Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟ ସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ କହିଲେ ଏପରି କଥା
ଜାତୀୟ ଖବର

ରାଜ୍ୟ ସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ କହିଲେ ଏପରି କଥା

June 23, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ କହିଲେ ଏପରି କଥା

ଭୁବନେଶ୍ୱର : ଅର୍ଥଯୋଗାଣ ଏବଂ ବ୍ୟାଙ୍କ ଋଣ ପ୍ରଦାନ କ୍ଷେତ୍ରରେ ସରକାରୀ ଓ ବେସରକାରୀ ପୁଞ୍ଜିନିବେଶର ମିଳିତ ସହାୟତା ମାଧ୍ୟମରେ ଅର୍ଥନୀତିର ନିରନ୍ତର ବିକାଶ ଘଟିଥାଏ। ପୁଞ୍ଜିନିବେଶ ଉଦ୍ଦେଶ୍ୟରେ ଅନୁକୂଳ ପରିବେଶ ନିର୍ମାଣ ସହିତ ଋଣ ପାଇଁ ଚାହିଦା ସୃଷ୍ଟି ନିମନ୍ତେ ଆମ ସରକାର ସର୍ବଦା ଉଦ୍ୟମ କରୁଥିବାବେଳେ ବ୍ୟାଙ୍କଗୁଡ଼ିକ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ନିମନ୍ତେ ଋଣ ପ୍ରଦାନ ପରିମାଣ ବୃଦ୍ଧି କରନ୍ତୁ ବୋଲି ଅର୍ଥମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଆଜି ଅନୁଷ୍ଠିତ ୧୬୭ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି।

ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ ଗତ କେତେବର୍ଷ ମଧ୍ୟରେ ଓଡ଼ିଶା ଦ୍ରୁତ ଆର୍ଥିକ ଅଭିବୃଦ୍ଧି ଦିଗକୁ ଅଗ୍ରସର ହୋଇଛି। ସମଗ୍ର ଦେଶରେ ଓଡ଼ିଶା ବିତ୍ତୀୟ ପରିଚାଳନା ଓ ଉତ୍ତମ ଶାସନ ପାଇଁ ନିଜର ପରିଚୟ ସୃଷ୍ଟି କରିପାରିଛି। ବାର୍ଷିକ ଋଣ ଯୋଜନା କ୍ଷେତ୍ରରେ ଶିକ୍ଷା ଏବଂ ଗୃହନିର୍ମାଣକୁ ଅଗ୍ରାଧିକାର ଦେଇ ବ୍ୟାଙ୍କଗୁଡ଼ିକ ଋଣ ପ୍ରଦାନ କରିବାର ଆବଶ୍ୟକତା ରହିଛି।

ମନ୍ତ୍ରୀ ଶ୍ରୀ ପୂଜାରୀ ପୁଣି କହିଛନ୍ତି ଯେ ଓଡ଼ିଶାରେ ଜୀବିକା ନିର୍ବାହ ପାଇଁ କୃଷିକୁ ଅଗ୍ରାଧିକାର କ୍ଷେତ୍ର ଭାବେ ଗଣାଯାଉଛି । କୃଷି କ୍ଷେତ୍ରରେ ବାର୍ଷିକ ଋଣ ଯୋଜନାରେ ୪୬.୫୮୬ କୋଟି ଟଙ୍କା ଧାର୍ଯ୍ୟ ଲକ୍ଷ୍ୟ ଥିବାବେଳେ ୪୪.୨୫୩ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇ ଶତକଡ଼ା ୯୫ ଭାଗ ଲକ୍ଷ୍ୟ ହାସଲ ହୋଇପାରିଛି। ଏମ୍‌ଏସ୍‌ଏମ୍‌ଇ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ହୋଇଥିବାବେଳେ ଏହା ସର୍ବାଧିକ ସଫଳତା ପାଇପାରିଛି। ଅଗ୍ରାଧିକାର ପ୍ରଦାନ କରାଯାଇ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏସ୍‌ଜି)ମାନଙ୍କୁ ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ୨୦୨୨-୨୩ ଆର୍ଥିକ ବର୍ଷରେ ୫-‘ଟି’ ଆଧାରରେ ମହିଳା ଏସ୍‌ଏସ୍‌ଜିଙ୍କ ନିମନ୍ତେ ଥିବା ଋଣର ପରିମାଣକୁ ୪ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି।

ଆର୍ଥିକ ଅନ୍ତର୍ଭୁକ୍ତିକରଣ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ଥିବାବେଳେ ସବୁ ଅଞ୍ଚଳରେ ବ୍ୟାଙ୍କିଂ ସୁବିଧା ଉପଲବ୍ଧ ନଥିବାରୁ କିଛି ଲୋକ ସାଧାରଣ ବ୍ୟାଙ୍କିଂ ସୁବିଧାରୁ ବଞ୍ଚିତ ହେଉଛନ୍ତି ବୋଲି ଦର୍ଶାଇ ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ ରାଜ୍ୟରେ ୨୭୩୮ ଗ୍ରାମ ପଞ୍ଚାୟତରେ ୫୬୦୭ ସ୍ଥାୟୀ ବ୍ୟାଙ୍କ ରହିଛି ଏବଂ ଏହା ସମୁଦାୟ ଗ୍ରାମ ପଞ୍ଚାୟତର ୪୦ ପ୍ରତିଶତ। ଅବଶିଷ୍ଟ ୬୦ ପ୍ରତିଶତ ଗ୍ରାମ ପଞ୍ଚାୟତରେ ସ୍ଥାୟୀ ବ୍ୟାଙ୍କ ଶାଖା ପାଇଁ ବ୍ୟାଙ୍କମାନେ ପଦକ୍ଷେପ ନେବା ଆବଶ୍ୟକ। ଗ୍ରାମାଞ୍ଚଳ ଅର୍ଥନୀତିରେ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ଇତି ମଧ୍ୟରେ ସର୍ବୋତ୍କୃଷ୍ଟ ସେବାପ୍ରଦାନକାରୀ ବ୍ୟାଙ୍କଗୁଡ଼ିକୁ ପୁରସ୍କୃତ କରିଛନ୍ତି। ଆଗାମୀ ଦିନରେ ଏହି ସମ୍ମାନାସ୍ପଦ ପୁରସ୍କାର ପାଇଁ ବ୍ୟାଙ୍କଗୁଡ଼ିକ କାର୍ଯ୍ୟ କରନ୍ତୁ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଥିଲେ।

୨୦୨୨-୨୩ ଅର୍ଥିକ ବର୍ଷରେ ଅଗ୍ରାଧିକାର କ୍ଷେତ୍ରଗୁଡ଼ିକ ପାଇଁ ରାଜ୍ୟ ସରକାର ୧.୩୪ ଲକ୍ଷ କୋଟି ଟଙ୍କାର ଋଣ ପ୍ରଦାନ ପାଇଁ ଲକ୍ଷ୍ୟ ରଖିଛନ୍ତି। ବ୍ୟାଙ୍କଗୁଡ଼ିକ ଜିଲ୍ଲା ପ୍ରଶାସନ ମାଧ୍ୟମରେ ଲକ୍ଷ୍ୟ ହାସଲ ପାଇଁ ଉପଯୁକ୍ତ ପଦକ୍ଷେପ ନେବେବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ଆଶା ପ୍ରକାଶ କରିଥିଲେ। କୃଷି, ଉଦ୍ୟୋଗ, ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ଆର୍ଥିକ ବିକାଶ ଏବଂ ରାଜ୍ୟର ପ୍ରଗତି ପାଇଁ ବ୍ୟାଙ୍କଗୁଡ଼ିକର ସମୟୋଚିତ ଋଣ ପ୍ରଦାନ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।

ବୈଠକରେ ଉନ୍ନୟନ କମିଶନର ତଥା ଅତିିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ କୁମାର ଦେବ, ଏସ୍‌ଏଲ୍‌ବିସିର ଅଧ୍ୟକ୍ଷ ତଥା ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀ ସୋମା ଶଙ୍କର ପ୍ରସାଦ, ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ଭୁବନେଶ୍ୱରର ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀ ଏଚ୍‌.ଏନ୍‌. ପଣ୍ଡା, ନାବାର୍ଡ, ଭୁବନେଶ୍ୱରର ସିଜିଏମ୍‌ ଶ୍ରୀ ସି. ଉଦୟଭାସ୍କର, ଏସ୍‌ବିଆଇ, ଭୁବନେଶ୍ୱରର ସିଜିଏମ୍‌ ଶ୍ରୀ ଚନ୍ଦ୍ର ଶେଖର ଶର୍ମା, ଏସ୍‌ଏଲ୍‌ବିସିର ଆବାହକ ଶ୍ରୀ ଅରୂପାନନ୍ଦ ଜେନା, କୃଷି ଉତ୍ପାଦ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଂଜୀବ ଚୋପ୍ରା, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ, ଏମ୍‌ଏସ୍‌ଏମ୍‌ଇର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ରଞ୍ଜନା ଚୋପ୍ରା, ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ଆର୍‌. କାର୍ତ୍ତିକେୟନ୍‌ ପ୍ରମୁଖ ଯୋଗଦେଇ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ।

ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.