Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାଳଚେର କୋଇଲା କ୍ଷେତ୍ରରୁ ଦ୍ରୁତ କୋଇଲା ପରିବହନ ପାଇଁ ମାର୍ଗ ପ୍ରଶସ୍ତ କରିବ ଏମସିଆରଏଲ ରେଳ କରିଡର
ଆଜିର ଖବର

ତାଳଚେର କୋଇଲା କ୍ଷେତ୍ରରୁ ଦ୍ରୁତ କୋଇଲା ପରିବହନ ପାଇଁ ମାର୍ଗ ପ୍ରଶସ୍ତ କରିବ ଏମସିଆରଏଲ ରେଳ କରିଡର

July 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ତାଳଚେର କୋଇଲା କ୍ଷେତ୍ରରୁ ଦ୍ରୁତ ଏବଂ ପ୍ରଭାବୀ କୋଇଲା ପରିବହନ ନିମନ୍ତେ ମହାନଦୀ କୋଇଲା ରେଳବାଇ ଲିଃ (ଏମସିଆରଏଲ) ଅଧୀନରେ ରେଳ କରିଡର ନିର୍ମାଣ କରାଯାଉଛି। ତାଳଚେର କୋଇଲା କ୍ଷେତ୍ରରୁ କୋଇଲା ପରିବହନ କ୍ଷେତ୍ରରେ ଏମସିଆରଏଲର ରେଳ କରିଡର ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ। ଏହି ରେଳ କରିଡର ଧାମରା ଏବଂ ପାରାଦୀପ ବନ୍ଦରକୁ ଦ୍ରୁତ ଗତିରେ ଅଧିକ ସଂଖ୍ୟାରେ କୋଇଲା ରେକ୍‌ ପରିବହନ ପାଇଁ ଆବଶ୍ୟକ ସୁବିଧା ଯୋଗାଇବ। ଭିଡ଼ମୁକ୍ତ ରେଳ ନେଟୱର୍କ ପ୍ରତିଷ୍ଠା ହେବା ଫଳରେ କୋଇଲା ପରିବହନ ବାବଦ ଖର୍ଚ୍ଚ ମଧ୍ୟ ହ୍ରାସ ପାଇବ। ଅନ୍ୟପଟେ ବନ୍ଦର ନିକଟରେ ସହଜରେ କୋଇଲା ପହଞ୍ଚିବା ଫଳରେ ଜାହାଜ ଯୋଗେ ଦେଶର ଦକ୍ଷିଣ ଏବଂ ପଶ୍ଚିମ କ୍ଷେତ୍ରକୁ ସହଜରେ କୋଇଲା ପଠାଇବା ସମ୍ଭବ ହୋଇପାରିବ। ସାମୁଦ୍ରିକ ମାର୍ଗରେ କୋଇଲା ପରିବହନ ରେଳ ନେଟୱର୍କରେ ପରିବହନ ତୁଳନାରେ ଅପେକ୍ଷାକୃତ ଶସ୍ତା ବିକଳ୍ପ ହେବ।

ତାଳଚେର କୋଇଲା କ୍ଷେତ୍ରରୁ ପ୍ରଭାବୀ କୋଇଲା ପରିବହନ ନିମନ୍ତେ ଏମସିଆରଏଲ ଅଧୀନରେ ପର୍ଯ୍ୟାୟକ୍ରମେ ରେଳ ଲାଇନ ନିର୍ମାଣ କରାଯାଉଛି। ପ୍ରଧାନମନ୍ତ୍ରୀ ଗତିଶକ୍ତି ଯୋଜନା ଅଧୀନରେ ଉଚ୍ଚ ପ୍ରଭାବଯୁକ୍ତ ପ୍ରକଳ୍ପ ଅଧୀନରେ ଏମସିଆରଏଲ ପର୍ଯ୍ୟାୟ ୧ ଏବଂ ପର୍ଯ୍ୟାୟ ୨ ପ୍ରକଳ୍ପ ନିର୍ମାଣ ପାଇଁ କୋଇଲା ମନ୍ତ୍ରଣାଳୟ ପୂର୍ବରୁ ସ୍ଥାନ ଚିହ୍ନଟ କରିସାରିଛି।

ଅନ୍ୟପକ୍ଷରେ ୩୧.୦୮.୨୦୧୫ରେ ଏମସିଆରଏଲ ଗଠନ କରାଯାଇଥିଲା। ଏଥିରେ ମହାନଦୀ କୋଇଲାଫିଲ୍ଡସ୍‌ ଲିମିଟେଡ (ଏମସିଏଲ)ର ୬୪%, ଆଇଆରସିଓଏନର ୨୬% ଏବଂ ଓଡ଼ିଶା ଶିଳ୍ପ ଉନ୍ନୟନ ନିଗମ (ଇଡକୋ)ର ୧୦% ଅଂଶଧନ ରହିଛି।

ଅନୁଗୁଳ ଜିଲ୍ଲାର ବିଭିନ୍ନ ଅଞ୍ଚଳ ଦେଇ ଏମସିଆରଏଲ ଅଧୀନରେ ରେଳ ଲାଇନ ନିର୍ମାଣ କରାଯାଉଛି। ଭାରତୀୟ ରେଳ ନେଟୱର୍କର ଅନୁଗୁଳ ଏବଂ ଜରପଡ଼ା ଷ୍ଟେସନ ଏହି ପ୍ରକଳ୍ପ ଅଧୀନରେ ଆସୁଛି । ଅନ୍ୟପଟେ ଏମସିଏଲର ତାଳଚେର-ବଳରାମ ଘରୋଇ ସାଇଡିଂ ଅଧୀନରେ ବଳରାମ ଷ୍ଟେସନକୁ ବର୍ତ୍ତମାନର ଲୋଡିଂ ଷ୍ଟେସନ ଭାବେ ସାମିଲ କରାଯାଇଛି।

ଚଳିତ ବର୍ଷ ସୁଦ୍ଧା ଏମସିଆରଏଲ ପର୍ଯ୍ୟାୟ -୧ (ଅନୁଗୁଳ-ବଳରାମ) ୧୪ କିମି ଲମ୍ବ ରେଳ ଲାଇନ ସମ୍ପୂର୍ଣ୍ଣ ଭାବେ କାର୍ଯ୍ୟକ୍ଷମ ହେବ। ତାଳଚେର କୋଇଲା ଖଣିରେ ଥିବା ଏମସିଏଲ ଖଣିରୁ ଏହି ରେଳ ଲାଇନ ଜରିଆରେ ୨୫ ନିୟୁତ ଟନ୍‌ କୋଇଲା ପରିବହନ କରାଯିବ ବୋଲି ଆଶା କରାଯାଉଛି।

ଅନ୍ୟପକ୍ଷରେ ଏମସିଆରଏଲ ପର୍ଯ୍ୟାୟ-୨ ପ୍ରକଳ୍ପ ଅଧୀନରେ ୫୪ କିଲୋମିଟର ଲମ୍ବର ବଳରାମ-ଜରପଡ଼ା-ତେନ୍ତୁଲୋଇ ରେଳ ଲାଇନ ଡିସେମ୍ବର ୨୦୨୫ ସୁଦ୍ଧା କାର୍ଯ୍ୟକ୍ଷମ ହେବ ବୋଲି ଆଶା କରାଯାଉଛି। ଏହି ପ୍ରକଳ୍ପ ତାଳଚେର କୋଇଲା କ୍ଷେତ୍ରର ଦକ୍ଷିଣ ପାର୍ଶ୍ବ ଏବଂ କେନ୍ଦ୍ରୀୟ ଭାଗରେ ଥିବା ଆବଣ୍ଟିତ କୋଇଲା ଖଣିକୁ ରେଳ ସଂଯୋଗ କରିବ।

ଦ୍ବିତୀୟ ପର୍ଯ୍ୟାୟ ପ୍ରକଳ୍ପ କାମ ଦ୍ରୁତ ଗତିରେ ଜାରି ରହିଛି, ଜମି ଅଧିଗ୍ରହଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଜଙ୍ଗଲ ମଞ୍ଜୁରି ମିଳିସାରିଛି। ପ୍ରକଳ୍ପ କାର୍ଯ୍ୟକ୍ଷମ ହେବା ପରେ ତାଳଚେର କୋଇଲା କ୍ଷେତ୍ରରେ ଥିବା ସିଆଇଏଲ ଏବଂ ଅଣ-ସିଆଇଏଲ ~୫୮ ନିୟୁତ ଟନ, କୋଇଲା ଖଣିରୁ କୋଇଲା ପରିବହନ ପାଇଁ ସୁବିଧା ମିଳିପାରିବ।

ସୂଚନା ଯୋଗ୍ୟ ଯେ, ମହାନଦୀ କୋଲ୍‌ ଫିଲ୍ଡସ୍‌ର ତାଳଚେର କୋଇଲା କ୍ଷେତ୍ର ଦେଶର ଅନ୍ୟତମ ବୃହତ କୋଇଲା କ୍ଷେତ୍ର ପାଇଁ ପରିଗଣିତ ହୋଇଥାଏ। ଏଠାରେ ଦେଶର ମୋଟ୍‌ ଆନୁମାନିକ କୋଇଲା ସମ୍ପଦର ୧୫% ଅର୍ଥାତ୍‌ ୫୨ ବିଲିୟନ ଟନ କୋଇଲା ଗଚ୍ଛିତ ହୋଇ ରହିଛି। ତାଳଚେର କୋଇଲା କ୍ଷେତ୍ରରେ ଥିବା ଖଣିଜ ସମ୍ପଦ ମଧ୍ୟରୁ, ୬୩%ରୁ ଅଧିକ (୩୩ ବିଲିୟନ ଟନ) ୩୦୦ ମିଟର ଗଭୀରତା ମଧ୍ୟରେ ରହିଛି, ଫଳରେ ଏଠାରେ ଓପନକାଷ୍ଟ ମାଇନିଂ ଜରିଆରେ କୋଇଲା ଉତ୍ତୋଳନ କରାଯାଇପାରିବ।

ତାଳଚେର କୋଇଲା କ୍ଷେତ୍ରରେ ଥିବା ମହାନଦୀ କୋଲ ଫିଲ୍ଡସ ଲିମିଟେଡ ଏବଂ ଆବଣ୍ଟିତ କୋଇଲା ଖଣିରୁ ୨୦୨୨ ଆର୍ଥିକ ବର୍ଷରେ ୯୫ ନିୟୁତ ଟନରୁ ଅଧିକ କୋଇଲା ଉତ୍ପାଦନ ହୋଇଥିଲା। ୨୦୨୪-୨୫ ଆର୍ଥିକ ବର୍ଷରେ ୨୦୦ ନିୟତୁ ଟନ ଏବଂ ୨୦୩୦ ଆର୍ଥିକ ବର୍ଷରେ ୩୦୦ ନିୟୁତ ଟନ କୋଇଲା ଉତ୍ପାଦନ ହେବ ବୋଲି ଆଶା କରାଯାଉଛି।

ତାଳଚେର ମହାନଦୀ କୋଲ ଫିଲ୍ଡସ ଲିମିଟେଡ ରେଳ ଲାଇନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.