Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ଆରମ୍ଭ ହେବ ଏଗ୍ରି-କନ୍‌କ୍ଲେଭ୍‌ ୨୦୨୧, ଯୋଗଦେବେ ନାମୀଦାମୀ ୫୦ଟି କଂପାନୀ
ବିଶେଷ ଖବର

ଆଜି ଆରମ୍ଭ ହେବ ଏଗ୍ରି-କନ୍‌କ୍ଲେଭ୍‌ ୨୦୨୧, ଯୋଗଦେବେ ନାମୀଦାମୀ ୫୦ଟି କଂପାନୀ

October 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ଆରମ୍ଭ ହେବ ଏଗ୍ରି-କନ୍‌କ୍ଲେଭ୍‌ ୨୦୨୧, ଯୋଗ ଦେବେ ନାମୀଦାମୀ ୫୦ଟି କଂପାନୀ

ଭୁବନେଶ୍ୱର:  ଲୋକସେବା ଭବନସ୍ଥିତ ନୂତନ କନ୍‌ଭେନ୍‌ସନ୍‌ ହଲଠାରେ ଏଗ୍ରି-କନ୍‌କ୍ଲେଭ୍‌ ୨୦୨୧ ଆୟୋଜିତ ହେବ । ଏଥିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନ୍‌ଫରେନ୍ସ ମାଧ୍ୟମରେ ଯୋଗଦେବାର କାର୍ଯ୍ୟକ୍ରମ ସ୍ଥିର କରାଯାଇଛି । ଏହି କନ୍‌କ୍ଲେଭ୍‌ରେ ଦେଶର ଅନେକ ବଡ଼ ବଡ଼ କମ୍ପାନୀ ଯୋଗଦେବେ ।

ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ୫୦ଟି ବଡ଼ କମ୍ପାନୀ ଅଂଶଗ୍ରହଣ ପାଇଁ ସ୍ୱୀକୃତି ପ୍ରଦାନ କରିଥିବାବେଳେ ୨୪ଟି କମ୍ପାନୀ ଅନ୍‌ଲାଇନ୍‌ ମାଧ୍ୟମରେ ନାମ ପଂଜୀକୃତ କରିସାରିଥିବା ଜଣାପଡ଼ିଛି । ଏଥି ସହିତ ୪୧ଟି ସଂସ୍ଥା ୱେବଲିଙ୍କ୍‌ ଯୋଗେ ତାଙ୍କର ଯୋଗଦାନର ସ୍ୱୀକୃତି ଦେଇଥିବା ପ୍ରକାଶ ।

ଓଡ଼ିଶାରେ କାର୍ଯ୍ୟ କରୁଥିବା ସମସ୍ତ କୃଷିଭିତ୍ତିକ କମ୍ପାନୀ ଏଥିରେ ଅଂଶଗ୍ରହଣ କରିବେ ବୋଲି ଇପିକଲ ତରଫରୁ କୁହାଯାଇଛି । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଉତ୍ସବକୁ ସିଧା ପ୍ରସାରଣ ନିମନ୍ତେ ସୂଚନା ଓ ଲୋକସଂପର୍କ ବିଭାଗକୁ ଦାୟିତ୍ୱ ଦିଆଯାଇଛି । ଏହାକୁ ଫେସ୍‌ବୁକ୍‌ ମାଧ୍ୟମରେ ସିଧା ପ୍ରସାରଣ କରାଯିବ । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କୃଷି ଜ୍ଞାନ ପତି୍ରକାର ଉନ୍ମୋଚନ କରାଯିବ ।

କାର୍ଯ୍ୟକ୍ରମର ଦ୍ୱିତୀୟାର୍ଦ୍ଧରେ ସର୍ବମୋଟ ଚାରୋଟି ବିଜିନେସ୍‌ ସେସନ୍‌ ରହିବ । ଏଥିରେ କୃଷିର ବିଭିନ୍ନ ଦିଗ ଉପରେ ପୃଥକ ପୃଥକ୍‌ ଭାବେ ଅଧିବେଶନ ଆୟୋଜିତ ହୋଇ ଫଳପ୍ରଦ ଆଲୋଚନା କରାଯିବା ନିର୍ଦ୍ଧାରଣ କରାଯାଇଛି ।

ଏହି ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କୃଷି ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ, ସମବାୟ ସଚିବ ଶ୍ରୀ ବୀରବିକ୍ରମ ଯାଦବ, ଇପିକଲ୍‌ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭୂପେନ୍ଦ୍ର ସିଂହ ପୁନିଆ, କୃଷି ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀପ୍ରେମଚନ୍ଦ୍ର ଚୌଧାରୀ, କୃଷି ବିଭାଗ ସ୍ୱତନ୍ତ୍ର ସଚିବ ଶ୍ରୀ ମନ୍ମଥ କୁମାର ପାଣି ପ୍ରମୁଖ ଯୋଗଦେଇଥିଲେ ।

ଅସିତ କୁମାର ତ୍ରିପାଠୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Latest News

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.