Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ
ଜାତୀୟ ଖବର

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

February 4, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଦାନୀ ଗ୍ରୁପ
ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ନୂତନ 'ରାଜା' ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍ ଚେୟାରମ୍ୟାନ୍ ଗୌତମ ଆଦାନୀ ଏସିଆର ସବୁଠାରୁ ଧନୀ ବ୍ୟକ୍ତି ହୋଇପାରିଛନ୍ତି। ସେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଚେୟାରମ୍ୟାନ୍ ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇଦେଇଛନ୍ତି। କେବଳ ଏତିକି ନୁହେଁ, ଗୌତମ ଆଦାନୀ ମଧ୍ୟ ଦୁନିଆର ଦଶମ ଧନୀ ବ୍ୟକ୍ତି ହୋଇପାରିଛନ୍ତି।

ଫୋର୍ବସ୍ ରିଅଲ୍ ଟାଇମ୍ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ, ଗୌତମ ଆଦାନୀଙ୍କ ସମ୍ପତ୍ତି ମୂଲ୍ୟ ୯୦.୧ ବିଲିୟନ ଡଲାର ଥିବାବେଳେ ମୁକେଶ ଅମ୍ବାନୀଙ୍କ ସମ୍ପତ୍ତି ମୂଲ୍ୟ ୮୯.୪ ବିଲିୟନ ଡ଼ଲାର ଅଟେ। ଗୌତମ ଆଦାନୀ କେବଳ ମୁକେଶ ଅମ୍ବାନୀଙ୍କୁ ନୁହେଁ ମେଟାର ମାର୍କ ଜୁକରବର୍ଗଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ଏଥି ସହିତ, ଏଲୋନ୍ ମସ୍କ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ଆଖ୍ୟା ଅର୍ଜନ କରିଛନ୍ତି, ତାଙ୍କର ସମ୍ପତ୍ତି ମୂଲ୍ୟ ହେଉଛି ୨୩୨.୩ ବିଲିୟନ ଡ଼ଲାର୍।

ଫୋର୍ବସ୍ ଅନୁଯାୟୀ, ଗତ ୧ ଦିନରେ ମୁକେଶ ଅବାନୀଙ୍କ ସମ୍ପତ୍ତି ୨.୨ ବିଲିୟନ ଡ଼ଲାରରେ ହ୍ରାସ ପାଇଛି, ଯେଉଁ କାରଣରୁ ତାଙ୍କର ସମ୍ପତ୍ତି ୮୯ ବିଲିୟନ ଡ଼ଲାରରେ ପହଞ୍ଚିଛି। ଏଥି ସହିତ, ଗତ ୨୪ ଘଣ୍ଟା ମଧ୍ୟରେ ଗୌତମ ଆଦାନୀ ଏବଂ ପରିବାରର ସମ୍ପତ୍ତିରେ ୬୭୨ ମିଲିୟନ ଡଲାରର ହ୍ରାସ ଘଟିଛି। ଅନ୍ୟପକ୍ଷରେ, ଯଦି ଆମେ ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲୋନ୍ ମସ୍କ ବିଷୟରେ କଥା ହେବା, ତେବେ ଗତ ୧ ଦିନରେ ତାଙ୍କର ନିଟ୍ ମୂଲ୍ୟ ୩.୩ ବିଲିୟନ ଡ଼ଲାର୍ ହ୍ରାସ ପାଇଛି। ଏହା ସତ୍ତ୍ୱେ ଏଲୋନ୍ ମସ୍କ ଫୋର୍ବସ୍ ଇଣ୍ଡେକ୍ସରେ ଏକ ନମ୍ବର ସ୍ଥାନରେ ରହିଛନ୍ତି। ଆମାଜନର ଜେଫ୍ ବେଜୋସଙ୍କ ଧନ ହ୍ରାସ ହେତୁ ସେ ଗୋଟିଏ ସ୍ଥାନକୁ ଖସି ତୃତୀୟ ସ୍ଥାନକୁ ଆସିଛନ୍ତି।

ଏହି ଧନୀ ଲୋକଙ୍କ ଧନରେ ପରିବର୍ତ୍ତନ ହେବାର ପ୍ରକୃତ କାରଣ ହେଉଛି ବିଶ୍ଵର ଷ୍ଟକ୍ ମାର୍କେଟରେ ଅବନତି। ଏହି ପତନ ହେତୁ ମେଟାର ମାର୍କ ଜୁକରବର୍ଗ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛନ୍ତି। ଗୁରୁବାର ଦିନ ତାଙ୍କ କମ୍ପାନୀର ସେୟାର ୨୬ ପ୍ରତିଶତ ହ୍ରାସ ପାଇଛି, ଯେଉଁ କାରଣରୁ ତାଙ୍କ ସମ୍ପତ୍ତି ୨୬ ବିଲିୟନ ଡ଼ଲାରରେ ହ୍ରାସ ପାଇଛି।

ଏସିଆ ଗୌତମ ଆଦାନୀ ମୁକେଶ ଅମ୍ବାନୀ ସବୁଠାରୁ ଧନୀ ବ୍ୟକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026

ବିମାନକୁ ବଡ଼ ଦୁର୍ଘଟଣାରୁ ରକ୍ଷା କରିଥିବା ଭାରତୀୟ ପାଇଲଟ୍‌ଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା

October 1, 2026
Latest News

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.