Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶାରେ ବାଉଁଶ ହସ୍ତଶିଳ୍ପର ବିକାଶ ନିମନ୍ତେ ବୁଝାମଣା ପତ୍ର, ଖର୍ଚ୍ଚ ହେବ ୭ କୋଟି ୨୧ ଲକ୍ଷ ଟଙ୍କା
ବିଶେଷ ଖବର

ଓଡ଼ିଶାରେ ବାଉଁଶ ହସ୍ତଶିଳ୍ପର ବିକାଶ ନିମନ୍ତେ ବୁଝାମଣା ପତ୍ର, ଖର୍ଚ୍ଚ ହେବ ୭ କୋଟି ୨୧ ଲକ୍ଷ ଟଙ୍କା

September 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାରେ ବାଉଁଶ ହସ୍ତଶିଳ୍ପର ବିକାଶ ନିମନ୍ତେ ବୁଝାମଣା ପତ୍ର, ଖର୍ଚ୍ଚ ହେବ ୭ କୋଟି ୨୧ ଲକ୍ଷ ଟଙ୍କା

ଭୁବନେଶ୍ୱର, ରାଜ୍ୟରେ ବାଉଁଶ ହସ୍ତଶିଳ୍ପର ସର୍ବାଙ୍ଗୀନ ବିକାଶ ନିମନ୍ତେ ଆଜି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନସ୍ଥ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧୀନସ୍ଥ ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥା ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି ।

ଆଜି କଳାଭୂମିଠାରେ ଓଡ଼ିଶାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ, ଓଡ଼ିଶା ପିସିସିଏଫ୍‌ ଓ ବନବାହିନୀ ମୁଖ୍ୟ (ଏଚ୍‌ଓଏଫ୍‌ଏଫ୍‌) ଶ୍ରୀ ଶିଶିର କୁମାର ରଥୋ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମାଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ସନାତନ ନାୟକ ଓ ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥାର ରାଜ୍ୟ ମିଶନ ନିର୍ଦ୍ଦେଶକ ଶ୍ରୀ ପ୍ରେମ କୁମାର ଝା ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ ।

ଆମ ଓଡ଼ିଶା ଏକ ଉତ୍କୃଷ୍ଟ ହସ୍ତଶିଳ୍ପ କଳାର ରାଜ୍ୟ । ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ଟି ହସ୍ତଶିଳ୍ପକୁ ଆଧାର କରି କାରିଗରମାନେ ବିଭିନ୍ନ ସାମଗ୍ରୀ ଉତ୍ପାଦନ କରୁଛନ୍ତି । ‘ବାଉଁଶ’ ହସ୍ତଶିଳ୍ପଟି ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ହସ୍ତଶିଳ୍ପ ଅଟେ । ଏହି ସାମଗ୍ରୀଗୁଡ଼ିକ ପ୍ରାୟ ପ୍ରତି ଜିଲ୍ଲାରେ ଉତ୍ପାଦିତ ହେଉଥିଲେ ମଧ୍ୟ ତନ୍ମଧ୍ୟରୁ କେତେକ ମୁଖ୍ୟ ଜିଲ୍ଲାଗୁଡ଼ିକ ହେଲା ଢେଙ୍କାନାଳ, ମୟୂରଭଞ୍ଜ, ଯାଜପୁର, ସୁବର୍ଣ୍ଣପୁର, ବରଗଡ଼, ରାୟଗଡ଼ା, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କନ୍ଧମାଳ ଓ ମାଲକାନଗିରି । ରାଜ୍ୟରେ ଏହି ହସ୍ତଶିଳ୍ପର କାରିଗରଙ୍କ ସଂଖ୍ୟା ପ୍ରାୟ ୨୨ ହଜାର ।

ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥାର ୭୨୧.୩୦ ଲକ୍ଷ ଟଙ୍କାର ଆର୍ଥିକ ସହଯୋଗରେ ଯେଉଁ ବାଉଁଶ ହସ୍ତଶିଳ୍ପ ପୁଞ୍ଜଗୁଡ଼ିକର ବିକାଶ ପାଇଁ ପଦକ୍ଷେପ ଗ୍ରହଣ କରାଯାଉଛି ସେଗୁଡ଼ିକ ହେଉଛି ମୟୂରଭଞ୍ଜ ଜିଲ୍ଲାର ଇଚିଣ୍ଡା(ରାଇରଙ୍ଗପୁର), ଯାଜପୁର ଜିଲ୍ଲାର ଗୋପାଳପୁର (ରସୁଲପୁର), ଢେଙ୍କାନାଳ ଜିଲ୍ଲାର ବଉଳପୁର (ଓଡ଼ାପଡ଼ା), ବରଗଡ଼ ଜିଲ୍ଲାର ବରଗାଁ କଣ୍ଟାପଲ୍ଲୀ, ବରଗଡ଼ ଜିଲ୍ଲାର ବ୍ରାହ୍ମଣଡ଼ିହୀ(ପଦ୍ମପୁର) ଓ ସୁବର୍ଣ୍ଣପୁର ଜିଲ୍ଲାର ବିନିକା ।

ଏହି କାର୍ଯ୍ୟକ୍ରମଗୁଡ଼ିକ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ଦ୍ୱାରା ଏହାର ଜିଲ୍ଲାସ୍ତରୀୟ ସହ ନିର୍ଦ୍ଦେଶକ (ହସ୍ତଶିଳ୍ପ)ଙ୍କ କାର୍ଯ୍ୟାଳୟ ମାଧ୍ୟମରେ ସଫଳ ରୂପାୟନ କରାଯିବ । ଏହି ପ୍ରକଳ୍ପ ଅଧୀନସ୍ଥ ପ୍ରମୁଖ କାର୍ଯ୍ୟଗୁଡ଼ିକ ହେଲା ଉପରୋକ୍ତ ବାଉଁଶ ହସ୍ତଶିଳ୍ପ ପୁଞ୍ଜରେ ସାଧାରଣ ସୁବିଧା କେନ୍ଦ୍ର ନିର୍ମାଣ, ଆଧୁନିକ ଯନ୍ତ୍ରପାତି ଦ୍ୱାରା କଞ୍ଚା ବାଉଁଶର ପ୍ରକ୍ରିୟାକରଣ ଓ କାରିଗରମାନଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ।

ଏତଦ୍‌ବ୍ୟତୀତ ବଜାର ସହାୟତା ପାଇଁ ଗ୍ରାମାଞ୍ଚଳରେ ହାଟ ଓ ବାଉଁଶ ବଜାର ପ୍ରତିଷ୍ଠା ତଥା ଇ- ବାଣିଜ୍ୟର ଉପଯୋଗ । ବଜାର ଚାହିଦା ମୁତାବକ ସାମଗ୍ରୀ ପ୍ରସ୍ତୁତି ନିମନ୍ତେ ସିଡାକ୍‌ଠାରେ ଏକ ବଜାର ସହାୟତା ତଥା ନମୁନା ବିକାଶ କେନ୍ଦ୍ର ଖୋଲାଯିବାର ବ୍ୟବସ୍ଥା ଅଛି ।

ବୟନ ଓ ହସ୍ତଶିଳ୍ପ ବାଉଁଶ ହସ୍ତଶିଳ୍ପ ହସ୍ତତନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026
Latest News

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.