Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଶା ଅମ୍ବାନିଙ୍କୁ “ସ୍ମିଥ୍‌ସୋନିୟନ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ’ର ବୋର୍ଡରେ ନିଯୁକ୍ତି
ଆଜିର ଖବର

ଇଶା ଅମ୍ବାନିଙ୍କୁ “ସ୍ମିଥ୍‌ସୋନିୟନ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ’ର ବୋର୍ଡରେ ନିଯୁକ୍ତି

October 29, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆମେରିକାର ୱାସିଂଟନ ଡିସି ସ୍ଥିତ ସ୍ମିଥ୍‌ସୋନିୟନ୍ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟର ବୋର୍ଡରେ ଇଶା ଅମ୍ବାନିଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ସେ ହେଉଛନ୍ତି ବୋର୍ଡର ସବୁଠୁ କମ୍ ବୟସର (ଯୁବ) ସଦସ୍ୟା। ଚାରି ବର୍ଷ ଅବଧି ପାଇଁ ତାଙ୍କୁ ବୋର୍ଡରେ ନିଯୁକ୍ତି ମିଳିଛି। ଇଶାଙ୍କ ବ୍ୟତୀତ ଏହି ବୋର୍ଡରେ କ୍ୟାରୋଲିନ୍ ବ୍ରେହମ୍ ଓ ଫିଟର କିମେଲ୍‌ମ୍ୟାନ୍‌ଙ୍କୁ ମଧ୍ୟ ନିଯୁକ୍ତି ପ୍ରଦାନ କରାଯାଇଛି।

ଏହି ୧୭ ଜଣିଆ ସଦସ୍ୟ ବିଶିଷ୍ଟ ବୋର୍ଡରେ ଆମେରିକାର ଉପରାଷ୍ଟ୍ରପତି, ଆମେରିକାର ପ୍ରଧାନ ବିଚାରପତି, ଆମେରିକା ସିନେଟର ତିନି ଜଣ ସଦସ୍ୟ ଓ ଆମେରିକା ହାଉସ୍ ଅଫ ରିପ୍ରେଜେଟେଂଟିଭ୍‌ର ତିନି ଜଣ ସଦସ୍ୟ ସାମିଲ ରହିଛନ୍ତି। ଏଥିରୁ ଏହି ବୋର୍ଡ କେତେ ଗୁରୁତ୍ୱପୂର୍ଣ୍ଣ ତାହାର ଅନୁମାନ ଲଗାଯାଇପାରିବ।

ସ୍ମିଥ୍‌ସୋନିୟନ୍ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ ପକ୍ଷରୁ ଇଶା ଅମ୍ବାନିଙ୍କ ବିଷୟରେ କୁହାଯାଇଛି ଯେ ଭାରତରେ ଯେଉଁ ଡିଜିଟାଲ୍ ବିପ୍ଳବ ଆସିଛି ସେ ତାହାର ନେତୃତ୍ୱ ନେଉଛନ୍ତି। ସେ ହେଉଛନ୍ତି ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ର ନିର୍ଦ୍ଦେଶିକା। ଜିଓ ପ୍ଲାଟଫର୍ମସ୍ ପାଇଁ ପୁଞ୍ଜିନିବେଶ ଯୋଗାଡ଼ କରିବା ଲାଗି ଯେଉଁ ଟିମ୍ କାର୍ଯ୍ୟ କରୁଥିଲା ସେ ତାହାର ସଦସ୍ୟା ଥିଲେ। ଏହି ଟିମ୍ ଫେସବୁକ୍‌ର ୫.୭ ବିଲିଅନ ଡଲାର ପୁଞ୍ଜିନିବେଶ ଆଣିବା ବୁଝାମଣା କରିଥିଲା। ଫେସନ ପୋର୍ଟାଲ୍ ଆଜିଓ ଡଟ୍ କମ୍‌ର ଶୁଭାରମ୍ଭ ପଛରେ ମଧ୍ୟ ଇଶାଙ୍କ ହାତ ରହିଛି। ଇ-କମର୍ସ ସଂସ୍ଥା ଜିଓ ମାର୍ଟର ମଧ୍ୟ ସେ ଦେଖାଶୁଣା କରୁଛନ୍ତି। ତାଙ୍କ ପାଖରେ ୟେଲ୍ ବିଶ୍ୱବିଦ୍ୟାଳୟ ଓ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟର ଡିଗ୍ରି ରହିଛି ଏବଂ ସେ ନ୍ୟୁୟର୍କର ମେକିନ୍ସେ ଆଣ୍ଡ୍ କଂପାନିରେ ବିଜନେସ୍ ଆନାଲିଷ୍ଟ୍ ଭାବେ କାର୍ଯ୍ୟ କରିଥିଲେ।

ସଂଗ୍ରହାଳୟର ନିର୍ଦ୍ଦେଶକ ଚେସ୍ ଏଫ୍ ରବିନ୍‌ସନ୍ କହିଛନ୍ତି ଯେ “ସଂଗ୍ରହାଳୟରେ ନିଜର ସହଯୋଗୀ ଭାବେ ବୋର୍ଡକୁ ଏହି ସଦସ୍ୟମାନଙ୍କୁ ସ୍ୱାଗତ କରୁଥିବାରୁ ମୋତେ ବହୁତ ଖୁସି ଲାଗୁଛି। ବୋର୍ଡର ଏହି ନୂଆ ସଦସ୍ୟମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି। ଏହି ପ୍ରତିଭାଶାଳୀ ଓ ନୂଆ ସଦସ୍ୟମାନଙ୍କ ଲକ୍ଷ୍ୟ ଓ ଉତ୍ସାହ ଆମର ସଂଗ୍ରହ ଓ ବିଶେଷଜ୍ଞତାକୁ ଆହୁରି ଅଧିକ ସମ୍ମୋହକ କରିପାରିବ। ଆମର ସଂଗ୍ରହକୁ ସଂପ୍ରସାରଣ କରିବା ଏବଂ ଏସୀୟ କଳା ଓ ସଂସ୍କୃତିକୁ ଭଲ ଭାବେ ବୁଝିବା ଲାଗି ଆମର ପ୍ରାୟସକୁ ଏହା ତ୍ୱରାନ୍ୱିତ କରିବ।’’

୧୯୨୩ରେ ସ୍ଥାପନ କରାଯାଇଥିବା ସ୍ମିଥ୍‌ସୋନିୟନ ନ୍ୟାସନାଲ୍ ମ୍ୟୁଜିୟମ୍ ଅଫ୍ ଏସିଆନ୍ ଆର୍ଟ ନିଜର ଆସାଧାରଣ ସଂଗ୍ରହ, ପ୍ରଦର୍ଶନୀ, ଅନୁସନ୍ଧାନ, କଳା ସଂରକ୍ଷଣ ଓ ସଂରକ୍ଷଣ ବିଜ୍ଞାନରେ ନିଜ ସଦସ୍ୟଙ୍କ ପୁରୁଣା ପରମ୍ପରା ଓ ଉତ୍କୃଷ୍ଟତା ଯୋଗୁଁ ଆନ୍ତର୍ଜାତିକ ପ୍ରତିଷ୍ଠା ହାସଲ କରିଛି। ୨୦୨୩ରେ ସଂଗ୍ରହାଳୟ ନିଜ ଶତବାର୍ଷିକୀ ପାଳନ କରିବାକୁ ପ୍ରସ୍ତୁତ ହେଉଛି। ଏଭଳି ସମୟରେ ନୂଆ ବୋର୍ଡକୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବାକୁ ପଡ଼ିବ।

ଇଶା ଅମ୍ବାନି ନିଯୁକ୍ତି ପ୍ରଦାନ
Share. Facebook Twitter LinkedIn Email WhatsApp Copy Link

Related Posts

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026
Latest News

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.