Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ତୋଷାଳି ମେଳା: କାଇଁଚ ଶିଳ୍ପର ଜିଆଇ ଟ୍ୟାଗ ପାଇଁ ଚାଲିଛି ପକ୍ରିୟା; ମୁଖ୍ୟ ଶାସନ ସଚିବ
ବିଶେଷ ଖବର

ତୋଷାଳି ମେଳା: କାଇଁଚ ଶିଳ୍ପର ଜିଆଇ ଟ୍ୟାଗ ପାଇଁ ଚାଲିଛି ପକ୍ରିୟା; ମୁଖ୍ୟ ଶାସନ ସଚିବ

April 7, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ତୋଷାଳି ମେଳା: କାଇଁଚ ଶିଳ୍ପର ଜିଆଇ ଟ୍ୟାଗ ପାଇଁ ପକ୍ରିୟା ଚାଲିଛି; ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଆଜି ଷୋଡ଼ଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳାର ଏଗାର ଦିନ ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରଦୀପ ପ୍ରଜ୍ୱଳନ ସହ ଜଗନ୍ନାଥଙ୍କ ପାଦରେ ପୁଷ୍ପଗୁଚ୍ଛ ନିବେଦନ କରି ମେଳାର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ସମବେତ ଶିଳ୍ପୀ, କଳାକାର, ବୁଣାକାର ଓ ଦର୍ଶକମାନଙ୍କୁ ଉଦ୍‌ବୋଧନ ଦେଇ ଶ୍ରୀ ମହାପାତ୍ର କହିଥିଲେ ଯେ କୋଭିଡ୍‌ ପରବର୍ତ୍ତୀ ଅବସ୍ଥାରେ ପ୍ରଥମ ଥର କରି ତୋଷାଳି ମେଳାକୁ ସମାରୋହ ଓ ସଫଳତାର ସହିତ ଆୟୋଜନ କରାଯାଇଛି । ଏହା କୋଭିଡ୍‌ କ୍ଷତିଗ୍ରସ୍ତ ଶିଳ୍ପୀମାନଙ୍କ ପାଇଁ ନୂଆ ଆଶା ସଂଚାର କରିଛି । ପ୍ରଦର୍ଶନୀକୁ ଦୈନିକ ହଜାର ହଜାର ସଂଖ୍ୟାର ଦର୍ଶକ ପରିଦର୍ଶନ କରୁଛନ୍ତି ଏବଂ ଶିଳ୍ପୀ ଓ କାରିଗରମାନଙ୍କର ଉତ୍ପାଦିତ ଦ୍ରବ୍ୟ ବିକ୍ରି ବହୁଗୁଣିତ ହୋଇଛି।

କାଇଁଚ ଶିଳ୍ପ ଓଡ଼ିଶାର ଏକ ସ୍ୱତନ୍ତ୍ର ହସ୍ତଶିଳ୍ପ। କାଇଁଚ ଶିଳ୍ପୀମାନେ ଦୈନିଦିନ ଜୀବନରେ ବ୍ୟବହାର୍ଯ୍ୟ ପଦାର୍ଥଠାରୁ ଆରମ୍ଭ କରି କାର୍ଯ୍ୟାଳୟ ଓ ବିଭିନ୍ନ ପ୍ରକାର ସାଜସଜ୍ଜାରେ ଆବଶ୍ୟକ ପଡ଼ୁଥିବା ଦ୍ରବ୍ୟ ଉତ୍ପାଦନ କରନ୍ତି। ଏହି ଶିଳ୍ପୀମାନଙ୍କର ଉତ୍ପାଦ ବେଶ୍‌ ଆକର୍ଷଣୀୟ ଏବଂ ଉପଯୋଗୀ। କାଇଁଚ ହସ୍ତଶିଳ୍ପକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଲୋକପି୍ରୟ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ପ୍ରଚେଷ୍ଟା ଆରମ୍ଭ କରାଯାଇଛି ବୋଲି ଶ୍ରୀ ମହାପାତ୍ର କହିଥିଲେ।

କେନ୍ଦ୍ରାପଡ଼ା କାଇଁଚ ଉତ୍ପାଦର ଜି.ଆଇ. ଟ୍ୟାଗିଂ ପାଇଁ ମଧ୍ୟ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ବୋଲି ଶ୍ରୀ ମହାପାତ୍ର ସୂଚନା ଦେଇଥିଲେ। ମୁଖ୍ୟ ଶାସନ ସଚିବ ଆହୁରି ମଧ୍ୟ କହିଥିଲେ ଯେ ହସ୍ତଶିଳ୍ପୀ ଓ କାରିଗରମାନଙ୍କୁ ବର୍ଷତମାମ୍‌ ବିକି୍ରବଟା ସୁଯୋଗ ଦେବା ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ଭୁବନେଶ୍ୱର ଏକାମ୍ର ହାଟରେ ସ୍ୱତନ୍ତ୍ର ଷ୍ଟଲମାନ ପ୍ରତିଷ୍ଠା କରାଯାଇଛି। ପୁରୀ ଓ କୋଣାର୍କରେ ଥିବା ନୀଳାଚଳ ଓ କୋଣାର୍କ ହାଟକୁ ନବୀକରଣ କରାଯାଇ ବର୍ଷତମାମ୍‌ ଚାଲୁ କରାଯିବାର ବ୍ୟବସ୍ଥା କରାଯାଉଛି ବୋଲି ମଧ୍ୟ ସେ କହିଥିଲେ।

ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଜଣାଇଥିଲେ ଯେ କେନ୍ଦ୍ରାପଡ଼ା ଜିଲ୍ଲାରୁ ପ୍ରାୟ ୩ ହଜାର କାଇଁଚ ଶିଳ୍ପୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ପ୍ରାୟ ଶତକଡ଼ା ୯୦ ଭାଗ ହେଉଛନ୍ତି ମହିଳା। ଚିହ୍ନିତ ଶିଳ୍ପୀମାନଙ୍କୁ ଆଧୁନିକ କାଇଁଚ କଳା ବିଷୟରେ ତାଲିମ ଦେବା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଇତି ମଧ୍ୟରେ ୯୬୫ ଜଣଙ୍କୁ ତାଲିମ ଦିଆସରିଛି ଏବଂ ଆଉ ୫୦୦ ଜଣଙ୍କର ତାଲିମ କାର୍ଯ୍ୟକ୍ରମ ଚାଲୁ ରହିଛି। ଚଳିତ ବର୍ଷ ଅକେଫାବର ଶେଷ ସୁଦ୍ଧା ସମସ୍ତ ଚିହ୍ନିତ ଶିଳ୍ପୀମାନଙ୍କୁ ତାଲିମ ଦିଆଯିବ ବୋଲି ଶ୍ରୀମତୀ ଶର୍ମା ଜଣାଇଥିଲେ।

ସୂଚନାଯୋଗ୍ୟ, ଚଳିତ ବର୍ଷ ପ୍ରାୟ ୪୫୦ ଷ୍ଟଲରେ ବିଭିନ୍ନ ହସ୍ତଶିଳ୍ପ ଓ ହସ୍ତତନ୍ତ ସାମଗ୍ରୀ ପ୍ରଦର୍ଶିତ ଓ ବିକ୍ରୟ ହେଉଛି। ଓଡ଼ିଶା ସମେତ ପ୍ରାୟ ୨୪ଟି ରାଜ୍ୟରୁ କାରିଗର ଓ ବୁଣାକାରମାନେ ନିଜ ନିଜ ଉତ୍ପାଦ ବିକ୍ରିବଟା କରୁଛନ୍ତି। ମୁଖ୍ୟ ଶାସନ ସଚିବ ମେଳାରେ ବିଭିନ୍ନ ଷ୍ଟଲ ବୁଲିବା ସହ ଶିଳ୍ପୀ ଓ ବୁଣାକାରଙ୍କ ସହ ଆଲୋଚନା କରିଥିଲେ। ଶିଳ୍ପୀ ଓ ବୁଣାକାରମାନେ ସଂପୃକ୍ତ ହସ୍ତଶିଳ୍ପର ବିକାଶ ନିମନ୍ତେ ଆବଶ୍ୟକୀୟ ମତାମତ ଦେଇଥିଲେ।

ମେଳାର ଅନ୍ୟ ଏକ ଆକର୍ଷଣ ହେଉଛି ବିଭିନ୍ନ ପ୍ରକାରର ଓଡ଼ିଆ ଖାଦ୍ୟଦ୍ରବ୍ୟ, ସୁସ୍ୱାଦୁ ଆମିଷ ଓ ନିରାମିଷ ଖାଦ୍ୟ ଷ୍ଟଲ। ଏସବୁ ଖାଦ୍ୟ ଦର୍ଶକମାନଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ସନ୍ଧ୍ୟାରେ ଗୁରୁ ଶତ୍ରୁଘ୍ନ ନାୟକ ଏବଂ ସାଥୀ କଳାକାର, ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟ ପ୍ରତିଭା’ ଓ ‘ବିନାରୀ ୱେଲ୍‌ଫେୟାର ଅର୍ଗାନାଇଜେସନ୍‌’ର କଳାକାରମାନଙ୍କ ଦ୍ୱାରା ଓଡ଼ିଶୀ, ଦେବଦାସୀ ଓ ମାହାରୀ ନୃତ୍ୟ ପରିବେଷଣ କରାଯାଇଥିଲା।

ToshaliMela କାଇଁଚ ଶିଳ୍ପ ତୋଷାଳି ଜାତୀୟ ମେଳା ତୋଷାଳି ମେଳା ମୁଖ୍ୟ ଶାସନ ସଚିବ ହସ୍ତଶିଳ୍ପ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026

“ଗାନ୍ଧୀ ଜୀ ଭାରତର ନୁହଁନ୍ତି, ବରଂ ପାକିସ୍ତାନର…”: ବିଜେପି ବିଧାୟକଙ୍କ ବିବାଦୀୟ ବିବୃତ୍ତି

February 23, 2026

ଆଜି ମଧ୍ୟ ବଢିଲା ସୁନା ମୂଲ୍ୟ: ୩ ଲକ୍ଷରେ ପହଞ୍ଚିଲା ରୂପା

February 23, 2026

ଭାରତର ଭାଙ୍ଗିଲା ଟି-୨୦ ବିଶ୍ୱକପ୍ ରେକର୍ଡ: ଏବେ ସେମିଫାଇନାଲ୍ ପାଇଁ ଜାଣନ୍ତୁ ସମୀକରଣ?

February 23, 2026
Latest News

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026

ଆକ୍ସନ ମୋଡରେ ଟିମ ମ୍ୟାନଜମେଣ୍ଟ: ଖେଳାଳି ଏକାଦଶରେ ପରିବର୍ତ୍ତନ ସମ୍ଭବ

February 23, 2026

Konark Dance & Music Festival: ବେଶ ଆକର୍ଷଣୀୟ କାର୍ଯ୍ୟକ୍ରମ ସହ ଶେଷ ହୋଇଛି କୋଣାର୍କ ନୃତ୍ୟ ଉତ୍ସବ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.