରତୀ ଏୟାରଟେଲ୍ ୧୬,୫୧୩ ନୂଆ ଗ୍ରାହକ ଯୋଡିଛି । ତେବେ ଏହି ମାସରେ ବିଏସଏନଏଲ ୮୪,୬୪୦ ଗ୍ରାହକ ହରାଇଥିବା ବେଳେ ଭୋଡାଫୋନ୍ ଆଇଡିଆ ୪୯,୭୦୭ ଗ୍ରାହକ ହରାଇଥିବା ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟରୁ ଜଣାପଡ଼ିଛି ।

ଜିଓ ପକ୍ଷରୁ ଉଲ୍ଲେଖନୀୟ ଗ୍ରାହକ ଯୋଡ଼ାଯାଇଥିବାରୁ ଓଡ଼ିଶାରେ ମୋଟ୍ ମୋବାଇଲ୍ ଗ୍ରାହକ ସଂଖ୍ୟା ୧.୫୧ ଲକ୍ଷ ବୃଦ୍ଧି ପାଇ ପ୍ରାୟ ଏପ୍ରିଲ୍ ଶେଷ ସୁଦ୍ଧା ୩.୪୫ କୋଟିରେ ପହଂଚିଛି ।
ଜାତୀୟ ସ୍ତରରେ ମଧ୍ୟ ଏପ୍ରିଲ୍ ମାସରେ ରିଲାଏନ୍ସ ଜିଓ ସର୍ବାଧିକ ୪୭.୫୬ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା ବେଳେ ଏୟାରଟେଲ୍ ଏହି ମାସରେ ପ୍ରାୟ ୫ ଲକ୍ଷ ଗ୍ରାହକ ଯୋଡ଼ିଛି । ସମାନ ସମୟରେ ଉଭୟ ଭୋଡାଫୋନ୍ ଆଇଡିଆ ଓ ବିଏସ୍‌ଏନ୍‌ଏଲ୍ ଲକ୍ଷ ଲକ୍ଷ ସଂଖ୍ୟକ ଗ୍ରାହକ ହରାଇଛନ୍ତି । ଏପ୍ରିଲ୍ ମାସରେ ଭୋଡାଫୋନ୍ ଆଇଡିଆ ୧୮ ଲକ୍ଷ ଗ୍ରାହକ ହରାଇଥିବା ବେଳେ ବିଏସଏନଏଲ୍ ୧୩ ଲକ୍ଷରୁ ଅଧିକ ଗ୍ରାହକ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡ଼ିଛି ।

ଏଥିସହିତ ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ଓୟାରଲାଇନ୍ (ଫିକ୍ସଡ୍ ଲାଇନ୍‌) ଗ୍ରାହକ ତଥ୍ୟରୁ ଜଣାପଡ଼ିଛି ଯେ ଏକ ଉଲ୍ଲେଖନୀୟ ସଫଳତା ଭାବେ ରିଲାଏନ୍ସ ଜିଓର ଫାଇବର୍ ଭିତିକ ହାଇ-ସ୍ପିଡ୍ ବ୍ରଡବ୍ୟାଣ୍ଡ୍ ସେବା ଜିଓଫାଇବର୍‌ର ଗ୍ରାହକ ସଂଖ୍ୟା ଓଡ଼ିଶାରେ ୨୦୨୧ ଏପ୍ରିଲ୍ ୩୦ ସୁଦ୍ଧା ୫୦,୦୦୦ ମାଇଲଖୁଂଟ ଅତିକ୍ରମ କରି ୫୪,୦୫୮ରେ ପହଂଚିଛି, ଯାହା ଏହାକୁ ରାଜ୍ୟର ଅଗ୍ରଣୀ ଫାଇବର ବ୍ରଡବ୍ୟାଣ୍ଡ୍ ସେବା ପ୍ରଦାନକାରୀରେ ପରିଣତ କରିଛି । ଦ୍ରୁତ ଗତିରେ ସମ୍ପ୍ରସାରିତ ହେଉଥିବା ଜିଓଫାଇବର୍ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ୍ ସେବା ରାଜ୍ୟର ୨୬ଟି ପ୍ରମୁଖ ସହର ଓ ନଗରର ପ୍ରମୁଖ ଅଂଚଳଗୁଡ଼ିକରେ ଉପଲବ୍ଧ ହୋଇସାରିଛିି ଏବଂ ଦ୍ରୁତ ଗତିରେ ଅନ୍ୟ ସହର ଓ ନଗରଗୁଡ଼ିକୁ ସମ୍ପ୍ରସାରିତ ହେଉଛି ।

ଉଲ୍ଲେଖଯୋଗ୍ୟ ଯେ, ସର୍ବାଧିକ ସଂଖ୍ୟକ ମୋବାଇଲ୍ ଗ୍ରାହକ ଏବଂ ରାଜ୍ୟର ଟେଲିକମ୍ କ୍ଷେତ୍ରର ମୋଟ ରାଜସ୍ୱରେ ୫୦ ପ୍ରତିଶତରୁ ଅଧିକ ବଜାର ଅଂଶ ସହ ରିଲାଏନ୍ସ ଜିଓ ହେଉଛି ଓଡ଼ିଶାରେ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ । ଏହାର ସର୍ବବୃହତ ୪ଜି ନେଟ୍‌ୱର୍କ, ଅପହଂଚ ଅଂଚଳରେ ଦ୍ରୁତ ଗତିରେ ନେଟ୍‌ୱର୍କ ସଂପ୍ରସାରଣ ଏବଂ ସାରା ରାଜ୍ୟରେ ସୁଲଭ ମୂଲ୍ୟରେ ନିରବଚ୍ଛିନ୍ନ ହାଇ-ସ୍ପିଡ୍ ଇଟଂରନେଟ୍ ଉପଲବ୍ଧ କରି ରିଲାଏନ୍ସ ଜିଓ ବିଗତ କିଛି ବର୍ଷ ଧରିି ନିରନ୍ତର ଭାବେ ପ୍ରତି ମାସରେ ସର୍ବାଧିକ ସଂଖ୍ୟକ ନୂଆ ଗ୍ରାହକ ଯୋଡ଼ୁଛି ।

ନିକଟରେ ହୋଇଥିବା ସ୍ପେକ୍ଟ୍ରମ ନିଲାମରେ ହାସଲ କରିଥିବା ଅତିରିକ୍ତ ୨୦ ମେଗାହର୍ଜ ସ୍ପେକ୍ଟ୍ରମ୍‌କୁ ଜିଓ ସଫଳତାର ସହିତ ସାରା ଓଡ଼ିଶାରେ ମୂତୟନ କରି ରାଜ୍ୟରେ ଇଂଟରନେଟ୍ ବେଗ ଓ ଗ୍ରାହକ ଅନୁଭୂତିକୁ ଆହୁରି ଅଧିକ ସମୃଦ୍ଧ କରିଛି । ଏହା ଘରୁ କାମ କରୁଥିବା (ୱାର୍କ ଫ୍ରମ୍ ହୋମ୍‌) ପ୍ରଫେସନାଲ୍ ଏବଂ ଅନ୍‌ଲାଇନ୍‌ରେ ପାଠ ପଢୁଥିବା ଛୀତ୍ରଛାତ୍ରୀଙ୍କ ପାଇଁ ବେଶ୍ ସହାୟକ ହୋଇଛି ।

jio JIO Reliance ril ରିଲାଏନ୍ସ ଜିଓ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ, ୱେବସାଇଟ୍ ଓ ତ୍ରୈମାସିକ ଜର୍ଣ୍ଣାଲର ଶୁଭାରମ୍ଭ

September 11, 2026
Latest News

ଓଏସ୍ଏସ୍ଏଫ୍ ଯବାନଙ୍କ ପାଇଁ ଏସବିଆଇ ସହ ଓଡ଼ିଶା ପୋଲିସର ଏମ୍ଓୟୁ ସ୍ୱାକ୍ଷର

September 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

September 12, 2026

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.