Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରୂପେ ଡେବିଟ କାର୍ଡ ଏବଂ କମ ଟଙ୍କାର ଭୀମ-ୟୁପିଆଇ କାରବାରକୁ ପ୍ରୋତ୍ସାହନ ଲାଗି ବିଶେଷ ଯୋଜନାକୁ କ୍ୟାବିନେଟ ମଞ୍ଜୁରି
ବିଶେଷ ଖବର

ରୂପେ ଡେବିଟ କାର୍ଡ ଏବଂ କମ ଟଙ୍କାର ଭୀମ-ୟୁପିଆଇ କାରବାରକୁ ପ୍ରୋତ୍ସାହନ ଲାଗି ବିଶେଷ ଯୋଜନାକୁ କ୍ୟାବିନେଟ ମଞ୍ଜୁରି

December 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ ମଞ୍ଜୁରି
ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ରୂପେ ଡେବିଟ କାର୍ଡ ଏବଂ କମ ଟଙ୍କା (2000 ଟଙ୍କା ପର୍ଯ୍ୟନ୍ତ) ଭୀମ-ୟୁପିଆଇ କାରବାର (ବ୍ୟକ୍ତିଙ୍କ ଠାରୁ ବ୍ୟବସାୟୀ-ପି2ଏମ)କୁ ଦେଶରେ ପ୍ରୋତ୍ସାହିତ କରିବା ଲାଗି ଏକ ଯୋଜନାକୁ ଅନୁମୋଦନ କରିଛନ୍ତି।

ଏହି ଯୋଜନା ଅଧୀନରେ, ରୂପେ ଡେବିଟ କାର୍ଡ ଜରିଆରେ କରାଯାଉଥିବା କାରବାର ଏବଂ କମ ମୂଲ୍ୟର ଭୀମ-ୟୁପିଆଇ ପେମେଣ୍ଟ ମାଧ୍ୟମକୁ ଆପଣାଉଥିବା ବ୍ୟାଙ୍କଗୁଡ଼ିକୁ ସରକାର ଆର୍ଥିକ ପ୍ରୋତ୍ସାହନ ଦେବେ। ସେମାନଙ୍କୁ କାରବାର ପରିମାଣର କିଛି ପ୍ରତିଶତ ଆର୍ଥିକ ପ୍ରୋତ୍ସାହନ ଆକାରରେ ଦିଆଯିବ। ଏପ୍ରିଲ 01, 2021 ଠାରୁ ଲାଗୁ ଗୋଟିଏ ବର୍ଷର ଅବଧି ପାଇଁ ଏହି ଯୋଜନାରେ ମୋଟ 1,300 କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

ଏହି ଯୋଜନାକୁ ଆପଣାଉଥିବା ବ୍ୟାଙ୍କଗୁଡ଼ିକରେ ଦୃଢ଼ ଡିଜିଟାଲ ପେମେଣ୍ଟ ଇକୋସିଷ୍ଟମକୁ ସୁଦୃଢ଼ କରିବାର ସୁବିଧା ଯୋଗାଇ ଦିଆଯିବ। ଏହା ସମାଜର ସମସ୍ତ କ୍ଷେତ୍ର ତଥା ବିଭିନ୍ନ ବର୍ଗର ଜନସାଧାରଣଙ୍କ ମଧ୍ୟରେ ରୂପେ ଡେବିଟ କାର୍ଡ ଏବଂ ଭୀମ-ୟୁପିଆଇ ଡିଜିଟାଲ କାରବାରକୁ ପ୍ରୋତ୍ସାହିତ କରିବ। ଦେଶରେ ଡିଜିଟାଲ ପେମେଣ୍ଟ ବ୍ୟବସ୍ଥା ସୁଦୃଢ଼ ହେବ।

ଫଳରେ ସମାଜର ଗରିବ ଏବଂ ଔପଚାରିକ ବ୍ୟାଙ୍କ ସେବା ଓ ଆର୍ଥିକ ବ୍ୟବସ୍ଥା ଠାରୁ ଅପହଞ୍ଚ ସ୍ଥିତିରେ ଥିବା ଲୋକମାନେ ଡିଜିଟାଲ ମାଧ୍ୟମରେ ଅର୍ଥ ପଇଠ କରିବାର ସୁବିଧା ପାଇପାରିବେ।

ଭାରତରେ ଆଜି ବିଶ୍ବର ଅନ୍ୟତମ ଦକ୍ଷ ଡିଜିଟାଲ ପେମେଣ୍ଟ ବଜାର ରହିଛି। ଭାରତ ସରକାର ଏବଂ ଡିଜିଟାଲ ପେମେଣ୍ଟ ଇକୋସିଷ୍ଟମରେ ରହିଥିବା ବିଭିନ୍ନ ସଂସ୍ଥାଗୁଡ଼ିକର ନବୋନ୍ମେଷ କାରଣରୁ ଏହା ସମ୍ଭବପର ହୋଇପାରିଛି। ଏହି ଯୋଜନା ଫିନଟେକ କ୍ଷେତ୍ରରେ ଗବେଷଣା ଓ ବିକାଶକୁ ତ୍ବରାନ୍ବିତ କରିବ। ଦେଶର ବିଭିନ୍ନ ପ୍ରାନ୍ତରେ ଡିଜିଟାଲ ପେମେଣ୍ଟକୁ ବିସ୍ତାରିତ କରିବାରେ ସରକାରଙ୍କୁ ବିଶେଷ ଭାବେ ସହାୟକ ହୋଇପାରିବ।

କେନ୍ଦ୍ର କ୍ୟାବିନେଟ ଡିଜିଟାଲ ପେମେଣ୍ଟ ନରେନ୍ଦ୍ର ମୋଦୀ ଭୀମ-ୟୁପିଆଇ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.