Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ପାଇଁ ଭାରତ ସରକାରଙ୍କ ଲକ୍ଷ୍ୟ: ଅତିରିକ୍ତ ସଚିବ
ଆଜିର ଖବର

୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ପାଇଁ ଭାରତ ସରକାରଙ୍କ ଲକ୍ଷ୍ୟ: ଅତିରିକ୍ତ ସଚିବ

May 27, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶକ୍ତି, ଇସ୍ପାତ ଓ ଖଣି ମନ୍ତ୍ରଣାଳୟ ସହ ମିଶି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଭୁବନେଶ୍ବର ଠାରେ ଜାତୀୟ ଖଣିଜ କଂଗ୍ରେସ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ଖଣି ମନ୍ତ୍ରଣାଳୟର ସଚିବ ଅନୀଲ କୁମାର ଜୈନ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିଥିଲେ। ସେ କାର୍ଯ୍ୟକ୍ରମର ସଫଳତା କାମନା କରିବା ସହିତ ସବୁ ଅଂଶୀଦାରଙ୍କ ମଧ୍ୟରେ ଆଲୋଚନା ମାଧ୍ୟମରେ ଜାତୀୟ ଖଣିଜ କଂଗ୍ରେସରୁ ଫଳପ୍ରଦ ପରିଣାମ ପ୍ରାପ୍ତ ହେବ ବୋଲି ଆଶାବ୍ୟକ୍ତ କରିଥିଲେ।

ଜାତୀୟ ଖଣିଜ କଂଗ୍ରେସରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ କୋଇଲା ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭିକେ ତିୱାରୀ। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ତିୱାରୀ କହିଥିଲେ ଯେ, ୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ ହାସଲ ନିମନ୍ତେ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ମିଶନ ଦସ୍ତାବିଜ ପ୍ରସ୍ତୁତ କରାଯାଇଛି। ଭବିଷ୍ୟତରେ କୋଇଲା ବାଷ୍ପୀକରଣ କ୍ଷେତ୍ରରେ ବ୍ୟାପକ ସମ୍ଭାବନା ରହିଛି। କୋଇଲା ଜଳାଇବା ତୁଳନାରେ ଏହାକୁ ଏକ ସ୍ବଚ୍ଛ ଇନ୍ଧନ ବିକଳ୍ପ ଭାବେ ବିବେଚନା କରାଯାଉଛି। କୋଇଲାରେ ଥିବା ରାସାୟନିକ ଉପାଦାନକୁ ବାଷ୍ପୀକରଣ ପ୍ରକ୍ରିୟାରେ ଉପଯୋଗ କରାଯାଇଥାଏ ବୋଲି ଅତିରିକ୍ତ ସଚିବ ଶ୍ରୀ ତିୱାରୀ କହିଥିଲେ।

ସେ ଆହୁରି କହିଥିଲେ ଯେ, ଅତ୍ୟାଧୁନିକ ଜ୍ଞାନକୌଶଳର ବିକାଶ ଫଳରେ ଅଧିକ କୋଇଲା ପୁନରୁଦ୍ଧାର ବା ରିକଭରୀ ହୋଇପାରୁଛି। ଖଣି ଖନନ କାର୍ଯ୍ୟରେ ନମନୀୟତା ଆସିଛି ଓ ଉତ୍ପାଦକତା ବୃଦ୍ଧି ପାଇଛି। ଅଧିକ ନିରାପତ୍ତା ସୁନିଶ୍ଚିତ ହେବା ସହିତ ଖର୍ଚ୍ଚ କମିଛି। ବର୍ତ୍ତମାନ ଓ ଭବିଷ୍ୟତର ଆବଶ୍ୟକତା ପାଇଁ କମ୍ପାନୀମାନେ ନୂତନ ଜ୍ଞାନକୌଶଳକୁ ଆପଣାଇବା ସହିତ ଡିଜିଟାଲ ଭିତ୍ତିଭୂମି ନିର୍ମାଣ କରିବାର ଆବଶ୍ୟକତା ରହିଛି। ଏହି କ୍ଷେତ୍ରରେ ପ୍ରଯୁକ୍ତିର ସର୍ବାଧିକ ଉପଯୋଗ ସୁନିଶ୍ଚିତ କରିବାର ଆବଶ୍ୟକତା ରହିଛି ବୋଲି ଅତିରିକ୍ତ ସଚିବ କହିଥିଲେ।

ଆଲୁମିନିୟମ କ୍ଷେତ୍ରରେ ରହିଥିବା ସମସ୍ୟା ସମ୍ପର୍କରେ ଶ୍ରୀ ତିୱାରୀ ଆଲୋକପାତ କରିଥିଲେ। ସେ କହିଥିଲେ ଯେ, ଭବିଷ୍ୟତର ଆବଶ୍ୟକତା ପାଇଁ ଭାରତ ନିକଟରେ ୩୮୯୬ ନିୟୁତ ଟନ୍‌ ବକ୍ସାଇଟ୍‌ ଉତ୍ସ ଖଚ୍ଛିତ ହୋଇ ରହିଛି। ତେବେ ଭାରତୀୟ ଖଣିଜ ଭଣ୍ଡାରରେ ଏହାର ମାତ୍ର ୧୭ ପ୍ରତିଶତ, ଅର୍ଥାତ୍‌ ୬୫୬ ନିୟୁତ ଟନ୍‌ ବକ୍ସାଇଟ୍‌ ମହଜୁଦ ରହିଛି। ତେଣୁ ବକ୍ସାଇଟ୍‌ ଉତ୍ପାଦନକୁ ବଢ଼ାଇବା ଲାଗି ଏସବୁ ଉତ୍ସକୁ ପ୍ରାମାଣିକ ବକ୍ସାଇଟ୍‌ ଭଣ୍ଡାରରେ ପରିବର୍ତ୍ତନ କରିବାର ଆବଶ୍ୟକତା ରହିଛି। ଉଚ୍ଚ ମାନର ଉତ୍ପାଦ ତିଆରି କରିବା ଲାଗି ସ୍କାର୍ପ ବ୍ୟବହାର କରିବା ନିମନ୍ତେ ଆମେ ଯୋଜନା ପ୍ରସ୍ତୁତ କରିବାର ଆବଶ୍ୟକତା ରହିଛି।

ଅତିରିକ୍ତ ସଚିବ କୋଇଲାରୁ ହାଇଡ୍ରୋଜେନ ଉତ୍ପାଦନ ପାଇଁ ରୋଡମ୍ୟାପ ଉପରେ ଆଲୋଚନା କରିଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ଭାରତର ହାଇଡ୍ରୋଜେନ ଆବଶ୍ୟକତା ବାର୍ଷିକ ୬.୭ ନିୟୁତ ଟନ୍‌ ଥିବା ବେଳେ ୨୦୩୦ ବେଳକୁ ଏହା ୧୧.୭ ନିୟୁତ ଟନକୁ ବୃଦ୍ଧି ପାଇବାର ଆବଶ୍ୟକତା ରହିଛି। ବିଶୋଧନାଗାର ଏବଂ ସାର କାରଖାନାଗୁଡ଼ିକ ଏବେ ହାଇଡ୍ରୋଜେନର ସବୁଠୁ ବଡ଼ ଉପଭୋକ୍ତା ହୋଇ ରହିଛନ୍ତି, ଯାହାକି ଏବେ ପ୍ରାକୃତିକ ବାଷ୍ପରୁ ଉତ୍ପାଦନ ହେଉଛି । କୋଇଲା ବାଷ୍ଠୀକରଣ ପ୍ରକ୍ରିୟାରେ କୋଇଲା ମାଧ୍ୟମରେ ଏହା ଉତ୍ପାଦନ କରାଯାଇପାରିବ ବୋଲି ସେ କହିଥିଲେ।

ଶ୍ରୀ ତିୱାରୀ କହିଥିଲେ ଯେ, ଏହି କ୍ଷେତ୍ରରେ ବିଚାରବିମର୍ଶ କରିବା ଏବଂ ଆବଶ୍ୟକ ସୁଧାର ଆଣିବା ଲାଗି ଏଭଳି ସମ୍ମିଳନୀ ଏକ ସୁଯୋଗ ଆଣି ଦେବ। ସେ କହିଥିଲେ ଯେ ଆମେ ଏହି କ୍ଷେତ୍ରର ବ୍ୟବସାୟୀକରଣ ଆରମ୍ଭ କରିଛୁ, ଯାହାକି ଉନ୍ନତ ଫଳାଫଳ ପ୍ରଦାନ କରୁଛି। ଦୋହରା ମଞ୍ଜୁରି ବ୍ୟବସ୍ଥାକୁ ଉଚ୍ଛେଦ କରାଯାଇଛି; ଖଣି ଆବଣ୍ଟନ ପ୍ରକ୍ରିୟାକୁ ଅନଲାଇନ କରାଯାଇଛି ଏବଂ ବାଷ୍ପୀକରଣ ପାଇଁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି। ସବୁ ଆଡ଼ୁ ଏହି କ୍ଷେତ୍ରକୁ ସମର୍ଥନ ଯୋଗାଇ ଦେବା ଲାଗି ଆମେ ଚେଷ୍ଟା କରୁଛୁ ବୋଲି ସେ କହିଥିଲେ।

ବିଶ୍ବ ଖଣିଜ କଂଗ୍ରେସର ଭାରତୀୟ ଜାତୀୟ କମିଟି ପକ୍ଷରୁ ଆୟୋଜନ କରାଯାଉଥିବା ଜାତୀୟ ଖଣିଜ କଂଗ୍ରେସରେ ୨୦ଟି ପ୍ରମୁଖ କମ୍ପାନୀର ଶିଳ୍ପ ବିଶେଷଜ୍ଞମାନେ ଅଂଶଗ୍ରହଣ କରିଛନ୍ତି। ଖଣିଜ ଉତ୍ତୋଳନ କ୍ଷେତ୍ରରେ ପ୍ରଯୁକ୍ତିର ଉପଯୋଗ, ଆଲୁମିନିୟମ ଓ ଇସ୍ପାତ କ୍ଷେତ୍ରରେ ରହିଥିବା ସମସ୍ୟା ଏବଂ କୋଇଲା ବାଷ୍ପୀକରଣ ଓ କୋଇଲାରୁ ହାଇଡ୍ରୋଜେନ ପାଇଁ ରୋଡମ୍ୟାପ ନେଇ ଏଥିରେ ଆଲୋଚନା ହୋଇଛି। ଶନିବାର ଦିନ, ପ୍ରତିନିଧିମାନେ ଅନୁଗୁଳରେ ଥିବା ଜେଏସପିଏଲର କୋଇଲା ବାଷ୍ପୀକରଣ କାରଖାନା ପରିଦର୍ଶନ କରିବେ।

କୋଇଲା ମନ୍ତ୍ରଣାଳୟ ଭାରତ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.