Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ବର୍ତ୍ତମାନ ଭାରତ ନିର୍ମିତ ଜିନିଷ ପ୍ରତି ଦେଶବାସୀଙ୍କ ବିଶ୍ୱାସ ବୃଦ୍ଧି ପାଇଛି : ପ୍ରଧାନମନ୍ତ୍ରୀ
PIB_NEWS

ବର୍ତ୍ତମାନ ଭାରତ ନିର୍ମିତ ଜିନିଷ ପ୍ରତି ଦେଶବାସୀଙ୍କ ବିଶ୍ୱାସ ବୃଦ୍ଧି ପାଇଛି : ପ୍ରଧାନମନ୍ତ୍ରୀ

August 11, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବର୍ତ୍ତମାନ ଭାରତ ନିର୍ମିତ ଜିନିଷ ପ୍ରତି ଦେଶବାସୀଙ୍କ ବିଶ୍ୱାସ ବୃଦ୍ଧି ପାଇଛି : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ)ର ବାର୍ଷିକ ବୈଠକ ୨୦୨୧ରେ ଉଦବୋଧନ ଦେଇଛନ୍ତି। ଏହି ବୈଠକରେ ଉଦ୍ୟୋଗ ଜଗତର ଶୀର୍ଷ ନେତୃବୃନ୍ଦ ଅଂଶଗ୍ରହଣ କରି ପାଞ୍ଚ ଟ୍ରିଲିୟନ ଡଲାର ଅର୍ଥବ୍ୟବସ୍ଥା ଲକ୍ଷ୍ୟ ହାସଲ ପାଇଁ ବିଭିନ୍ନ କ୍ଷେତ୍ରରେ ସଂସ୍କାର ଆଣିବା ଦିଗରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ପ୍ରଶଂସା କରିଥିଲେ।

ବୈଠକର ବିଷୟବସ୍ତୁ India@75: Government and Business working together for AatmaNirbhar Bharat’ (ଇଣ୍ଡିଆ@ ୭୫ : ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ଦିଗରେ ସରକାର ଏବଂ ବ୍ୟବସାୟ ଜଗତ ମିଳିତ ଭାବେ କାର୍ଯ୍ୟରତ) ଉପରେ ଆଲୋଚନା କରି ସେମାନେ ଭିତ୍ତିଭୂମି ଜନିତ ଆହ୍ୱାନର ମୁକାବିଲା କରିବା, ଉତ୍ପାଦନ କ୍ଷମତା ବୃଦ୍ଧି କରିବା, ଆର୍ଥିକ କ୍ଷେତ୍ରକୁ ଆହୁରି ସକ୍ରିୟ କରିବା, ପ୍ରଯୁକ୍ତି କ୍ଷେତ୍ରରେ ନେତୃତ୍ୱ ହାସଲ କରିବା ଲାଗି ଭାରତର ବୈଷୟିକ ସାମର୍ଥ୍ୟକୁ ଆହୁରି ବୃଦ୍ଧି କରିବା ସମେତ ବିଭିନ୍ନ ବିଷୟରେ ମତାମତ ଓ ପରାମର୍ଶ ଦେଇଥିଲେ।

ସମାବେଶରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ସିଆଇଆଇର ଏହି ବୈଠକ ସ୍ୱାଧୀନତାର ୭୫ତମ ଦିବସ ଅବ୍ୟବହିତ ପୂର୍ବରୁ ଆୟୋଜିତ ହେଉଥିବା ଆଜାଦୀ କା ଅମ୍ରିତ ମହୋତ୍ସବ ସମୟରେ ଅନୁଷ୍ଠିତ ହେଉଛି। ସେ କହିଥିଲେ ଯେ ଭାରତୀୟ ଉଦ୍ୟୋଗ ଜଗତ ପାଇଁ ନୂତନ ସଂକଳ୍ପ ଓ ନୂତନ ଲକ୍ଷ୍ୟ ନିର୍ଦ୍ଧାରଣ କରିବା ନିମନ୍ତେ ଏହାକ ଏକ ସୁବର୍ଣ୍ଣ ସୁଯୋଗ। ସେ ଆହୁରି କହିଥିଲେ ଯେ ଆତ୍ମନିର୍ଭର ଭାରତ ଲକ୍ଷ୍ୟ ହାସଲ ଦିଗରେ ଭାରତୀୟ ଉଦ୍ୟୋଗ ଜଗତର ଏକ ପ୍ରମୁଖ ଭୂମିକା ରହିଛି। ମହାମାରୀ ସମୟରେ ଉଦ୍ୟୋଗ ଜଗତର ସହନଶୀଳତା ପାଇଁ ପ୍ରଧାନମନ୍ତ୍ରୀ ସେମାନଙ୍କୁ ପ୍ରଶଂସା କରିଥିଲେ।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏପରି ଏକ ସମୟ ଥିଲା ଯେତେବେଳେ ଯାହାକିଛି ବିଦେଶୀ, ତାହା ଉନ୍ନତ ବୋଲି ବିବେଚନା କରାଯାଉଥିଲା। ଏହି ମାନସିକତାର ପରିଣାମ କ’ଣ ହେଲା, ତାହା ଆପଣଙ୍କ ଭଳି ଉଦ୍ୟୋଗ ଜଗତର ବିଶିଷ୍ଟ ବ୍ୟକ୍ତିମାନେ ଭଲ ଭାବେ ଜାଣନ୍ତି। ସ୍ଥିତି ଏତେ ଖରାପ ହୋଇଯାଇଥିଲା ଯେ ଆମର ନିଜ ବ୍ରାଣ୍ଡ ମଧ୍ୟ, ଯାହାକୁ ଆମେ ଅନେକ ପରିଶ୍ରମ କରି ଛିଡ଼ା କରିଥିଲୁ, ସେଗୁଡ଼ିକୁ ବିଦେଶୀ ନାମରେ ହିଁ ପ୍ରଚାରିତ କରାଯାଉଥିଲା। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସ୍ଥିତି ଦ୍ରୁତ ଗତିରେ ବଦଳୁଛି। ଆଜି ଦେଶବାସୀଙ୍କ ଭାବନା ଭାରତରେ ନିର୍ମିତ ଉତ୍ପାଦ ସହିତ ରହିଛି। ସେ କହିଥିଲେ ଯେ କମ୍ପାନୀ ଭାରତୀୟ ହେବା ଜରୁରି ନୁହେଁ, କିନ୍ତୁ ଆଜି ପ୍ରତ୍ୟେକ ଭାରତୀୟ, ଭାରତରେ ନିର୍ମିତ ଉତ୍ପାଦକୁ ହିଁ ଆପଣାଇବାକୁ ଚାହୁଁଛି।

ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଦେଶରେ ଏପରି ଏକ ସରକାର ଅଛି ଯାହା ରାଷ୍ଟ୍ର ହିତରେ ସବୁଠୁ ବଡ଼ ରିସ୍କ ନେବାକୁ ମଧ୍ୟ ପ୍ରସ୍ତୁତ। ସେ ଏଥିପ୍ରତି ଜୋର ଦେଇ କହିଥିଲେ ଯେ ଜିଏସଟି ଏତେ ବର୍ଷ ଧରି ଅଟକି ରହିଥିଲା କାରଣ ପୂର୍ବର ସରକାର ରାଜନୈତିକ ରିସ୍କ ନେବାର ସାହସ ଜୁଟାଇ ପାରୁନଥିଲା। ସେ କହିଥିଲେ ଯେ ଆମେ କେବଳ ଜିଏସଟି ଲାଗୁ କରିନାହୁଁ ବରଂ ଆଜି ଆମେ ରେକର୍ଡ ପରିମାଣର ଜିଏସଟି ସଂଗ୍ରହ ମଧ୍ୟ ସମସ୍ତେ ଦେଖିପାରୁଛନ୍ତି।

CII ସିଆଇଆଇ
Share. Facebook Twitter LinkedIn Email WhatsApp Copy Link

Related Posts

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026

ଗ୍ରୀଷ୍ମ ପ୍ରବାହ ପାଇଁ ନୂଆ ଗାଇଡଲାଇନ: ପୂର୍ବାହ୍ନ ୧୧ ଟାରୁ ୩ ଯାଏଁ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

March 23, 2026
Latest News

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଦୁଇଜଣ ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

March 23, 2026

IPL 2026: ଦିଲ୍ଲୀ କ୍ୟାପିଟାଲ୍ସର ବଦଳିବ ପ୍ଲେଇଂ ଇଲେଭେନ, KL ରାହୁଲଙ୍କୁ ମିଳିବ ବଡ଼ ଦାୟିତ୍ୱ

March 23, 2026

“ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣକୁ ସ୍ୱାଗତ କରୁଛି”: ପ୍ରିୟଙ୍କା ଚତୁର୍ବେଦୀଙ୍କ ବଡ଼ ବୟାନ

March 23, 2026

ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

March 23, 2026

ତିନୋଟି ନୂତନ ଉପକ୍ରମର ଘୋଷଣା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.