ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ 5T ସଚିବ ଭି କେ ପାଣ୍ଡିଆନ

Published: Sep 18, 2022, 6:13 pm IST

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବରମୁଣ୍ଡା ଆନ୍ତଃରାଜ୍ୟ ବସ ଟର୍ମିନାଲ ରାଜ୍ୟର ବ୍ୟସ୍ତ ବସ ଷ୍ଟାଣ୍ଡ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ ଚଳା ଚଳ କରିଥାଏ.
ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ ଟର୍ମିନାଲର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଅନୁଯାୟୀ କାମ ଚାଲିଛି।

ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5ଟି ଶ୍ରୀ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ ବିଡିଏ ଉପାଧ୍ୟାକ୍ଷ ଶ୍ରୀ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ବସ ଟର୍ମିନାଲ ଓ ବସ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ। ଆସନ୍ତା ମାର୍ଚ୍ଚ 2023 ସୁଦ୍ଧା ଟର୍ମିନାଲ କାମ ଶେଷ କରିବାକୁ ସେ ନିର୍ଦେଶ ଦେଇଥିଲେ।

ଵସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ଟର୍ମିନାଲ କାମ ର ଅଗ୍ରଗତି ସନ୍ତୋଷ ଜନକ ରହିଁଛି। ଯାତ୍ରୀଙ୍କ ସୁବିଧା କୁ ଦୃଷ୍ଟିରେ ରଖି 180 କୋଟି ଟଙ୍କା ବ୍ୟୟ ରେ 11.48 ଏକର ଜମି ଉପରେ ନିର୍ମିତ ଟର୍ମିନାଲର ବରମୁଣ୍ଡା ରେ ପାର୍କିଙ୍ଗ ଏଟିଏମ, ଫୁଡକୋର୍ଟ, ରେଷ୍ଟୁରାଣ୍ଟ ଏବଂ ବ୍ୟବସାୟିକ ସ୍ଥାନ ସହିତ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି। ସେଠାରୁ ଶହେ ରୁ ଅଧିକ ଵସ ଚଳାଚଳ ର ବ୍ୟବସ୍ଥା ମଧ୍ୟ କରାଯାଇଛି।

Related posts