Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତାରେ ଓଡିଶାର ସଫଳତା, ୧୦ଟି ସ୍ୱର୍ଣ୍ଣ ଓ ୧୮ଟି ରୌପ୍ୟ ପଦକ ହାସଲ
ବିଶେଷ ଖବର

ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତାରେ ଓଡିଶାର ସଫଳତା, ୧୦ଟି ସ୍ୱର୍ଣ୍ଣ ଓ ୧୮ଟି ରୌପ୍ୟ ପଦକ ହାସଲ

January 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତାରେ ଓଡିଶାର ସଫଳତା, ୧୦ଟି ସ୍ୱର୍ଣ୍ଣ ଓ ୧୮ଟି ରୌପ୍ୟ ପଦକ ହାସଲ

ଭୁବନେଶ୍ୱର: ଦକ୍ଷତା ବିକାଶ କ୍ଷେତ୍ରରେ ଓଡିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି । ଆଜି ନୂଆଦିଲ୍ଲୀସ୍ଥିତ ତାଲକଟୋରା  ଇଣ୍ଡୋର ଷ୍ଟାଡିୟମଠାରେ ଆୟୋଜିତ ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ ସର୍ବାଧିକ ପଦକ ଜିତି ସ୍କିଲ-ଇନ୍-ଓଡିଶା ପ୍ରତିଯୋଗୀ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି । ଏହି ପ୍ରତିଯୋଗିତାରେ ଓଡିଶା ୧୦ ଟି ସ୍ୱର୍ଣ୍ଣ , ୧୮ ଟି ରୌପ୍ୟ, ୯ଟି କାଂସ୍ୟ ପଦକ ଏବଂ ୧୪ ଟି ମେଡାଲିୟନ ଅଫ୍‌ ଏକ୍ସଲେନ୍ସସହ ସର୍ବମୋଟ ୫୧ଟି ପଦକ ହାସଲ କରି ଶୀର୍ଷ ସ୍ଥାନରେ ରହିଛି  ।

ସ୍ୱର୍ଣ୍ଣ ପଦକ ବିଜେତାଙ୍କୁ ୧ ଲକ୍ଷ, ରୌପ୍ୟ ପଦକ ବିଜେତାଙ୍କୁ ୭୫ ହଜାର ଏବଂ କାଂସ୍ୟ ପଦକ ବିଜେତାଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ପୁରସ୍କାର ମିଳିଛି । ଏହି ପ୍ରତିଯୋଗିତାରେ ଓଡିଶାରୁ ୭୬ ଜଣ ପ୍ରତିଯୋଗୀ  ଅଂଶଗ୍ରହଣ କରିଥିଲେ । ମୋଟ ୭୬ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ  ୧୭ ଜଣ ଯୁବତୀ ଭାଗ ନେଇଥିଲେ ।

ଏଥିରେ କୃତିତ୍ୱ ଲାଭ କରିଥିବା ବିଜେତା ୨୦୨୨ ଅକ୍ଟୋବରରେ ଚୀନର ସାଘାଂଇ  ୱାର୍ଲ୍ଡ ସ୍କିଲ୍ସ ପ୍ରତିଯୋଗିତାରେ ଦେଶକୁ ପ୍ରତିନିଧିତ୍ୱକରିବାର ସୁଯୋଗ ପାଇବେ । ସୂଚନା ଥାଉ କି  ୱାର୍ଲ୍ଡ ସ୍କିଲ୍ସ ପ୍ରତିଯୋଗିତା ନିମନ୍ତେ  ଓଡିଶାର ମିଶନ ୨-୩-୪ ଅର୍ଥାତ୍‌ ଦୁଇଟି ସ୍ୱର୍ଣ୍ଣ, ତିନୋଟି ରୌପ୍ୟ ଏବଂ ଚାରୋଟି  କାଂସ୍ୟ ପଦକ ହାସଲ ଲକ୍ଷ୍ୟ ରହିଛି ।

ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଖୁସି ବ୍ୟକ୍ତ କରିଛନ୍ତି ଏବଂ ବିଜେତା ମାନଙ୍କୁ ୱାର୍ଲ୍ଡ ସ୍କିଲ୍ସ ପ୍ରତିଯୋଗିତାରେ ସଫଳତା ହାସଲ କରିବା ପାଇଁ ସେମାନଙ୍କୁ କଠିନ ପରିଶ୍ରମ ଜାରି ରଖିବାକୁ କାମନା କରିଛନ୍ତି । ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଏବଂ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ତଥା ବୈଷୟିକ ଶିକ୍ଷା ଏବଂ ପ୍ରଶିକ୍ଷଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରେଘୁ ଜି  ନୂଆଦିଲ୍ଲୀଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି  ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ।

ବିଜେତା ମାନଙ୍କୁ ଆଗାମୀ ସାଘାଂଇ ୱାର୍ଲ୍ଡ ସ୍କିଲ୍ସରେ ଶ୍ରେଷ୍ଠ ପ୍ରଦର୍ଶନ କରି ଦେଶର ଗୌରବ ବୃଦ୍ଧି କରିବା ପାଇଁ ଶୁଭେଚ୍ଛା ଜଣାଇଥିଲେ । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗୀୟ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରେମାନନ୍ଦ ନାୟକ  ମଧ୍ୟ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ୱାର୍ଲ୍ଡ ସ୍କିଲ୍ସ ପ୍ରତିଯୋଗିତା ପାଇଁ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଜାନୁଆରୀ ୬ରୁ ୧୦ ମଧ୍ୟରେ ନୂଆଦିଲ୍ଲୀଠାରେ ଆୟୋଜିତ ଏହି  ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତା କୌଶଳ ବିକାଶ ଏବଂ ଉଦ୍ୟମିତା ମନ୍ତ୍ରାଳୟ ଅଧୀନସ୍ଥ ରାଷ୍ଟ୍ରୀୟ କୌଶଳ ବିକାଶ ନିଗମ ଦ୍ୱାରା ଆୟୋଜନ କରାଯାଇଥିଲା ।

ଇଣ୍ଡିଆ ସ୍କିଲ୍ସ ପ୍ରତିଯୋଗିତା ଦକ୍ଷତା ବିକାଶ ସୁବ୍ରତ ବାଗ୍‌ଚୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026

ଆଜି ‘ଗୁଡ ଫ୍ରାଇ ଡେ’: ଜାଣନ୍ତୁ ଏହାକୁ କାହିଁକି ପାଳନ କରାଯାଏ ଓ ଏହି ଦିନର ମହତ୍ତ୍ଵ?

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026
Latest News

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026

ପଶ୍ଚିମବଙ୍ଗରେ ଟିଏମସିକୁ ଝଟକା!: ସଦ୍ୟତମ ନିର୍ବାଚନ ସର୍ଭେରେ ବିଜେପି ପାଇଁ ଭଲ ଖବର

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.