Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଓ ଉନ୍ମୋଚନ କଲା ‘ମେକିଂ ଅଫ୍ ଜିଓଫୋନ୍ ନେକ୍ସଟ୍‌’ ମେକିଂ ଅଫ୍ ଜିଓଫୋନ୍ ନେକ୍ସଟ୍‌
ଆଜିର ଖବର

ଜିଓ ଉନ୍ମୋଚନ କଲା ‘ମେକିଂ ଅଫ୍ ଜିଓଫୋନ୍ ନେକ୍ସଟ୍‌’ ମେକିଂ ଅଫ୍ ଜିଓଫୋନ୍ ନେକ୍ସଟ୍‌

October 25, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଦୀପାବଳୀ ପୂର୍ବରୁ ରିଲାଏନ୍ସ ଜିଓ ପକ୍ଷରୁ ‘ମେକିଂ ଅଫ୍ ଜିଓଫୋନ ନେକ୍ସଟ’ ଭିଡିଓ ରିଲିଜ୍ କରାଯାଇଛି। ଏହି କ୍ଷୁଦ୍ର ଭିଡିଓରେ ଚଳିତ ସମୟର ଅନ୍ୟତମ ସର୍ବାଧିକ ପ୍ରତୀକ୍ଷିତ ଫୋନ ‘ଜିଓଫୋନ ନେକ୍ସଟ୍‌’ ପ୍ରଚଳନ କରିବାର ଲକ୍ଷ୍ୟ ଏବଂ ଚିନ୍ତାଧାରା ପଛରେ ରହିଥିବା ଅନ୍ତର୍ଦୃଷ୍ଟି ପ୍ରଦାନ କରୁଛି। ଏହି ନୂଆ ଫୋନ୍ ଭାରତକୁ ତାହାର ହୃଦୟ ମଧ୍ୟରେ ରଖି ଡିଜାଇନ କରାଯାଇଛି ଏବଂ ଏହା ବିଶ୍ୱସ୍ତରରେ ଦୃଷ୍ଟି ଆକର୍ଷଣ କରିବା ଆରମ୍ଭ କରିଛି।

ମାତ୍ର ୫ ବର୍ଷ ମଧ୍ୟରେ ଜିଓ ଭାରତରେ ଘରେ ଘରେ ପରିଚିତ ଏକ ନାମ ହୋଇପାରିଛି। ୪୩୦ ନିୟୁତ ବ୍ୟବହାରକାରୀଙ୍କୁ ନେଇ ଏହାର ସେବା ସମସ୍ତ ଭୌଗୋଳିକ ଅଂଚଳ, ଅର୍ଥନୀତି ଏବଂ ସାମାଜିକ ବର୍ଗଙ୍କ ମଧ୍ୟରେ ପରିବ୍ୟାପ୍ତ ହୋଇଛି। ଜିଓଫୋନ ନେକ୍ସଟ୍ ସହିତ ଜିଓ ଭାରତରେ ଡିଜିଟାଲ ସଂଯୋଗୀକରଣକୁ ସାର୍ବଜନୀନ କରିବା ଦିଗରେ ନିଜର ଲକ୍ଷ୍ୟପଥରେ ଅଗ୍ରସର ହେବାରେ ଏକ ନିର୍ଣ୍ଣାୟକ ପଦକ୍ଷେପ ନେବା ଯୋଜନା କରିଛି।

ଜିଓଫୋନ ନେକ୍ସଟ୍ ଭାରତରେ ତିଆରି, ଭାରତ ପାଇଁ ତିଆରି ଏବଂ ଭାରତୀୟଙ୍କ ଦ୍ୱାରା ତିଆରି ହୋଇଛି। ପ୍ରତ୍ୟେକ ଭାରତୀୟ ଡିଜିଟାଲ ପ୍ରଯୁକ୍ତିରେ ସମାନ ସୁଯୋଗ ଏବଂ ସମାନ ବ୍ୟବହାର ସୁବିଧା ଯେଭଳି ପାଇପାରିବେ ତାହା ଜିଓଫୋନ ନେକ୍ସଟ୍ ସୁନିଶ୍ଚିତ କରିବ। ଏହି ଭିଡିଓରେ ଜିଓଫୋନ ନେକ୍ସଟ କିଭଳି କୋଟି କୋଟି ସଂଖ୍ୟକ ଭାରତୀୟଙ୍କ ଜୀବନରେ ପରିବର୍ତନ ଆଣିବାକୁ ଯାଉଛି ତାହା ଦର୍ଶାଯାଇଛି।

ଆଣ୍ଡ୍ରଏଡ ଦ୍ୱାରା ପରିଚାଳିତ ପ୍ରଗତି ଓଏସ୍ (ଅପରେଟିଂ ସିଷ୍ଟମ)ଏକ ବିଶ୍ୱଶ୍ରେଣୀର ଅପରେଟିଂ ସିଷ୍ଟମ ଯାହା ଭାରତ ପାଇଁ ସ୍ୱତନ୍ତ୍ର ଭାବରେ ନିର୍ମାଣ କରାଯାଇଛି ଏବଂ ଏହା ଜିଓଫୋନ ନେକ୍ସଟ୍ ର ମୂଳରେ ରହିଛି। ଏହା ଜିଓ ଏବଂ ଗୁଗଲର ସର୍ବଶ୍ରେଷ୍ଠ ବିଶେଷଜ୍ଞଙ୍କ ଦ୍ୱାରା ପ୍ରସ୍ତୁତ ହୋଇଛି ଏବଂ ସୁଲଭ ମୂଲ୍ୟରେ ବାସ୍ତବରେ ନିରବଚ୍ଛିନ୍ନ ଅନୁଭୂତି ପ୍ରଦାନ ସହିତ ସମସ୍ତଙ୍କ ପାଇଁ ପ୍ରଗତି ଆଣିଦେବା ଲକ୍ଷ୍ୟରେ ପ୍ରସ୍ତୁତ କରାଯାଇଛି।

ଜିଓଫୋନ ନେକ୍ସଟ୍‌ର ପ୍ରୋସେସର ବିିଶ୍ୱର ଅନ୍ୟତମ ଅଗ୍ରଣୀ ପ୍ରଯୁକ୍ତି ସଂସ୍ଥା କ୍ୱାଲକମ୍ ପ୍ରସ୍ତୁତ। ଜିଓଫୋନ୍ ନେକ୍ସଟ୍‌ରେ କ୍ୱାଲକମ୍ ପ୍ରୋସେସର ଦ୍ୱାରା ଉପକରଣର ପ୍ରଦର୍ଶନ, ଅଡିଓ ଏବଂ ବ୍ୟାଟେରୀର କାର୍ଯ୍ୟଦକ୍ଷତା ସର୍ବାଧିକ କରିବା ସହିତ ସର୍ବୋତମ କନେକ୍ଟିଭିଟି ଓ ଅବସ୍ଥିତି ପ୍ରଯୁକ୍ତି ପ୍ରଦାନ ଉପରେ ଦୃଷ୍ଟିନିବଦ୍ଧ କରୁଛି। ଜିଓଫୋନ ନେକ୍ସଟ୍‌ର ସମୃଦ୍ଧ ବୈଶିଷ୍ଟ୍ୟାବଳୀ ଅତ୍ୟାଧୁନିକ ପ୍ରଯୁକ୍ତି ସହିତ ସମ୍ପୂର୍ଣ୍ଣ ନୂଆ ଢଙ୍ଗରେ ଭାବ ବିନିମୟକୁ ସମର୍ଥ କରାଇବ।

ଜିଓଫୋନ ନେକ୍ସଟର କେତେକ ସ୍ୱତନ୍ତ୍ର ବୈଶିଷ୍ଟ୍ୟ:

ଭଏସ ଆସିଷ୍ଟାଂଟ: ଭଏସ ଆସିଷ୍ଟାଂଟ ବ୍ୟବହାରକାରୀଙ୍କୁ ହ୍ୟାଣ୍ଡ୍‌ସେଟ ପରିଚାଳନା (ଆପ୍ ଖୋଲିବା, ସେଟିଂ ପରିଚାଳନା ଆଦି) କରିବା ଏବଂ ସେମାନଙ୍କ ପାଇଁ ପରିଚିତ ଭାଷାରେ ସୂଚନା / ବିଷୟବସ୍ତୁ ଇଂଟରନେଟରୁ ସହଜରେ ପାଇବାରେ ସହାୟତା କରୁଛି।

ରିଡ୍ ଆଲାଉଡ୍: ଶୁଣିବା ସୁବିଧା ବ୍ୟବହାରକାରୀଙ୍କୁ ଯେକୌଣସି ପରଦାରେ ଥିବା ବିଷୟବସ୍ତୁକୁ ସେମାନଙ୍କ ହ୍ୟାଣ୍ଡସେଟ ଦ୍ୱାରା ପଢି ଶୁଣାଇବାକୁ ସୁଯୋଗ ପ୍ରଦାନ କରୁଛି। ଏହା ବ୍ୟବହାରକାରୀଙ୍କୁ ସେମାନେ ବୁଝିପାରୁଥିବା ଭଳି ଭାଷାରେ ବିଷୟବସ୍ତୁକୁ ଶୁଣିବାର ସୁଯୋଗ ଦେଉଛି।

ଟ୍ରାନ୍ସଲେଟ: ‘ଟ୍ରାନ୍ସଲେଟ’ ସୁବିଧା ବ୍ୟବହାରକାରୀଙ୍କୁ ପରଦାରେ ଥିବା ଯେକୌଣସି ବିଷୟକୁ ତାଙ୍କ ପସନ୍ଦର ଭାଷାରେ ଅନୁବାଦ କରିବାର ସୁଯୋଗ ଦେଉଛି। ଏହା ବ୍ୟବହାରକାରୀଙ୍କୁ ସେମାନଙ୍କ ପସନ୍ଦର ଭାଷାରେ ଯେକୌଣସି ବିଷୟ ପଢିବାକୁ ସୁଯୋଗ ଦେଉଛି।

ଇଜି ଆଣ୍ଡ ସ୍ମାର୍ଟ କ୍ୟାମେରା: ହ୍ୟାଣ୍ଡସେଟରେ ଏକ ସ୍ମାର୍ଟ ଓ ଶକ୍ତିଶାଳୀ କ୍ୟାମେରା ଅଛି ଯାହା ପୋଟ୍ରେଟ୍ ମୋଡ ଭଳି ବିବିଧ ଫଟୋ ଉଠାଇବା ମୋଡକୁ ସମର୍ଥନ କରୁଛି ତଥା ବ୍ୟବହାରକାରୀଙ୍କୁ ଆପେଆପେ ଝାପସା ହୋଇଯାଉଥିବା ପୃଷ୍ଠଭୂମିରେ ଭଲ ରିଜଲ୍ୟୁସନ୍‌ର ଫଟୋ ଉଠାଇବା ସୁଯୋଗ ଦେଉଛି। ନାଇଟ୍ ମୋଡ ବ୍ୟବହାରକାରୀଙ୍କୁ କମ୍ ଆଲୋକରେ ମଧ୍ୟ ଭଲ ରିଜଲ୍ୟୁସନ୍‌ର ଫଟୋ ଉତୋଳନ କରିବାକୁ ସୁଯୋଗ ଦେଉଛି। କ୍ୟାମେରା ଆପ୍ ଭାବପ୍ରବଣତା ଏବଂ ପାର୍ବଣ ସମ୍ପର୍କିତ ଫଟୋ ସମୃଦ୍ଧ କରିବାକୁ ଭାରତୀୟତା ବୈଶିଷ୍ଟ୍ୟ ଥିବା ରିଅଲିଟି ଫିଲଟର ସହିତ ପୂର୍ବରୁ ଲୋଡ୍ ହୋଇ ଆସୁଛି।

ଜିଓ ଓ ଗୁଗଲ ଆପ୍ ସମୂହ ପ୍ରିଲୋଡେଡ: ଏହି ହ୍ୟାଣ୍ଡ୍‌ସେଟ ସମସ୍ତ ଉପଲବ୍ଧ ଆଣ୍ଡ୍ରଏଡ ଆପ୍‌କୁ ସମର୍ଥନ କରୁଛି ଯାହାକୁ ବ୍ୟବହାରକାରୀ ଡାଉନଲୋଡ କରି ତାଙ୍କ ହ୍ୟାଣ୍ଡସେଟରେ ଗୁଗଲ ପ୍ଲୋ ଷ୍ଟୋର ଜରିଆରେ ବ୍ୟବହାର କରିପାରିବେ ଏବଂ ଏହା ସେମାନଙ୍କୁ ପ୍ଲେ ଷ୍ଟୋରରେ ଉପଲବ୍ଧ ଲକ୍ଷ ଲକ୍ଷ୍ ଆପ ମଧ୍ୟରୁ ପସନ୍ଦ କରିବାର ସ୍ୱାଧୀନତା ପ୍ରଦାନ କରୁଛି। ଏହା ମଧ୍ୟ ଏକାଧିକ ଜିଓ ଏବଂ ଗୁଗଲ ଆପ୍ ସହ ପୂର୍ବରୁ ଲୋଡ୍ ହୋଇ ଆସୁଛି।

ଅଟୋମାଟିକ ସଫ୍ଟୱେର ଅପଗ୍ରେଡ୍‌: ଜିଓଫୋନ ନେକ୍ସଟ୍ ଆପେ ଆପେ ସଫ୍ଟୱେର ଅପ୍‌ଡେଟ୍ କରିବା ପାଇଁ ନିଜକୁ ପ୍ରସ୍ତୁତ କରି ରଖିଛି। ସମୟକ୍ରମେ ସର୍ବାଧୁନିକ ବୈଶିଷ୍ଟ୍ୟ ଆପେ ଆପେ ପ୍ରଦାନ କରିବା ସହିତ ଏହି ଅନୁଭୂତି ଅଧିକ ଉନ୍ନତ ହେବାକୁ ଯାଉଛି। ଏହା ମଧ୍ୟ ସୁରକ୍ଷା ଅପ୍‌ଡେଟ ସହିତ ଆସୁଛି ଯାହା ଏକ ତ୍ରୁଟିଶୂନ୍ୟ ଅନୁଭୂତି ସୁନିଶ୍ଚିତ କରୁଛି।

ଅଭୁତପୂର୍ବ ବ୍ୟାଟେରୀ ଲାଇଫ: ନୂଆକରି ଡିଜାଇନ କରାଯାଇଥିବା ପ୍ରଗତି ଓଏସ୍ ଆଣ୍ଡ୍ରଏଡ ଦ୍ୱାରା ପରିଚାଳିତ ହେଉଥିବାବେଳେ ଦୀର୍ଘ ବ୍ୟାଟେରୀ କାର୍ଯ୍ୟକାଳ ସୁନିଶ୍ଚିତ କରିବା ସହିତ ସର୍ବୋଚ୍ଚ ପ୍ରଦର୍ଶନ କରୁଛି।

ଉନ୍ମୋଚନ ଜିଓ ଦୀପାବଳୀ ରିଲାଏନ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବେଆଇନ ଘେରିମୁକ୍ତ କରିବା ପାଇଁ ଭଙ୍ଗାଗଲା ଶହ ଶହ ଚିଙ୍ଗୁଡ଼ି ଘେରି

November 10, 2026

ରାସ୍ତା ପ୍ରଶସ୍ତିକରଣ ପାଇଁ ଅର୍ଥ ମଞ୍ଜୁର: ମୁଖ୍ୟମନ୍ତ୍ରୀ ଓ ପୂର୍ତ୍ତ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

November 10, 2026

ପ୍ରଣବ ମୁଖାର୍ଜୀ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଥିଲେ, ଏଥିରେ ଭୁଲ୍ କଣ?: ସୋନିଆଙ୍କୁ ଜବାବ ଦେଲେ ଝିଅ ଶର୍ମିଷ୍ଠା

November 10, 2026

ସାମ୍ବାଦିକଙ୍କ ପାଇଁ ଖୁସି ଖବର: ଖୋଲିଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ପୋର୍ଟାଲ୍

November 10, 2026
Latest News

ଚିଲିକାକୁ ବେଆଇନ ଘେରିମୁକ୍ତ କରିବା ପାଇଁ ଭଙ୍ଗାଗଲା ଶହ ଶହ ଚିଙ୍ଗୁଡ଼ି ଘେରି

November 10, 2026

ରାସ୍ତା ପ୍ରଶସ୍ତିକରଣ ପାଇଁ ଅର୍ଥ ମଞ୍ଜୁର: ମୁଖ୍ୟମନ୍ତ୍ରୀ ଓ ପୂର୍ତ୍ତ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

November 10, 2026

ପ୍ରଣବ ମୁଖାର୍ଜୀ ପ୍ରଧାନମନ୍ତ୍ରୀ ହେବାକୁ ଚାହୁଁଥିଲେ, ଏଥିରେ ଭୁଲ୍ କଣ?: ସୋନିଆଙ୍କୁ ଜବାବ ଦେଲେ ଝିଅ ଶର୍ମିଷ୍ଠା

November 10, 2026

ସାମ୍ବାଦିକଙ୍କ ପାଇଁ ଖୁସି ଖବର: ଖୋଲିଲା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ପୋର୍ଟାଲ୍

November 10, 2026

ମଧୁବାବୁ ପେନସନ୍ ଯୋଜନାରେ ୫ ଲକ୍ଷରୁ ଅଧିକ ନୂଆ ହିତାଧିକାରୀ: ଭତ୍ତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

November 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.