Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମିଶନଶକ୍ତି ମା’ଙ୍କୁ ଜୀବିକା: ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟରୁ ତିଆରି ହେଉଛି ସୁଆଦିଆ ଜଳଖିଆ
ବିଶେଷ ଖବର

ମିଶନଶକ୍ତି ମା’ଙ୍କୁ ଜୀବିକା: ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟରୁ ତିଆରି ହେଉଛି ସୁଆଦିଆ ଜଳଖିଆ

October 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଖୋଲିଲା ପ୍ରଥମ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର। ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଏବଂ ମିଶନଶକ୍ତି ବିଭାଗ ଆନୁକୂଲ୍ୟରେ ରାଜଗାଙ୍ଗପୁରଠାରେ ଶନିବାର ଦିନ ଏହି ଟିଫିନ୍ ସେଣ୍ଟର ଖୋଲିଛି। ସ୍ଥାନୀୟ ଡାକୁୱା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ଏହାର ପରିଚାଳନା ଦାୟିତ୍ୱ ଦିଆଯାଇଛି। ମିଶନଶକ୍ତି ମା’ମାନେ ପୁଷ୍ଟିଶସ୍ୟରୁ ବିଭିନ୍ନ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରିବା ସହ ଏହାକୁ ବିକ୍ରି କରି ଭଲ ଦି’ ପଇସା ରୋଜଗାର କରିପାରିବେ।

ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର ଖୋଲିବା ଅବସରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ପୁଷ୍ଟିଶସ୍ୟରୁ ଇଡଲି, ବରା, ପକଡ଼ି, ପୁରି, ଗୁଲାବଜାମୁନ୍, ଖିରି ଆଦି ଖାଦ୍ୟ ପ୍ରସ୍ତୁତ କରିଥିଲେ। ଏହି ଖାଦ୍ୟକୁ ସ୍ଥାନୀୟ ଜନସାଧାରଣ ଏବଂ ଉପସ୍ଥିତ ଅତିଥିମାନ ପ୍ରଶଂସା କରିଥିଲେ। ରାଜଗାଙ୍ଗପୁର ଭଳି ଜିଲ୍ଲାର ବିଭିନ୍ନ ସ୍ଥାନରେ ୮୧ଟି ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର ଏବଂ ମିଲେଟ୍ ଆଉଟଲେଟ୍ ଖୋଲିବାକୁ ପ୍ରଶାସନ ଲକ୍ଷ୍ୟ ରଖିଛି। ଏହାର ପରିଚାଳନା ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ଆବଶ୍ୟକ ତାଲିମ୍ ଦିଆଯାଉଛି।
ଅନେକ ଛାତ୍ରଛାତ୍ରୀ, ଯୁବପିଢ଼ି, ଶ୍ରମଜୀବୀମାନେ ଜଳଖିଆ ପାଇଁ ବିଭିନ୍ନ ଦୋକାନ ଉପରେ ନିର୍ଭର କରୁଥିଲେ। ଏବେ ସେମାନଙ୍କ ପାଇଁ ମିଲେଟ୍ ଶକ୍ତି ଟିଫିନ ସେଣ୍ଟର ବିଶେଷ ସହାୟକ ହେବ। କାରଣ ସେମାନେ, ଏହି କେନ୍ଦ୍ରରୁ ମାଣ୍ଡିଆ ଏବଂ ଅନ୍ୟାନ୍ୟ ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ପୁଷ୍ଟିକର ତଥା ରୁଚିକର ଜଳଖିଆ ପାଇପାରିବେ।

‘‘ପୁଷ୍ଟିଶସ୍ୟରୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ସମ୍ପର୍କରେ ଆମକୁ ତାଲିମ୍ ଦିଆଯାଇଥିଲା। ଆମ ଗୋଷ୍ଠୀର ୧୩ ଜଣ ସଦସ୍ୟ ତାଲିମ୍ ନେଇଥିଲୁ। ଏବେ ପୁଷ୍ଟିଶସ୍ୟରୁ ବିଭିନ୍ନ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରି ବିକ୍ରି କରିବୁ। ଏଥିରୁ ଯାହା ରୋଜଗାର ହେବ ସେଥିରେ ଆମେ ଆମ ଘର ଚଳାଇବୁ। ଆମ ପାଇଁ ଏହା ନୂଆ କାମ ହୋଇଥିଲେ ମଧ୍ୟ ଆମେ ଏହାକୁ ଆଗ୍ରହର ସହ କରୁଛୁ’’ କହିଛନ୍ତି ଡାକୁୱା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସମ୍ପାଦିକା ଚିତ୍ରଲେଖା ଗୌଡ଼।

ଓଡ଼ିଶା ପୁଷ୍ଟିଶସ୍ୟ ମିଶନର ଆଞ୍ଚଳିକ ସଂଯୋଜକ ରାମଚନ୍ଦ୍ର ତୁଷ କହିଛନ୍ତି ଯେ, ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ହେଉଥିବା ଖାଦ୍ୟର ଚାହିଦା ବଢ଼ିବାରେ ଲାଗିଛି। ଏହିସବୁ ଖାଦ୍ୟକୁ ଲୋକପ୍ରିୟ କରିବା ପାଇଁ ଏବଂ ପୁଷ୍ଟିକର ଗୁଣ ସମ୍ପର୍କରେ ଲୋକମାନଙ୍କୁ ସଚେତନ କରିବା ଲାଗି ଟିଫିନ୍ ସେଣ୍ଟ ଖୋଲାଯାଉଛି। ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ଏଭଳି ସେଣ୍ଟର ଖୋଲାଯିବ। ରାଉରକେଲାରେ ଏକ ମିଲେଟ୍ କାଫେ ଖୋଲିବାକୁ ଯୋଜନା ରହିଛି।

ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ସୁନ୍ଦରଗଡ଼ ଜିଲ୍ଲାର ସର୍ବାଧିକ ୧୧ଟି ବ୍ଲକରେ ବର୍ତ୍ତମାନ ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରାଯାଉଛି। ଚଳିତ ବର୍ଷ ୫,୨୩୦ ହେକ୍ଟର ଜମିରେ ୧୬ ହଜାରରୁ ଅଧିକ ଚାଷୀ ପୁଷ୍ଟିଶସ୍ୟ ଚାଷ କରିଛନ୍ତି। ଏବର୍ଷ ୨୪ ହଜାର ୬୦୦ କୁଇଣ୍ଟାଲ ପୁଷ୍ଟିଶସ୍ୟ ଅମଳ କରିବାର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟରେ ପ୍ରଚୁର ପୋଷଣ ଶକ୍ତି ରହିଛି। ତେଣୁ ଏହି ପୁଷ୍ଟିଶସ୍ୟକୁ ଚାଷଜମିରୁ ଲୋକଙ୍କ ଖାଦ୍ୟ ଥାଳି ପର୍ଯ୍ୟନ୍ତ ନେବା ପାଇଁ ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସୁନ୍ଦରଗଡ଼ ଜିଲ୍ଲାରେ ୧୧ଟି ବ୍ଲକ ଭିତରୁ ୭ଟି ବ୍ଲକରେ ପୁଷ୍ଟିଶସ୍ୟ ଚାଷ ପାଇଁ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମଏଫ) ଆର୍ଥିକ ସହାୟତା ଯୋଗାଇ ଦେଉଛି। ସେହିପରି ବିଭିନ୍ନ ସ୍ଥାନରେ ମିଲେଟ୍ ଶକ୍ତି ଟିଫିନ୍ ସେଣ୍ଟର ପାଇଁ ଡିଏମଏଫ ଆର୍ଥିକ ସହାୟତା ଯୋଗାଇ ଦେଉଛି।

ରାଜଗାଙ୍ଗପୁରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୱାସନ ଆଞ୍ଚଳିକ ଅଧିକାରୀ ରମଣୀ ରଞ୍ଜନ ନାୟକ, ଝାଡ଼ଖଣ୍ଡ ରାଜ୍ୟ ଜୀବିକା ପ୍ରକଳ୍ପ ଅଧିକାରୀ ଶୁଭକାନ୍ତ ନାୟକ, ବ୍ଲକ କୃଷି ଅଧିକାରୀ ହେମନ୍ତ କୁମାର ଜେନା, ବ୍ଲକ ଉପ କୃଷି ଅଧିକାରୀ ଆଶିଷ ଦାସ, ଓଡ଼ିଶା ପୁଷ୍ଟିଶସ୍ୟ ମିଶନର ଜିଲ୍ଲା ସଂଯୋଜକ ପ୍ରଣମେଶ କର ପ୍ରମୁଖ ଉପସ୍ଥିତ ଥିଲେ।

ଜୀବିକା ମାଣ୍ଡିଆ ମିଶନଶକ୍ତି ରାଜଗାଙ୍ଗପୁର ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନ, ଆଜି ୯୩ ବର୍ଷ ବୟସରେ କଲେ ପଦାର୍ପଣ

August 3, 2026
Latest News

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.