Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସିଙ୍ଗିଲ ୱିଣ୍ଡୋ ମାଧ୍ୟମରେ ୧୨ଟି ପ୍ରକଳ୍ପ ଅନୁମୋଦିତ, ୨୦୭୧ କୋଟି ଟଙ୍କା ବିନିଯୋଗ
ବିଶେଷ ଖବର

ସିଙ୍ଗିଲ ୱିଣ୍ଡୋ ମାଧ୍ୟମରେ ୧୨ଟି ପ୍ରକଳ୍ପ ଅନୁମୋଦିତ, ୨୦୭୧ କୋଟି ଟଙ୍କା ବିନିଯୋଗ

March 29, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସିଙ୍ଗିଲ ୱିଣ୍ଡୋ ମାଧ୍ୟମରେ ୧୨ଟି ପ୍ରକଳ୍ପ ଅନୁମୋଦିତ, ୨୦୭୧ କୋଟି ଟଙ୍କା ବିନିଯୋଗ

ଭୁବନେଶ୍ୱର: ସୋମବାର ଦିନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଏକକ ବାତାୟନ(ସିଙ୍ଗିଲ୍ ୱିଣ୍ଡୋ) କମିଟି ବୈଠକରେ ୧୨ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ନୀତିଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୨୦୭୧ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ ୩,୫୩୫ ଜଣଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟିହେବ ।

ଗତ ୧୧୦ ଦିନ ମଧ୍ୟରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକକ ବାତାୟନ କମିଟି ୪୦ ଟି ପୁଞ୍ଜିନିବେଶ ପ୍ରକଳ୍ପ ଅନୁମୋଦନ କରିଛନ୍ତି । ଫଳରେ ରାଜ୍ୟରେ ୫୮୪୧.୪୦ କୋଟି ଟଙ୍କାର ପୁଞ୍ଜିନିବେଶ ସହ ପ୍ରାୟ ୨୦,୩୮୦ ଲୋକଙ୍କ ପାଇଁ ନୁତନ ନିଯୁକ୍ତି ସୁଯୋଗ ସୃଷ୍ଟି ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି ।

ରାଜ୍ୟ ଲୋକସେବା ଭବନରୁ ଡ଼ିଜିଟାଲ ମୋଡ୍ ରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସଂପର୍କିତ ବିଷୟ ଉପସ୍ଥାପନ ପୂର୍ବକ କହିଥିଲେ ଯେ ପ୍ରକଳ୍ପ ଗୁଡିକ ମୁଖ୍ୟତଃ ପର‌୍ୟ୍ୟଟନ, ଆତିଥ୍ୟ, ଖାଦ୍ୟ ପ୍ରକ୍ରିୟାକରଣ, ପଶୁପାଳନ, ପଶୁଖାଦ୍ୟ ଉତ୍ପାଦନ, ଲଜିଷ୍ଟିକ୍ ପାର୍କ ଏବଂ ମାନୁଫାକ୍ଚରିଂ ସେକ୍ଟର ଅନ୍ତର୍ଭୁକ୍ତ । ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଂଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ କାର‌୍ୟ୍ୟକଳାପ ବୃଦ୍ଧିରେ ସହାୟକ ହେବ ।

ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ତ୍ୱରିତ କ୍ଷେତ୍ରାନ୍ୱୟନ ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗୁରୁତ୍ୱ ଆରୋପ କରିଥିଲେ । ଏଥି ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ଶ୍ରୀ ମହାପାତ୍ର ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ପୂର୍ବରୁ ଅନୁମୋଦିତ ପ୍ରକଳ୍ପ ଗୁଡ଼ିକର ସମୟାନୁବନ୍ଧିତ ନିର୍ମାଣ ଏବଂ ଉତ୍ପାଦନ ଆରମ୍ଭ ଉପରେ ଗୁରୁତ୍ୱ ଆରୋପ କରି ଏହା ଉପରେ ଦୃଷ୍ଟି ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଇପିକଲ୍ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସବୁ ଶିଳ୍ପାନୁଷ୍ଠାନରେ ଓଡ଼ିଶାରୁ କୌଶଳ ପ୍ରାପ୍ତ(ସ୍କିଲ୍ଡ୍ ଇନ୍ ଓଡିଶା) ଯୁବକଯୁବତୀମାନଙ୍କର ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ । ନିର୍ଦ୍ଧାରିତ ମାନକ ଅନୁସାରେ ଶିଳ୍ପ ପାଇଁ ଆବଶ୍ୟକ ଜମି ଓ ଜଳର ବାସ୍ତବ ଅନୁଶୀଳନ କରିବାକୁ ମଧ୍ୟ ଶ୍ରୀ ମହାପାତ୍ର ଇପିକଲକୁ ନିର୍ଦ୍ଦେଶ ଦେଇଥିଲେ ।

ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ଼ଃ ମୋନା ଶର୍ମା, ରାଜସ୍ୱ ଓ ବିପର‌୍ୟ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଦେଓ ରଂଜନ କୁମାର ସିଂ, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ପଂଚାୟତିରାଜ ଓ ପାନୀୟ ଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଶ୍ରୀ ଅଶୋକ କୁମାର ମୀନା, ଇପିକଲ୍ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭୁପିନ୍ଦର ସିଂ ପୁନିଆଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ପୁଞ୍ଜିନିବେଶ ପ୍ରକଳ୍ପ ସିଙ୍ଗିଲ ୱିଣ୍ଡୋ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୧୯ତମ ପାଳି: ୧୨ ରୋଗୀଙ୍କୁ ତୁରନ୍ତ ଯୋଗାଇଲେ ସହାୟତା ରାଶି

July 27, 2026

ସଂସଦରେ ଭଙ୍ଗିବ ଅଚଳାବସ୍ଥା: ଆସନ୍ତାକାଲି ପ୍ରଶ୍ନ ପତ୍ର ପ୍ରଘଟ ବିରୋଧୀ ବିଲ୍ ଉପରେ ହେବ ଆଲୋଚନା

July 27, 2026
Latest News

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.