Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜିଠାରୁ ବଜାରରେ ମିଳିଲା ଜିଓର ଶସ୍ତା ସ୍ମାର୍ଟ ଫୋନ, ଜାଣନ୍ତୁ କେମିତି କରିବେ ବୁକିଂ
ବିଶେଷ ଖବର

ଆଜିଠାରୁ ବଜାରରେ ମିଳିଲା ଜିଓର ଶସ୍ତା ସ୍ମାର୍ଟ ଫୋନ, ଜାଣନ୍ତୁ କେମିତି କରିବେ ବୁକିଂ

November 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ବଜାରରେ ମିଳିଲା ଜିଓର ଶସ୍ତା ସ୍ମାର୍ଟ ଫୋନ, ଜାଣନ୍ତୁ କେମିତି କରିବେ ବୁକିଂ

ଭୁବନେଶ୍ୱର: ଜିଓ ଏବଂ ଗୁଗୁଲ ଦ୍ୱାରା ମିଳିତ ଭାବରେ ବିକଶିତ ଶସ୍ତା ସ୍ମାର୍ଟଫୋନ ଜିଓଫୋନ ନେକ୍ସଟ ଦୀପାବଳି ଠାରୁ ଭାରତୀୟ ବଜାରରେ ଉପଲବ୍ଧ ହେବ ବୋଲି ଉଭୟ କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଛି। ରିଲାଏନ୍ସ ରିଟେଲର ବିସ୍ତୃତ ଜିଓମାର୍ଟ ଡିଜିଟାଲ ନେଟୱାର୍କ ସ୍ଥଳଗୁଡିକରେ ଏହା ଉପଲବ୍ଧ ହେବ।

ଗ୍ରାହକ ମାନେ ଏହି ଫୋନ ମାତ୍ର ୧୯୯୯ ଟଙ୍କା ପଇଠ କରି ୧୮ କିମ୍ବା ୨୪ ମାସର ସହଜ କିସ୍ତିରେ ପାଇପାରିବେ। ଜିଓଫୋନ ନେକ୍ସଟ କୁ କମ୍ପାନୀ ପକ୍ଷରୁ ସ୍ୱତନ୍ତ୍ର ପ୍ଲାନ ସହିତ ବଂଡଲ କରି ଆକର୍ଷଣୀୟ ଅଫର ଦିଆଯାଉଛି ଯାହାଦ୍ୱାରା ଗ୍ରାହକ ପ୍ଲାନ ସହିତ ସହଜରେ ଫୋନର କିସ୍ତି ମଧ୍ୟ ପୁରଣ କରିପାରିବେ।

କିସ୍ତିରେ କିଣିବାକୁ ଇଛୁକ ଗ୍ରାହକଙ୍କ ଆବଶ୍ୟକତା ଅନୁଯାୟୀ କମ୍ପାନୀ ପକ୍ଷରୁ ମାସିକ ୩୦୦ ଟଙ୍କାରୁ ଆରମ୍ଭ କରି ୬୦୦ ଟଙ୍କା ପର୍ଯ୍ୟନ୍ତ ବିଭିନ୍ନ ବଂଡଲ ପ୍ଲାନ ଘୋଷଣା କରାଯାଇଛି। ତେବେ ସହଜ କିସ୍ତି ବଦଳରେ ସିଧାସଳଖ ଜିଓଫୋନ ନେକ୍ସଟ କିଣିବାକୁ ଚାହୁଁଥିବା ଗ୍ରାହକ ଏକକାଳୀନ ୬୪୯୯ ଟଙ୍କାରେ ଏହା କିଣିପାରିବେ।

ଡୁଆଲ ସିମ ସୁବିଧା ରହିଥିବା ଜିଓଫୋନ ନେକ୍ସଟରେ ରହିଛି ଅନେକ ଅଭିନବ ଓ ଆକର୍ଷଣୀୟ ଫିଚର। ଏହି ଫୋନରେ ୫.୪୫ ଇଞ୍ଚର ଏଚଡ଼ି ଟଚସ୍କ୍ରିନ ସହିତ କର୍ଣ୍ଣର ଗରିଲା ଗ୍ଲାସ-୩ ରହିଛି। ଏଥିସହିତ ୨ ଜିବି ରାମ, ୬୪ ବିଟ ସିପିୟୁ ସହିତ କ୍ୱାଡ଼କୋର କ୍ୟୁଏମ୨୧୫ ଚିପସେଟ ଏବଂ ୩୨ ଜିବି ଅନ୍ତର୍ନିହିତ ମେମୋରୀ ସାଙ୍ଗକୁ ୫୧୨ ଜିବି ପର୍ଯ୍ୟନ୍ତ ବର୍ଦ୍ଧିତ ହୋଇପାରିବା ଭଳି ଏସଡ଼ି କାର୍ଡ ପାଇଁ ସ୍ୱତନ୍ତ୍ର ସ୍ଥାନ ରହିଛି।

ଜିଓଫୋନ ନେକ୍ସଟରେ ସବୁଠାରୁ ଭଲ ରହିଛି କ୍ୟାମେରା ଓ ବ୍ୟାଟେରୀ କ୍ଷମତା। ୧୩ ମେଗା ପିକ୍ସେଲ ପଛ କ୍ୟାମେରା ଓ ୮ ମେଗା ପିକ୍ସେଲ ସାମ୍ନା ସେଲ୍ଫି କ୍ୟାମେରା ସାଙ୍ଗକୁ ନାଇଟ ମୋଡ଼, ପୋଟ୍ରେଟ ମୋଡ଼ ତଥା ଏଚଡ଼ିଆର ମୋଡ଼ ଫିଚର ସହିତ ଦୀପାବଳି ଭଳି ଭାରତୀୟ ପର୍ବପର୍ବାଣି ପାଇଁ ସ୍ୱତନ୍ତ୍ର ଫିଲ୍ଟର ଉପଲବ୍ଧ ରହିଛି। ଏହି ଫୋନରେ ୩୫୦୦ ଏମଏଚ ର ବ୍ୟାଟେରୀ ରହିଛି ଯାହା ସାଧାରଣ ବ୍ୟବହାର କ୍ଷେତ୍ରରେ ଥରେ ସମ୍ପୂର୍ଣ୍ଣ ଚାର୍ଜରେ ୩୬ ଘଂଟା ଚାଲିପାରିବ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।

ଜିଓ ଓ ଗୁଗୁଲ ପକ୍ଷରୁ ମିଳିତ ଭାବେ ବିକଶିତ ଏହି ଫୋନରେ ଜିଓ ଓ ଗୁଗୁଲର ସମସ୍ତ ଆପ୍ପ ଅପଟିମାଈଜ ହୋଇ ପ୍ରି-ଲୋଡେଡ଼ ରହିଛି। ଏଥିସହିତ ସ୍ୱୟଂଚାଳିତ ସଫ୍ଟୱେର ଅପଗ୍ରେଡ଼, ରିଡ଼ ଆଲଉଡ, ଭାଷାନୁବାଦ, ଭଏସ ଆସିଷ୍ଟାଣ୍ଟ ଭଳି ଅନେକ ସୁବିଧା ରହିଛି।

ଜିଓଫୋନ ନେକ୍ସଟ ଜିଓମାର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଇବୋଲା ପ୍ରକୋପକୁ ଅନ୍ତର୍ଜାତୀୟ ସାର୍ବଜନୀନ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କଲା ଡବ୍ଲ୍ୟୁଏଚଓ

May 24, 2026

ଆସନ୍ତାକାଲି ଓଡ଼ିଶାରୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହେବେ ଡକ୍ଟର ମହେନ୍ଦ୍ର ମିଶ୍ର

May 24, 2026

ଅବୈଧ ବାଂଲାଦେଶୀମାନଙ୍କର ବଢିଲା ସମସ୍ୟା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ନେଲେ ବଡ଼ ନିଷ୍ପତ୍ତି

May 24, 2026

ନୀବନ ପଟ୍ଟନାୟକଙ୍କୁ ହଠାତ୍ ଦେଖିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ତାପରେ….

May 24, 2026
Latest News

ବିଚ ରାସ୍ତାରେ ଗୋଡାଇ ଗୋଡାଇ ଯୁବକକୁ ହାଣିଲେ

May 24, 2026

ଯୁବକଙ୍କୁ ତଣ୍ଟି କାଟି ହତ୍ୟା

May 24, 2026

କିଭ ଉପରେ ରୁଷିଆର ପ୍ରଚଣ୍ଡ ଆକ୍ରମଣ

May 24, 2026

ଦିନ ୧୧ଟାରୁ ଅପରାହ୍ନ ୩ଟା ଯାଏଁ କାମ ବନ୍ଦ

May 24, 2026

ଇବୋଲା ପ୍ରକୋପକୁ ଅନ୍ତର୍ଜାତୀୟ ସାର୍ବଜନୀନ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କଲା ଡବ୍ଲ୍ୟୁଏଚଓ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.