Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭୁବନେଶ୍ବରରେ ଉଦଘାଟିତ ହେଲା ଜାତୀୟ ହସ୍ତତନ୍ତ ମେଳା-୨୦୨୨
ଜାତୀୟ ଖବର

ଭୁବନେଶ୍ବରରେ ଉଦଘାଟିତ ହେଲା ଜାତୀୟ ହସ୍ତତନ୍ତ ମେଳା-୨୦୨୨

September 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ଉଦଘାଟିତ ହେଲା ଜାତୀୟ ହସ୍ତତନ୍ତ ମେଳା-୨୦୨୨

ଭୁବନେଶ୍ୱର: ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାର ବାଣିଜି୍ୟକ ଆଭିମୁଖ୍ୟକୁ ତ୍ୱରାନ୍ୱିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ୱାରା ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ୨୧ତମ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳାର ଆୟୋଜିତ ହୋଇଛି। ଏହି ‘ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା’ ଅକ୍ଟୋବର ୯ ତାରିଖ ପର୍ଯ୍ୟନ୍ତ ଚାଲିବ।

ଆଜି ସନ୍ଧ୍ୟାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଏହି ମେଳାକୁ ଉଦ୍‌ଘାଟନ କରିଛନ୍ତି।ଏହି ଉଦ୍‌ଘାଟନୀ ଉତ୍ସବରେ ମଧ୍ୟ ଭୁବନେଶ୍ୱର ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବୟନଶିଳ୍ପ ଓ ହସ୍ତତନ୍ତ ନିର୍ଦ୍ଦେଶକ ଶ୍ରୀ ସୁଶାନ୍ତ କୁମାର ଦାଶ, ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଶ୍ୟାମଭକ୍ତ ମିଶ୍ର ଏବଂ ବୟନଶିଳ୍ପ ନିର୍ଦ୍ଦେଶାଳୟ ଓ ବୟନିକାର ପଦାଧିକାରୀବୃନ୍ଦ ଯୋଗ ଦେଇଥିଲେ।

ଏହି ମେଳାରେ ୨୧୫ଟି ଷ୍ଟଲ ଖୋଲାଯାଇଛି। ଏଥି ମଧ୍ୟରୁ ୧୧୫ଟି ଷ୍ଟଲ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ ସମିତିମାନଙ୍କୁ ପ୍ରଦର୍ଶନୀ ନିମନ୍ତେ ଦିଆଯାଇଛି। ଅନ୍ୟ ୧୦୦ଟି ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାଙ୍କୁ ଆବଣ୍ଟନ କରାଯାଇଛି। ଏହି ମେଳାରେ ଉତ୍ତରପ୍ରଦେଶ, ଜାମ୍ମୁ ଓ କାଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ବିହାର, ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ, କର୍ଣ୍ଣାଟକ, ହରିୟାନା ଏବଂ ଓଡ଼ିଶାର ବିଭିନ୍ନ ସଂସ୍ଥା/ସମିତି ଅଂଶଗ୍ରହଣ କରି ସେମାନଙ୍କର ବିଭିନ୍ନ ହସ୍ତତନ୍ତ ବସ୍ତ୍ର ଓ ପରିଧାନର ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି।

ଏହି ପ୍ରଦର୍ଶନୀରେ ଓଡ଼ିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍‌, ଗୁଜୁରାଟର ପଟୋଲା, ଲକ୍ଷ୍ନୌର ଚିକେନକାରୀ, ଜାମ୍ମୁ ଓ କାଶ୍ମୀରର ପଶ୍ମିନା-ସାଲ୍‌, ତାମିଲନାଡ଼ୁର କାଞ୍ଜିବରମ୍‌ ପାଟଶାଢ଼ି, ଦିଲ୍ଲୀ, ହରିୟାନାର ଫର୍ନିସିଙ୍ଗ୍‌ ବସ୍ତ୍ର, ପଞ୍ଜାବର କମ୍ବଳ ଓ କର୍ଣ୍ଣାଟକର ଶିá ଶାଢ଼ି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେଉଛି।

ଏହି ମେଳା ପ୍ରତ୍ୟହ ଦିବା ୧୧.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଚାଲିବ। ଏହି ମେଳାରେ ଓଡ଼ିଶାର ପ୍ରତ୍ୟେକ ଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକି୍ର ଉପରେ ସ୍ୱତନ୍ତ୍ର ରିହାତି ଦେବାର ବ୍ୟବସ୍ଥା କରାଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ର କଡ଼ାକଡ଼ି ଅନୁପାଳନ ନିମନ୍ତେ ସମସ୍ତ ପଦକ୍ଷେପ ନିଆଯାଇଛି। ସାମାଜିକ ଦୂରତା ରଖିବା ଓ ମାସ୍କ ପିନ୍ଧିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି।

ଏଠାରେ ଦେଶର ସମସ୍ତ ରାଜ୍ୟର ହସ୍ତତନ୍ତ ବସ୍ତ୍ର ସହ ପାରମ୍ପରିକ ଖାଦ୍ୟ, ଖେଳକୁଦ ଓ ପ୍ରତ୍ୟେକ ସନ୍ଧ୍ୟାରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି। ଏହି ମେଳାରେ ବହୁସଂଖ୍ୟାରେ ଯୋଗଦେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

ଗତବର୍ଷ ଏହି ମେଳାରେ ୧୦ କୋଟି ଟଙ୍କାର ବ୍ୟବସାୟ ହୋଇଥିଲା। ଚଳିତ ବର୍ଷ ପୂଜା ଉପଲକ୍ଷେ ୧୨ କୋଟିରୁ ଅଧିକ ବ୍ୟବସାୟ ହେବ ବୋଲି ଆଶା କରାଯାଉଛି। ଏହି ମେଳାକୁ ବୟନଶିଳ୍ପ ନିର୍ଦ୍ଦେଶାଳୟ ଓ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜନ କରାଯାଇଛି।

ଜାତୀୟ ହସ୍ତତନ୍ତ ମେଳା-୨୦୨୨ ବୟନ ଓ ହସ୍ତଶିଳ୍ପ ରୀତା ସାହୁ ଶୁଭା ଶର୍ମା ହସ୍ତତନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026

୧୭୦ ଦିନ ପରେ ଯୋଧପୁର ଜେଲରୁ ମୁକୁଳିଲେ ସୋନମ ୱାଙ୍ଗଚୁକ୍, NSA ମଧ୍ୟ ପ୍ରତ୍ୟାହାର କଲେ ସରକାର 

March 14, 2026

ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.