Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ଅଟୋ, ଡ୍ରୋନ ଉଦ୍ୟୋଗ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନାକୁ ସରକାରଙ୍କ ମଞ୍ଜୁରି
PIB_NEWS

ଅଟୋ, ଡ୍ରୋନ ଉଦ୍ୟୋଗ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନାକୁ ସରକାରଙ୍କ ମଞ୍ଜୁରି

September 16, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଅଟୋ, ଡ୍ରୋନ ଉଦ୍ୟୋଗ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନାକୁ ସରକାରଙ୍କ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଆତ୍ମନିର୍ଭର ଭାରତ’ ସଂକଳ୍ପ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ସରକାର ଅଟୋମୋବାଇଲ ଏବଂ ଡ୍ରୋନ ଉଦ୍ୟୋଗ କ୍ଷେତ୍ର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନାକୁ ମଞ୍ଜୁର କରିଛନ୍ତି। ଏହି ଉଦ୍ଦେଶ୍ୟ ନିମନ୍ତେ ୨୬, ୦୫୮ କୋଟି ଟଙ୍କାର ବଜେଟ ବ୍ୟୟବରାଦ କରାଯାଇଛି। ଅଟୋ କ୍ଷେତ୍ର ପାଇଁ ଏହି ପିଏଲଆଇ ଯୋଜନା ଉଚ୍ଚ ମୂଲ୍ୟର ଉନ୍ନତ ଅଟୋମୋଟିଭ ପ୍ରଯୁକ୍ତି ବାହନ ଏବଂ ଉତ୍ପାଦନକୁ ପ୍ରୋତ୍ସାହିତ କରିବ। ଉନ୍ନତ ପ୍ରଯୁକ୍ତି, ଅଧିକ ଦକ୍ଷ ଏବଂ ସବୁଜ ଅଟୋମୋଟିଭ ଉତ୍ପାଦନ କ୍ଷେତ୍ରରେ ଏହା ଏକ ନୂତନ ଯୁଗର ଅୟମାରମ୍ଭ କରିବ।

ଏଥିପୂର୍ବରୁ ୨୦୨୧-୨୨ କେନ୍ଦ୍ର ବଜେଟରେ ୧.୯୭ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ ସହିତ ୧୩ଟି କ୍ଷେତ୍ର ନିମନ୍ତେ ପିଏଲଆଇ ଯୋଜନା ଘୋଷଣା କରାଯାଇଥିଲା। ଏହାର ଅଂଶବିଶେଷ ଭାବେ ଅଟୋମୋବାଇଲ ଏବଂ ଡ୍ରୋନ ଉଦ୍ୟୋଗ କ୍ଷେତ୍ର ପାଇଁ ପିଏଲଆଇ ଯୋଜନାର ଘୋଷଣା କରାଯାଇଛି। ୧୩ଟି କ୍ଷେତ୍ର ପାଇଁ ପିଏଲଆଇ ଯୋଜନା ଘୋଷଣା ଫଳରେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଦେଶରେ ସର୍ବନିମ୍ନ ୩୭.୫ ଲକ୍ଷ କୋଟି ଟଙ୍କାର ଅତିରିକ୍ତ ନିବେଶ ସୃଷ୍ଟି ହେବ ବୋଲି ଆଶା କରାଯାଉଛି। ଏହା ମଧ୍ୟ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଦେଶରେ ପାଖାପାଖି ୧ କୋଟି ଲୋକଙ୍କ ପାଇଁ ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ।

ଅଟୋ କ୍ଷେତ୍ର ପାଇଁ ପିଏଲଆଇ ଯୋଜନା ମାଧ୍ୟମରେ ଭାରତରେ ଉନ୍ନତ ଅଟୋମୋଟିଭ ପ୍ରଯୁକ୍ତି ଉତ୍ପାଦ ପ୍ରସ୍ତୁତ କରିବା କ୍ଷେତ୍ରରେ ଦେଖା ଦେଉଥିବା ବ୍ୟୟଜନିତ ଅକ୍ଷମତା ଦୂର କରିବାକୁ ପରିକଳ୍ପନା କରାଯାଇଛି। ଏହି ପ୍ରୋତ୍ସାହନ ଢାଞ୍ଚା ଉନ୍ନତ ଅଟୋମୋଟିଭ ପ୍ରଯୁକ୍ତି ଉତ୍ପାଦର ସ୍ୱଦେଶୀ ବିଶ୍ୱ ଯୋଗାଣ ଶୃଙ୍ଖଳ ପାଇଁ ନୂତନ ନିବେଶ ନିମନ୍ତେ ଉଦ୍ୟୋଗଗୁଡ଼ିକୁ ପ୍ରୋତ୍ସାହିତ କରିବ। ଅଟୋମୋବାଇଲ ଏବଂ ଅଟୋ ସରଞ୍ଜାମ ଉଦ୍ୟୋଗ ପାଇଁ ପିଏଲଆଇ ଯୋଜନା କାର‌୍ୟ୍ୟକାରୀ କରାଯିବା ଫଳରେ ଆସନ୍ତା ପାଞ୍ଚ ବର୍ଷର ଅବଧିରେ ୪୨,୫୦୦ କୋଟି ଟଙ୍କାର ନୂତନ ନିବେଶ ସୃଷ୍ଟି ହେବ ବୋଲି ଅନୁମାନ କରାଯାଉଛି। ସେହିପରି ଏହା ୨.୩ ଲକ୍ଷ କୋଟି ଟଙ୍କାର ବୃଦ୍ଧିଶୀଳ ଉତ୍ପାଦନକୁ ପ୍ରୋତ୍ସାହିତ କରିବା ସହିତ ୭.୫ ଲକ୍ଷ ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଆହୁରି ଏହା ବିଶ୍ୱ ଅଟୋମୋଟିଭ ବାଣିଜ୍ୟ କ୍ଷେତ୍ରରେ ଭାରତର ଯୋଗଦାନକୁ ବୃଦ୍ଧି କରିବ।

ଅଟୋ କ୍ଷେତ୍ର ପାଇଁ ପିଏଲଆଇ ଯୋଜନା ବର୍ତ୍ତମାନର ଅଟୋମୋଟିଭ କମ୍ପାନୀଗୁଡ଼ିକ ସହିତ ବର୍ତ୍ତମାନ ଅଟୋମୋବାଇଲ କିମ୍ବା ଅଟୋମୋବାଇଲ ଉପକରଣ ଉତ୍ପାଦନ ବ୍ୟବସାୟରେ ନଥିବା ନୂତନ ନିବେଶକଙ୍କ ପାଇଁ ଖୋଲା ରହିଛି। ଏହାର ଦୁଇଟି ଉପାଦାନ ରହିଛି ଯଥା : ଚାମ୍ପିୟନ ଓଇଏମ ଇନସେଣ୍ଟିଭ ଯୋଜନା ଏବଂ କମ୍ପୋନେଣ୍ଟ ଚାମ୍ପିୟନ ଇନସେଣ୍ଟିଭ ଯୋଜନା। ଚାମ୍ପିୟନ ଓଇଏମ ପ୍ରୋତ୍ସାହନ ଯୋଜନା ହେଉଛି ଏକ ‘ବିକ୍ରି ମୂଲ୍ୟ ସଂଯୁକ୍ତ’ ଯୋଜନା। ଏହା ସମସ୍ତ ସେଗମେଣ୍ଟର ବ୍ୟାଟେରୀ ଚାଳିତ ବିଦ୍ୟୁତ ବାହାନ ଏବଂ ହାଇଡ୍ରୋଜେନ ଇନ୍ଧନ ସେଲ ବାହନ ଉପରେ ଲାଗୁ ହେବ। କମ୍ପୋନେଣ୍ଟ ଚାମ୍ପିୟନ ପ୍ରୋତ୍ସାହନ ଯୋଜନା ଏକ ‘ବିକ୍ରି ମୂଲ୍ୟ ସଂଯୁକ୍ତ’ ଯୋଜନା ଅଟୋ, ଯାହା ବାହନଗୁଡ଼ିକର ଉନ୍ନତ ଅଟୋମୋଟିଭ ପ୍ରଯୁକ୍ତି ଉପାଦାନ, କମ୍ପ୍ଲିଟଲି ନକ୍ଡ ଡାଉନ (ସିକେଡି) ସେମି ନକ୍ଡ ଡାଉନ (ଏସକେଡି) କିଟ, ଦୁଇ ଚକିଆ, ତିନି ଚକିଆ, ଯାତ୍ରୀବାହୀ ବାହନଗୁଡ଼ିକର ଏଗ୍ରୀଗେଟ୍ସ, ବାଣିଜ୍ୟିକ ବାହନ ଏବଂ ଟ୍ରାକ୍ଟର ଆଦି ଉପରେ ଲାଗୁ ହେବ।

ପୂର୍ବରୁ ଉନ୍ନତ କେମିଷ୍ଟ୍ରି ସେଲ (୧୮,୦୦୦ କୋଟି ଟଙ୍କା) ଏବଂ ବିଦ୍ୟୁତ ଚାଳିତ ବାହନ ଉତ୍ପାଦନର ଦ୍ରୁତ ଅନୁକରଣ (ଫେମ) ଯୋଜନା (୧୦,୦୦୦ କୋଟି ଟଙ୍କା) ପାଇଁ ପିଏଲଆଇ ଯୋଜନା କାର‌୍ୟ୍ୟକାରୀ ହୋଇଛି; ଏହା ସହିତ ଅଟୋମୋଟିଭ କ୍ଷେତ୍ର ପାଇଁ ପିଏଲଆଇ ଯୋଜନା କାର‌୍ୟ୍ୟକାରୀ ହେବ। ଫଳରେ ପାରମ୍ପରିକ ଜୀବାଶ୍ମ ଇନ୍ଧନ ଉପରେ ନିର୍ଭରଶୀଳ ଅଟୋମୋବାଇଲ ପରିବହନ ପ୍ରଣାଳୀ ପରିବର୍ତ୍ତେ ପରିବେଶ ଅନୁକୂଳ ସ୍ୱଚ୍ଛ, ଦୀର୍ଘସ୍ଥାୟୀ, ଉନ୍ନତ ଏବଂ ଅଧିକ ଦକ୍ଷ ବିଦ୍ୟୁତ ଚାଳିତ ବାହନ (ଇଭି) ଆଧାରିତ ପ୍ରଣାଳୀ ଉପଯୋଗ ନିମନ୍ତେ ଭାରତ ସକ୍ଷମ ହୋଇପାରିବ।

ଡ୍ରୋନ ଏବଂ ଡ୍ରୋନ ଉପକରଣ ଉଦ୍ୟୋଗ ପାଇଁ ପିଏଲଆଇ ଯୋଜନା ଏହି ବୈପ୍ଳବିକ ଜ୍ଞାନକୌଶଳର ରଣନୈତିକ, ସାମରିକ ଏବଂ ପରିଚାଳନାଗତ ଉପଯୋଗ ଆବଶ୍ୟକତାର ସମାଧାନ କରୁଛି। ସ୍ପଷ୍ଟ ରାଜସ୍ୱ ଲକ୍ଷ୍ୟ ସହିତ ଉତ୍ପାଦ ଆଧାରିତ ପିଏଲଆଇ ଯୋଜନା ଏବଂ ଘରୋଇ ମୂଲ୍ୟ ବୃଦ୍ଧି ପ୍ରତି ଗୁରୁତ୍ୱ ଦିଆଯାଇଛି। କ୍ଷମତା ନିର୍ମାଣ ଏବଂ ଭାରତର ଅଭିବୃଦ୍ଧି ରଣନୀତି ନିମନ୍ତେ ଏଗୁଡ଼ିକ ପ୍ରମୁଖ ବାହକ ହୋଇପାରିବେ। ଡ୍ରୋନ ଏବଂ ଡ୍ରୋନ ଉପକରଣ ଉଦ୍ୟୋଗ ପାଇଁ ପିଏଲଆଇ ଯୋଜନା, ତିନି ବର୍ଷ ମଧ୍ୟରେ ୫,୦୦୦ କୋଟି ଟଙ୍କାରୁ ଅଧିକ ନୂନତ ନିବେଶ ଏବଂ ୧,୫୦୦ କୋଟି ଟଙ୍କାରୁ ଅଧିକ ବୃଦ୍ଧିଶୀଳ ଉତ୍ପାଦନ ନିମନ୍ତେ ମାର୍ଗପ୍ରଶସ୍ତ କରିବ। ଏହାଛଡ଼ା ଏହି ଯୋଜନା କାର୍ଯ୍ୟକାରୀ ହେବା ଫଳରେ ପାଖାପାଖି ୧୦,୦୦୦ ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।

ଅଟୋ ଆତ୍ମନିର୍ଭର ଭାରତ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା ଡ୍ରୋନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026

ମୋଟରସାଇକେଲ ଉପରେ ଲାଗିଲା କଡା କଟକଣା: ଜାଣନ୍ତୁ କାରଣ କ’ଣ

April 21, 2026

ବାଣ କାରଖାନାରେ ବିସ୍ଫୋରଣ: ୧୩ ଜଣଙ୍କର ମୃତ୍ୟୁ

April 21, 2026
Latest News

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.