Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସେବା ଶୁଳ୍କ ଆଦାୟ କରିପାରିବେ ନାହିଁ ହୋଟେଲ କିମ୍ବା ରେସ୍ତୋରାଁ: ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ
ବିଶେଷ ଖବର

ସେବା ଶୁଳ୍କ ଆଦାୟ କରିପାରିବେ ନାହିଁ ହୋଟେଲ କିମ୍ବା ରେସ୍ତୋରାଁ: ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ

July 4, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କୌଣସି ହୋଟେଲ କିମ୍ବା ରେସ୍ତୋରାଁ ସ୍ବତଃପ୍ରବୃତ ଭାବେ କିମ୍ବା ଭୁଲବଶତଃ ଖାଦ୍ୟ ବିଲ ଉପରେ ସେବା ଶୁଳ୍କ (ସର୍ଭିସ ଚାର୍ଜ) ଆଦାୟ କରିପାରିବେ ନାହିଁ ବୋଲି ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରି ଦିଆଯାଇଛି। ହୋଟେଲ ଓ ରେସ୍ତୋରାଁରେ ସେବା ଶୁଳ୍କ ଲାଗୁ କରିବା ସଂକ୍ରାନ୍ତରେ ଅନୁଚିତ ବ୍ୟବସାୟିକ କାର୍ଯ୍ୟ ପଦ୍ଧତି ଏବଂ ଉପଭୋକ୍ତା ଅଧିକାର ଉଲ୍ଲଙ୍ଘନ ରୋକିବାକୁ କେନ୍ଦ୍ର ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (ସିସିପିଏ) ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି।

କୌଣସି ଅନ୍ୟ ଶୁଳ୍କ ନାଁରେ ମଧ୍ୟ ସେବା ଶୁଳ୍କ ଆଦାୟ କରାଯାଇ ପାରିବ ନାହିଁ ବୋଲି ମାର୍ଗଦର୍ଶିକାରେ ସ୍ପଷ୍ଟ କରାଯାଇଛି। କୌଣସି ହୋଟେଲ କିମ୍ବା ରେସ୍ତୋରାଁ ଉପଭୋକ୍ତାଙ୍କୁ ସେବା ଶୁଳ୍କ ପଇଠ କରିବା ଲାଗି ବାଧ୍ୟ କରିବେ ନାହିଁ। ସେବା ଶୁଳ୍କ ଇଚ୍ଛାଧୀନ, ବିକଳ୍ପ ଏବଂ ଉପଭୋକ୍ତାଙ୍କ ଅଧିକାରଭୁକ୍ତ ବୋଲି ଉପଭୋକ୍ତାଙ୍କୁ ସ୍ପଷ୍ଟ ଭାବେ କୁହାଯିବ । ସେବା ଶୁଳ୍କ ସଂଗ୍ରହ ଆଧାରରେ ସେବାର ପ୍ରଦାନ ଏବଂ ବ୍ୟବସ୍ଥା କରିବା ଉପରେ କୌଣସି ପ୍ରତିବନ୍ଧ ଲାଗୁ କରାଯିବ ନାହିଁ। ସେବା ଶୁଳ୍କକୁ ଖାଦ୍ୟ ବିଲ ସହ ମିଶାଇ ଏବଂ ମୋଟ ଅର୍ଥରାଶି ଉପରେ ଜିଏସଟି ଲାଗୁ କରି ଏକତ୍ରିତ କରାଯିବ ନାହିଁ।

କୌଣସି ହୋଟେଲ କିମ୍ବା ରେସ୍ତୋରାଁ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରୁଥିବା ଉପଭୋକ୍ତା ଦେଖିଲେ, ସମ୍ପୃକ୍ତ ହୋଟେଲ କିମ୍ବା ରେସ୍ତୋରାଁକୁ ବିଲ ପରିମାଣରୁ ସେବା ଶୁଳ୍କ ବାଦ୍‌ ଦେବାକୁ ଅନୁରୋଧ କରିପାରିବେ। ଏଥିସହିତ ଉପଭୋକ୍ତା ଜାତୀୟ ହେଲ୍ପଲାଇନ (ଏନସିଏଚ)ରେ ୧୯୧୫କୁ କଲ କରିପାରିବେ କିମ୍ବା ଏନସିଏଚ୍‌ ମୋବାଇଲ ଆପ୍‌ ମାଧ୍ୟମରେ ଅଭିଯୋଗ ଦାଖଲ କରିପାରିବେ। ମାମଲା ପୂର୍ବରୁ ବିକଳ୍ପ ବିବାଦ ସମାଧାନ ବ୍ୟବସ୍ଥା ଭାବେ ଏହା କାମ କରିଥାଏ।

ଉପଭୋକ୍ତା ଅନୁଚିତ ବ୍ୟବସାୟ କାର୍ଯ୍ୟ ପଦ୍ଧତି ବିରୋଧରେ ଉପଭୋକ୍ତା ଆୟୋଗରେ ଅଭିଯୋଗ ମଧ୍ୟ ଦାଖଲ କରାଯାଇ ପାରିବ। ତୁରନ୍ତ ଏବଂ ପ୍ରଭାବୀ ଢଙ୍ଗରେ ଅଭିଯୋଗ ସମାଧାନ ଲାଗି ଇ-ଦାଖଲ ପୋର୍ଟାଲ www.e-daakhil.nic.in ମାଧ୍ୟମରେ ଇଲେକ୍ଟ୍ରୋନିକ ପଦ୍ଧତିରେ ଅଭିଯୋଗ ଦାଖଲ କରାଯାଇପାରିବ। ଏଥିସହିତ ଯାଞ୍ଚ ଏବଂ ସିସିପିଏ ଦ୍ବାରା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଲାଗି ଉପଭୋକ୍ତା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ଦାଖଲ କରିପାରିବେ। ସିସିପିଏକୁ [email protected]. ଇ-ମେଲରେ ଅଭିଯୋଗ ପଠାଯାଇ ପାରିବ। ସେବା ଶୁଳ୍କ ଲାଗୁ କରିବା ସମ୍ପର୍କରେ ଉପଭୋକ୍ତାଙ୍କ ଦ୍ବାରା ଜାତୀୟ ଉପଭୋକ୍ତା ହେଲ୍ପଲାଇନ (ଏନସିଏଚ)ରେ ଅନେକ ଅଭିଯୋଗ ଦାଖଲ କରାଯାଇଛି। ରେସ୍ତୋରାଁଗୁଡ଼ିକ ବାଧ୍ୟତାମୂଳକ ଭାବେ ସେବା ଶୁଳ୍କ ଲାଗୁ କରିବା, ସ୍ବତଃପ୍ରବୃତ୍ତ ଭାବେ ବିଲରେ ସେବା ଶୁଳ୍କକୁ ଯୋଡ଼ିବା, ଏପରି ଶୁଳ୍କ ପଇଠ କରିବା ଇଚ୍ଛାଧୀନ, ବିକଳ୍ପ ଆଧାରିତ ବୋଲି ଗ୍ରାହକଙ୍କୁ ଠିକ୍‌ ଭାବେ ସଚେତନ ନକରିବା ଏବଂ ସେବା ଶୁଳ୍କ ପଇଠ କରିବାକୁ ରାଜି ନହେଲେ ଉପଭୋକ୍ତାଙ୍କୁ ଶୋଷଣ କରିବା ଭଳି ଅଭିଯୋଗ ଏଥିରେ ସାମିଲ ରହିଛି।

ସେବା ଶୁଳ୍କ ସଂକ୍ରାନ୍ତ ବିଭିନ୍ନ ମାମଲାରେ ଉପଭୋକ୍ତା ଆୟୋଗ ଉପଭୋକ୍ତାଙ୍କ ସପକ୍ଷରେ ରାୟ ଶୁଣାଇଛନ୍ତି ଏବଂ ଏଭଳି ଶୁଳ୍କ ଆଦାୟକୁ ଅନୁଚିତ ବ୍ୟବସାୟିକ ପଦ୍ଧତି ଏବଂ ଉପଭୋକ୍ତାଙ୍କ ଅଧିକାର ଉଲ୍ଲଙ୍ଘନ ବୋଲି ଦର୍ଶାଇଛନ୍ତି।

ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ମାର୍ଗଦର୍ଶିକା ଜାରି ରେସ୍ତୋରାଁ ହୋଟେଲ
Share. Facebook Twitter LinkedIn Email WhatsApp Copy Link

Related Posts

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ଋଣରେ ପାଆନ୍ତୁ LPG ସିଲିଣ୍ଡର: ସୁଧମୁକ୍ତ ସହିତ ପ୍ରତି ମାସରେ ଦେୟ ଦିଅନ୍ତୁ କେବଳ 100 ଟଙ୍କା 

September 28, 2026

ବିଜୟଙ୍କ ବିଜୟର କାରଣ ସିଆଇଆର୍?: ଦାବି ଉପରେ ଚିଦାମ୍ବରମ୍‌ଙ୍କ ବଡ଼ ବୟାନ

September 28, 2026

୭ ହଜାର ଟଙ୍କା ହ୍ରାସ ପାଇଲା ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

September 28, 2026
Latest News

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026

MMDR Act କୁ ବିରୋଧ କରି ରାଜ ରାସ୍ତାରେ ଗର୍ଜ୍ଜନ କଲା ବିଜେଡି, ଯୋଗ ଦେଲେ ନବୀନ

September 28, 2026

ମାଡ଼ି ଆସୁଛି ବନ୍ୟାଜଳ, ମହାନଦୀ ଦେଖାଉଛି କରାଳ ରୂପ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.