Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜିଠାରୁ ବଜାରରେ ମିଳିଲା ଜିଓର ଶସ୍ତା ସ୍ମାର୍ଟ ଫୋନ, ଜାଣନ୍ତୁ କେମିତି କରିବେ ବୁକିଂ
ବିଶେଷ ଖବର

ଆଜିଠାରୁ ବଜାରରେ ମିଳିଲା ଜିଓର ଶସ୍ତା ସ୍ମାର୍ଟ ଫୋନ, ଜାଣନ୍ତୁ କେମିତି କରିବେ ବୁକିଂ

November 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ବଜାରରେ ମିଳିଲା ଜିଓର ଶସ୍ତା ସ୍ମାର୍ଟ ଫୋନ, ଜାଣନ୍ତୁ କେମିତି କରିବେ ବୁକିଂ

ଭୁବନେଶ୍ୱର: ଜିଓ ଏବଂ ଗୁଗୁଲ ଦ୍ୱାରା ମିଳିତ ଭାବରେ ବିକଶିତ ଶସ୍ତା ସ୍ମାର୍ଟଫୋନ ଜିଓଫୋନ ନେକ୍ସଟ ଦୀପାବଳି ଠାରୁ ଭାରତୀୟ ବଜାରରେ ଉପଲବ୍ଧ ହେବ ବୋଲି ଉଭୟ କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଛି। ରିଲାଏନ୍ସ ରିଟେଲର ବିସ୍ତୃତ ଜିଓମାର୍ଟ ଡିଜିଟାଲ ନେଟୱାର୍କ ସ୍ଥଳଗୁଡିକରେ ଏହା ଉପଲବ୍ଧ ହେବ।

ଗ୍ରାହକ ମାନେ ଏହି ଫୋନ ମାତ୍ର ୧୯୯୯ ଟଙ୍କା ପଇଠ କରି ୧୮ କିମ୍ବା ୨୪ ମାସର ସହଜ କିସ୍ତିରେ ପାଇପାରିବେ। ଜିଓଫୋନ ନେକ୍ସଟ କୁ କମ୍ପାନୀ ପକ୍ଷରୁ ସ୍ୱତନ୍ତ୍ର ପ୍ଲାନ ସହିତ ବଂଡଲ କରି ଆକର୍ଷଣୀୟ ଅଫର ଦିଆଯାଉଛି ଯାହାଦ୍ୱାରା ଗ୍ରାହକ ପ୍ଲାନ ସହିତ ସହଜରେ ଫୋନର କିସ୍ତି ମଧ୍ୟ ପୁରଣ କରିପାରିବେ।

କିସ୍ତିରେ କିଣିବାକୁ ଇଛୁକ ଗ୍ରାହକଙ୍କ ଆବଶ୍ୟକତା ଅନୁଯାୟୀ କମ୍ପାନୀ ପକ୍ଷରୁ ମାସିକ ୩୦୦ ଟଙ୍କାରୁ ଆରମ୍ଭ କରି ୬୦୦ ଟଙ୍କା ପର୍ଯ୍ୟନ୍ତ ବିଭିନ୍ନ ବଂଡଲ ପ୍ଲାନ ଘୋଷଣା କରାଯାଇଛି। ତେବେ ସହଜ କିସ୍ତି ବଦଳରେ ସିଧାସଳଖ ଜିଓଫୋନ ନେକ୍ସଟ କିଣିବାକୁ ଚାହୁଁଥିବା ଗ୍ରାହକ ଏକକାଳୀନ ୬୪୯୯ ଟଙ୍କାରେ ଏହା କିଣିପାରିବେ।

ଡୁଆଲ ସିମ ସୁବିଧା ରହିଥିବା ଜିଓଫୋନ ନେକ୍ସଟରେ ରହିଛି ଅନେକ ଅଭିନବ ଓ ଆକର୍ଷଣୀୟ ଫିଚର। ଏହି ଫୋନରେ ୫.୪୫ ଇଞ୍ଚର ଏଚଡ଼ି ଟଚସ୍କ୍ରିନ ସହିତ କର୍ଣ୍ଣର ଗରିଲା ଗ୍ଲାସ-୩ ରହିଛି। ଏଥିସହିତ ୨ ଜିବି ରାମ, ୬୪ ବିଟ ସିପିୟୁ ସହିତ କ୍ୱାଡ଼କୋର କ୍ୟୁଏମ୨୧୫ ଚିପସେଟ ଏବଂ ୩୨ ଜିବି ଅନ୍ତର୍ନିହିତ ମେମୋରୀ ସାଙ୍ଗକୁ ୫୧୨ ଜିବି ପର୍ଯ୍ୟନ୍ତ ବର୍ଦ୍ଧିତ ହୋଇପାରିବା ଭଳି ଏସଡ଼ି କାର୍ଡ ପାଇଁ ସ୍ୱତନ୍ତ୍ର ସ୍ଥାନ ରହିଛି।

ଜିଓଫୋନ ନେକ୍ସଟରେ ସବୁଠାରୁ ଭଲ ରହିଛି କ୍ୟାମେରା ଓ ବ୍ୟାଟେରୀ କ୍ଷମତା। ୧୩ ମେଗା ପିକ୍ସେଲ ପଛ କ୍ୟାମେରା ଓ ୮ ମେଗା ପିକ୍ସେଲ ସାମ୍ନା ସେଲ୍ଫି କ୍ୟାମେରା ସାଙ୍ଗକୁ ନାଇଟ ମୋଡ଼, ପୋଟ୍ରେଟ ମୋଡ଼ ତଥା ଏଚଡ଼ିଆର ମୋଡ଼ ଫିଚର ସହିତ ଦୀପାବଳି ଭଳି ଭାରତୀୟ ପର୍ବପର୍ବାଣି ପାଇଁ ସ୍ୱତନ୍ତ୍ର ଫିଲ୍ଟର ଉପଲବ୍ଧ ରହିଛି। ଏହି ଫୋନରେ ୩୫୦୦ ଏମଏଚ ର ବ୍ୟାଟେରୀ ରହିଛି ଯାହା ସାଧାରଣ ବ୍ୟବହାର କ୍ଷେତ୍ରରେ ଥରେ ସମ୍ପୂର୍ଣ୍ଣ ଚାର୍ଜରେ ୩୬ ଘଂଟା ଚାଲିପାରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।

ଜିଓ ଓ ଗୁଗୁଲ ପକ୍ଷରୁ ମିଳିତ ଭାବେ ବିକଶିତ ଏହି ଫୋନରେ ଜିଓ ଓ ଗୁଗୁଲର ସମସ୍ତ ଆପ୍ପ ଅପଟିମାଈଜ ହୋଇ ପ୍ରି-ଲୋଡେଡ଼ ରହିଛି। ଏଥିସହିତ ସ୍ୱୟଂଚାଳିତ ସଫ୍ଟୱେର ଅପଗ୍ରେଡ଼, ରିଡ଼ ଆଲଉଡ, ଭାଷାନୁବାଦ, ଭଏସ ଆସିଷ୍ଟାଣ୍ଟ ଭଳି ଅନେକ ସୁବିଧା ରହିଛି।

ଜିଓଫୋନ ନେକ୍ସଟ ଜିଓମାର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

Flight Fare Hike Case: ବିମାନ ଟିକେଟ ବୃଦ୍ଧି ନେଇ ସରକାରଙ୍କୁ ନୋଟିସ କଲେ ସୁପ୍ରିମକୋର୍ଟ

November 18, 2025

ଓଡିଆ ସଂଗୀତ ଜଗତ ପାଇଁ ଦୁଃଖ ଖବର, ଶେଷ ନିଃଶ୍ବାସ ତ୍ୟାଗ କଲେ ହ୍ୟୁମାନ ସାଗର

November 17, 2025

ନୂଆପଡା ଉପନିର୍ବାଚନକୁ ନେଇ ବିସ୍ପୋରକ କଥା କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

November 17, 2025

JioHotstar: ଜିଓହଟଷ୍ଟାରରେ ବନତାରାର କାହାଣୀ, ଟ୍ରେଣ୍ଡିଂ କରୁଛି ଏହି ଧାରାବାହିକ

November 17, 2025
Latest News

Global Big Cats Summit: ଭାରତରେ ଆୟୋଜିତ ହେବ ଏହି ଜଳବାୟୁ ପରିବର୍ତ୍ତନ ବିଶ୍ବ ସମ୍ମିଳନୀ

November 18, 2025

Flight Fare Hike Case: ବିମାନ ଟିକେଟ ବୃଦ୍ଧି ନେଇ ସରକାରଙ୍କୁ ନୋଟିସ କଲେ ସୁପ୍ରିମକୋର୍ଟ

November 18, 2025

ଇ-ଜାଗୃତି ୨୦୨୫: ଗ୍ରାହକ ନ୍ୟାୟରେ ନୂଆ ମାଇଲ୍‌ଖୁଣ୍ଟ

November 18, 2025

“ଏସୀୟ ବିହନ କଂଗ୍ରେସ ୨୦୨୫”କୁ ଉଦଘାଟନ କଲେ ଶିବରାଜ ସିଂହ ଚୌହାନ

November 18, 2025

ଇଲେକ୍ଟ୍ରୋନିକ୍ସ ଉପକରଣ ଉତ୍ପାଦନ ଯୋଜନା ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ 17ଟି ପ୍ରସ୍ତାବକୁ ମଞ୍ଜୁରୀ

November 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.