Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୨ ଲକ୍ଷ କୋଟି ଟଙ୍କାର ବଜେଟ, କୃଷି, ଶିକ୍ଷା ଓ ସ୍ବାସ୍ଥ୍ୟକୁ ଅଗ୍ରାଧିକାର, ଜାଣନ୍ତୁ କେଉଁ ବିଭାଗକୁ କେତେ
ଜାତୀୟ ଖବର

୨ ଲକ୍ଷ କୋଟି ଟଙ୍କାର ବଜେଟ, କୃଷି, ଶିକ୍ଷା ଓ ସ୍ବାସ୍ଥ୍ୟକୁ ଅଗ୍ରାଧିକାର, ଜାଣନ୍ତୁ କେଉଁ ବିଭାଗକୁ କେତେ

July 2, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ଆଜି ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ କରିଛନ୍ତି।  ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ମୋଟ୍ ୨ ଲକ୍ଷ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି । ତେବେ ଏଥର ବଜେଟରେ ସେ କୃଷି ଏବଂ ସ୍ବାସ୍ଥ୍ୟ ପାଇଁ ଅଧିକ ବ୍ୟୟ ବରାଦ କରିଛନ୍ତି।

ଏଥର କୃଷି ପାଇଁ ମୋଟ୍ ୨୧ ହଜାର ୧ ଶହ ୬୬ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି। ଏଥିରେ କାଳିଆ ଯୋଜନା ପାଇଁ ୧ ହଜାର ୮ ଶହ ୭୪ କୋଟି ଟଙ୍କା, କୃଷି ଶିକ୍ଷା ଓ ଗବେଷଣା ପାଇଁ ୧୬୧ କୋଟି ବ୍ୟୟ ବରାଦ କରାଯାଇଛି। ସେହିପରି ଉଦ୍ୟାନ କୃଷି ପାଇଁ ୩୧୨ କୋଟି ପ୍ରବଧାନ କରାଯାଇଛି। କୃଷକ ପରିବାରକୁ ଆୟ ସହାୟତା ପାଇଁ ୧୨୨ କୋଟି ଏବଂ ଚାଷୀଙ୍କୁ କୃଷି ଋଣ ସୁଧ ସହାୟତା ପାଇଁ ୮୯୩ କୋଟି ବରାଦ କରାଯାଇଛି ।

ସେହିପରି ଏହି ବଜେଟରେ ସ୍ୱାସ୍ଥ୍ୟ ପାଇଁ ମୋଟ ୧୨ ହଜାର ୬୨୪ କୋଟି ବ୍ୟ ଅଟକଳ ରଖାଯାଇଛି। ଏଥିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୨ ହଜାର ୬୬୪ କୋଟି ଟଙ୍କା ଏବଂ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟ ସେବା ମିଶନ ପାଇଁ ୨ ହଜାର ୩୨୫ କୋଟି ଟଙ୍କା ରଖାଯାଇଛି। ସେହିପରି ପରିବାର କଲ୍ୟାଣ ଯୋଜନା ପାଇଁ ୫୧୪ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରାଯାଇଛି।

ଅନ୍ୟପକ୍ଷରେ ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ମୋଟ ୨୭, ୩୨୪ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରାଯାଇଛି। ସେଥିରେ ମୋ ସ୍କୁଲ ଅଭିଯାନ ପାଇଁ ୬୪୬ କୋଟି । ଉଚ୍ଚ ବିଦ୍ୟାଳୟ ରୂପାନ୍ତରୀକରଣ ପାଇଁ ୧୦୦ କୋଟି ବ୍ୟବସ୍ଥା କରାଯାଇଛି । ମୋ କଲେଜ ଅଭିଯାନ ପାଇଁ ୧୧ କୋଟି । ସମଗ୍ର ଶିକ୍ଷା ପାଇଁ ୩୫୮୧ କୋଟି ବ୍ୟୟ ବରାଦ କରାଯାଇଛି । ଏ ନେଇ ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ପୂଜାରୀ ଗୃହକୁ ଅବଗତ କରାଇଛନ୍ତି।

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଭିନ୍ନ ବିଭାଗକୁ ଯେଉଁ ବ୍ୟୟ ବରାଦ କରିଛନ୍ତି ତାହା ହେଲା

କୃଷି- ୨୧, ୧୬୬ କୋଟି ଟଙ୍କା

ଶିକ୍ଷା ଓ ଦକ୍ଷତା ବିକାଶ- ୨୭, ୩୨୪ କୋଟି ଟଙ୍କା

ସ୍ୱାସ୍ଥ୍ୟ- ୧୨, ୬୨୪ କୋଟି ଟଙ୍କା

ଜଙ୍ଗଲ ଓ ପରିବେଶ- ୨୨୧୭ କୋଟି ଟଙ୍କା

ସଡକ ଓ ଭିତ୍ତିଭୂମି- ୧୪, ୪୫୪ କୋଟି ଟଙ୍କା

ମିଶନ ଶକ୍ତି- ୨୦୦୦ କୋଟି ଟଙ୍କା

ବିପର୍ଯ୍ୟୟ ପରିଚାଳନା- ୩୨୬୨ କୋଟି ଟଙ୍କା

ଶିଳ୍ପ, ଏମଏସଏମଇ, ଉଦ୍ୟୋଗ- ୧୨୬୯ କୋଟି ଟଙ୍କା

ଶକ୍ତି- ୩୪୮୨ କୋଟି ଟଙ୍କା

ପର୍ଯ୍ୟଟନ- ୫୯୦ କୋଟି ଟଙ୍କା

କ୍ରୀଡା ଓ ଯୁବସେବା ବିଭାଗ- ୯୧୧ କୋଟି ଟଙ୍କା

ଇସ୍ପାତ ଓ ଖଣି- ୧୮୩ କୋଟି ଟଙ୍କା

ଆଇଟି ଓ ଇଲେକ୍ଟ୍ରୋନିକ୍- ୩୦୨ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି।

ଓଡିଶା ବଜେଟ ଓଡିଶା ବିଧାନସଭା ନିରଂଜନ ପୂଜାରୀ ନିରଞ୍ଜନ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026
Latest News

ପ୍ରେସ୍ ସେବା ପୋର୍ଟାଲ୍ ମାଧ୍ୟମରେ ସବୁ ପ୍ରେସ୍ ପଞ୍ଜୀକରଣ ସେବା ଏବେ ଅନଲାଇନରେ ଉପଲବ୍ଧ

March 12, 2026

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.