Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଓଡିଶା ସରକାର ଏବଂ ଆନ୍ତର୍ଜାତିକ ଅର୍ଥ ନିଗମ ମଧ୍ୟରେ ସ୍ବାକ୍ଷରିତ ହେଲା ବୁଝାମଣାପତ୍ର, ଜାଣନ୍ତୁ କଣ 
ଅନ୍ତରାଷ୍ଟ୍ରୀୟ

ଓଡିଶା ସରକାର ଏବଂ ଆନ୍ତର୍ଜାତିକ ଅର୍ଥ ନିଗମ ମଧ୍ୟରେ ସ୍ବାକ୍ଷରିତ ହେଲା ବୁଝାମଣାପତ୍ର, ଜାଣନ୍ତୁ କଣ 

July 22, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶା ସରକାର ଏବଂ ଆନ୍ତର୍ଜାତିକ ଅର୍ଥ ନିଗମ ମଧ୍ୟରେ ସ୍ବାକ୍ଷରିତ ହେଲା ବୁଝାମଣାପତ୍ର, ଜାଣନ୍ତୁ କଣ

ଭୁବନେଶ୍ୱର: ଉତ୍ତମ ସେବା ଯୋଗାଣ କ୍ଷେତ୍ରରେ ଅନ୍ୟ ଏକ ପଦକ୍ଷେପ ଭାବେ ରାଷ୍ଟ୍ରାୟତ୍ତ ସଂପତ୍ତି ମୁଦି୍ରକରଣ ଓ ପୁନଃବିନିଯୋଗ ପାଇଁ ଆଜି ରାଜ୍ୟ ସରକାର ଏବଂ ବିଶ୍ୱ ବ୍ୟାଙ୍କର ଆନ୍ତର୍ଜାତିକ ଅର୍ଥ ନିଗମ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ରାଜ୍ୟ ଲୋକସେବା ଭବନ ସଭାଗୃହଠାରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହା ସାର୍ବଜନୀନ ସଂପତ୍ତିର ବୃତ୍ତିଗତ ଆର୍ଥିକ ପରିଚାଳନା ତଥା ରାଜ୍ୟର ଆର୍ଥିକ ଅଭିବୃଦ୍ଧିରେ ବିଶେଷ ସହାୟକ ହେବ । ଏହା ମାଧ୍ୟମରେ ସାର୍ବଜନୀନ ସଂପତ୍ତିର ଏକ ବୃହତ ରାଶି ବେସରକାରୀ ପୁଂଜିବିନିଯୋଗକୁ ବ୍ୟାପକ କରିବ ।

ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି ଯେ ବୁଝାମଣାପତ୍ର ଅନୁସାରେ ରାଷ୍ଟ୍ରାୟତ୍ତ ଅଚଳ ସଂପତ୍ତିଗୁଡ଼ିକର ମୁଦି୍ରକରଣ ଓ ସେଥିରେ ଘରୋଇ ପୁଂଜିବିନିଯୋଗ ପ୍ରକ୍ରିୟାକୁ ସରଳ କରିବା ପାଇଁ ଆଇଏଫ୍‌ସି ବୈଷୟିକ ଓ ବୃତ୍ତିଗତ ସହାୟତା ଯୋଗାଇବ। ଏହା ରାଜ୍ୟର ଶିଳ୍ପ ଭିତ୍ତିଭୂମି ଓ ଶିଳ୍ପାନ୍ୱୟନ ବାତାବରଣ ବିକାଶରେ ବିଶେଷ ସହାୟକ ହେବ।

ଏହା ମଧ୍ୟ ଖୋଲାବଜାରରୁ ଋଣ ଉଠାଣ ଆବଶ୍ୟକତାକୁ ବହୁଭାବେ ହ୍ରାସ କରିବ ଓ ଭିତ୍ତିଭୂମି ବିକାଶ ପାଇଁ ଆର୍ଥିକ ବ୍ୟବଧାନ ଦୂର କରିବ । ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର କହିଥିଲେ ଯେ ଏହି ପ୍ରଚେଷ୍ଟା ଘରୋଇ ପୁଂଜିବିନିଯୋଗ ଓ ଅଧିକ କର୍ମନିଯୁକ୍ତି ସୃଷ୍ଟି କ୍ଷେତ୍ରରେ ବିଶେଷ ସହାୟକ ହେବ ।

ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ କୁମାର ଜେନା, ଶକ୍ତି ବିଭାଗ ପ୍ରମୁଖ ସଚିବ ଶ୍ରୀ ନିକୁଞ୍ଜବିହାରୀ ଧଳ, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ପୂର୍ତ୍ତ ସଚିବ ଶ୍ରୀ ବୀର ବିକ୍ରମ ଯାଦବ, ଶିଳ୍ପ ବିଭାଗ ଅତିରିକ୍ତ ସଚିବ ଶ୍ରୀ ଶୁଭେନ୍ଦ୍ର କୁମାର ନାୟକଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ଓଡ଼ିଶା ସରକାରଙ୍କ ତରଫରୁ ଇପିକଲର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭୂପେନ୍ଦ୍ର ସିଂ ପୁନିଆ ଓ ଆନ୍ତର୍ଜାତିକ ଅର୍ଥ ନିଗମର ସର୍ବଭାରତୀୟ ଅଧିକାରୀ ସୁଶ୍ରୀ ରୋଶିକା ସିଂହ ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ ।

ପ୍ରଦୀପ କୁମାର ଜେନା ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ବର୍ଷ ବର୍ଷର ଯନ୍ତ୍ରଣା ପରେ, ହାତୀ ମାଣିକିକୁ ବନତାରାରେ ମିଳିଲା ନୂତନ ଜୀବନ

June 25, 2026
Latest News

ମହେଶ ଦୀକ୍ଷିତ ହେଲେ ଦେଶର ନୂଆ ଆଇବି ମୁଖ୍ୟ

June 26, 2026

ପୀତବାସ ପଣ୍ଡା ହତ୍ୟା ମାମଲା: ଫାଇନାଲ ଚାର୍ଜସିଟ ଦାଖଲ

June 26, 2026

ବଢିଲା ପାସପୋର୍ଟ ଫି

June 25, 2026

ଷ୍ଟ୍ରିଟ୍‌ଲାଇଟ୍ କେଳେଙ୍କାରୀରେ ଭିଜିଲାନ୍ସର ବଡ଼ ଚଢ଼ାଉ : ତିନି ଠିକାଦାର ଗିରଫ

June 25, 2026

ମୋଦିଙ୍କ ପରେ ରାଷ୍ଟ୍ରପତିଙ୍କୁ ଭେଟିଲେ ଅମିତ ଶାହା: ମନ୍ତ୍ରିପରିଷଦ ପୁନର୍ଗଠନ ନେଇ ଚର୍ଚ୍ଚା ତୀବ୍ର

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.