Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଖୁ ଚାଷୀଙ୍କୁ ଚିନି କଳ ମାଲିକମାନେ ପ୍ରଦାନ କରୁଥିବା ଆଖୁର ଉଚିତ୍‌ ଏବଂ ଲାଭକାରୀ ମୂଲ୍ୟ ବଢ଼ିଲା
ଜାତୀୟ ଖବର

ଆଖୁ ଚାଷୀଙ୍କୁ ଚିନି କଳ ମାଲିକମାନେ ପ୍ରଦାନ କରୁଥିବା ଆଖୁର ଉଚିତ୍‌ ଏବଂ ଲାଭକାରୀ ମୂଲ୍ୟ ବଢ଼ିଲା

August 4, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଖୁ ଚାଷୀଙ୍କ ହିତରେ କେନ୍ଦ୍ର ସରକାର ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (ସିସିଇଏ) ବୈଠକରେ ୨୦୨୨-୨୩ ଚିନି ଋତୁ (ଅକ୍ଟୋବାର-ସେପ୍ଟେମ୍ବର) ପାଇଁ ଆଖୁର ଉଚିତ୍‌ ଏବଂ ଲାଭକାରୀ ମୂଲ୍ୟ (ଏଫଆରପି)କୁ ବୃଦ୍ଧି କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ୧୦.୨୫%ର ମୂଳ ଅସୁଲୀ ଦର ପାଇଁ ଏହି ମୂଲ୍ୟକୁ କୁଇଣ୍ଟାଲ ପ୍ରତି ୩୦୫ ଟଙ୍କା ନିର୍ଦ୍ଧାରଣ କରାଯାଇଛି।

୧୦.୨୫%ରୁ ଅଧିକ ଅସୁଲୀରେ ପ୍ରତିଥର ୦.୧% ବୃଦ୍ଧି ପାଇଁ କୁଇଣ୍ଟାଲ ପ୍ରତି ୩.୦୫ ଟଙ୍କା ପ୍ରିମିୟମ ପ୍ରଦାନ କରାଯିବ। ଅସୁଲୀରେ ୦.୧ % ହ୍ରାସ ପାଇଁ କୁଇଣ୍ଟାଲ ପ୍ରତି ଏଫଆରପିରେ ୩.୦୫ ଟଙ୍କା ହ୍ରାସ କରାଯିବ। ତେବେ ଆଖୁ ଚାଷୀଙ୍କ ହିତକୁ ସୁରକ୍ଷା ଦେବାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି ଯେଉଁ ଚିନି କଳ କ୍ଷେତ୍ରରେ ଅସୁଲି ହାର ୯.୫%ରୁ କମ ହେବ ସେଠାରେ କୌଣସି ହ୍ରାସ କରାଯିବ ନାହିଁ।

ଏପରି ଚାଷୀମାନଙ୍କୁ, ଆସନ୍ତା ଚିନି ଋତୁ ୨୦୨୨-୨୩ରେ ଆଖୁ ପାଇଁ କୁଇଣ୍ଟାଲ ପ୍ରତି ୨୮୨.୧୨୫ ଟଙ୍କା ମିଳିବ ଯାହାକି ଚଳିତ ଚିନି ଋତୁ ୨୦୨୧-୨୨ରେ କୁଇଣ୍ଟାଲ ପ୍ରତି ୨୭୫.୫୦ ଟଙ୍କା ରହିଛି। ୨୦୨୨-୨୩ ଚିନି ଋତୁ ପାଇଁ ଆଖୁ ଉତ୍ପାଦନର ଏ2+ଏଫଏଲ ଖର୍ଚ୍ଚ (ଅର୍ଥାତ୍‌ ବାସ୍ତବ ପରିଶୋଧ ଖର୍ଚ୍ଚ ଯୁକ୍ତ ପାରିବାରିକ ଶ୍ରମ ଆରୋପିତ ମୂଲ୍ୟ) କୁଇଣ୍ଟାଲ ପ୍ରତି ୧୬୨ ଟଙ୍କା ରହିଛି।

୧୦.୨୫% ଅସୁଲି ଦର ସହିତ କୁଇଟାଲ ପ୍ରତି ୩୦୫ ଟଙ୍କାର ଏଫଆରପି ଉତ୍ପାଦନ ଖର୍ଚ୍ଚ ଠାରୁ ୮୮.୩% ଅଧିକ, ଯାହାକି ଚାଷୀଙ୍କୁ ସେମାନଙ୍କର ଖର୍ଚ୍ଚ ତୁଳନାରେ ୫୦%ରୁ ଅଧିକ ଲାଭ ଦେବାର ନିଷ୍ପତ୍ତିକୁ କାର୍ଯ୍ୟ କରୁଛି। ୨୦୨୨-୨୩ ଚିନି ଋତୁରେ ଏଫରଆରପି ୨୦୨୧-୨୨ ଚିନି ଋତୁର ଏଫଆରପି ତୁଳନାରେ ୨.୬% ରହିଛି ।

କେନ୍ଦ୍ର ସରକାରଙ୍କ ସକ୍ରିୟ ନୀତି କାରଣରୁ, ଆଖୁ ଚାଷୀ ଏବଂ ଚିନି ଉଦ୍ୟୋଗ ଗତ ୮ ବର୍ଷ ମଧ୍ୟରେ ଉଲ୍ଲେଖନୀୟ ପ୍ରଗତି ହାସଲ କରିଛନ୍ତି ଏବଂ ବର୍ତ୍ତମାନ ଆତ୍ମନିର୍ଭରଶୀଳତା ସ୍ତରରେ ପହଞ୍ଚି ପାରିଛନ୍ତି। ଠିକଣା ସମୟରେ ସରକାରୀ ହସ୍ତକ୍ଷେପ ଏବଂ ଚିନି ଉଦ୍ୟୋଗ, ରାଜ୍ୟ ସରକାର, କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ସହିତ ଚାଷୀଙ୍କ ସହଯୋଗ କାରଣରୁ ଏପରି ପରିଣାମ ମିଳିପାରିଛି।

ଆଖୁ ଚାଷୀ କ୍ୟାବିନେଟ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସନ୍ଧ୍ୟା ୫ଟା ସୁଦ୍ଧା ୧୦ଟି ଫିଲ୍ମର ରେକର୍ଡ ଭାଙ୍ଗିଲା “ୱେଲକମ୍ ଟୁ ଦି ଜଙ୍ଗଲ” 

June 26, 2026
Latest News

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ପ୍ରାଣୀଧନ ନିରୀକ୍ଷକ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.