Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ, ୩ ମାସ ମଧ୍ୟରେ ଶିଳ୍ପାଞ୍ଚଳର ସମସ୍ତ ସମସ୍ୟା ସମାଧାନ ପାଇଁ ପରାମର୍ଶ
ଜାତୀୟ ଖବର

୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ, ୩ ମାସ ମଧ୍ୟରେ ଶିଳ୍ପାଞ୍ଚଳର ସମସ୍ତ ସମସ୍ୟା ସମାଧାନ ପାଇଁ ପରାମର୍ଶ

September 20, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ, ୩ ମାସ ମଧ୍ୟରେ ଶିଳ୍ପାଞ୍ଚଳର ସମସ୍ତ ସମସ୍ୟା ସମାଧାନ ପାଇଁ ପରାମର୍ଶ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଗସ୍ତ କରି ଶିଳ୍ପଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରିଛନ୍ତି ।

ଆଲୋଚନା ପରେ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଥିଲେ । ଖୋର୍ଦ୍ଧା ଶିଳ୍ପାଞ୍ଚଳର ପ୍ରାୟ ୫୦ ଜଣ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନ ଏବଂ ସେମାନଙ୍କ ସଂଘର କର୍ମକର୍ତ୍ତାମାନେ ଆଲୋଚନାରେ ଭାଗ ନେଇଥିଲେ ।

ଏଥିରେ ବିଜୁଳି ଓ ପାଣି ଯୋଗାଣରେ ଉନ୍ନତି, ଟ୍ରକ ଗୁଡିକର ପାର୍କିଂ ସମସ୍ୟା, ଶ୍ରମିକ ମାନଙ୍କ ପାଇଁ ହଷ୍ଟେଲ, ଟ୍ରାଫିକ ପରିଚାଳନା, ବର୍ଜ୍ୟବସ୍ତୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା। ବୈଠକରେ ସବୁ ଇଣ୍ଡଷ୍ଟ୍ରିୟାଲ ଇଷ୍ଟେଟ ରେ ଦୁଇ ହଜାରରୁ ତିନି ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲର ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

କୋଭିଡ ମହାମାରୀ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଏହି କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ସ୍ବତନ୍ତ୍ର ନୀତି ଆସିବ ବୋଲି ୫-ଟି ସଚିବ କହିଥିଲେ । ବୈଠକରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଉପରେ ଗୁରୁତ୍ବ ଆରୋପ କରାଯାଇଥିଲା ।

ଏହାପରେ ଶ୍ରୀ ପାଣ୍ଡିଆନ ଜୟମଙ୍ଗଳ ଶିଳ୍ପାଞ୍ଚଳ ମଧ୍ୟ ପରିଦର୍ଶନ କରିଥିଲେ। ସେଠାରେ ସେ କୋଭିଡ ମହାମାରୀ ସମୟରେ ଚାକିରୀ ଛାଡି ଥିବା ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ ଗ୍ରାଜୁଏଟ ମାନଙ୍କ ସହିତ ଆଲୋଚନା କରିଥିଲେ । ଉଦ୍ୟୋଗ ପ୍ରତିଷ୍ଠା ପାଇଁ ସେମାନଙ୍କର ଉଦ୍ୟମରେ ରାଜ୍ୟ ସରକାର ସଂପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ଶ୍ରୀ ପାଣ୍ଡିଆନ ପ୍ରତିଶୃତି ଦେଇଥିଲେ ।

୫-ଟି ସଚିବଙ୍କ ଏହି ଗସ୍ତରେ ଶିଳ୍ପଦ୍ୟୋଗୀମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଖୁସି ପ୍ରକାଶ ପାଇଥିଲା। ସେମାନଙ୍କର ଦୀର୍ଘ ବର୍ଷର ସମସ୍ୟାର ଆଜି ସମାଧାନ ହୋଇଛି ବୋଲି ସନ୍ତୋଷ ପ୍ରକାଶ କରି ସେମାନେ କହିଥିଲେ ଯେ ୪୦ ବର୍ଷର ସମସ୍ୟା ଆଜି ମାତ୍ର ୪୦ ମିନିଟ୍‌ରେ ସମାଧାନ ହୋଇପାରିଛି।

ଏହି ଆଲୋଚନାରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ଇଡ୍‌କୋ ପରିଚାଳନା ନିର୍ଦ୍ଦେଶକ ଓ ଖୋର୍ଦ୍ଧା ଜିଲ୍ଲାପାଳ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

v k pandiayan ଖୋର୍ଦ୍ଧା ଖୋର୍ଦ୍ଧା ଶିଳ୍ପାଞ୍ଚଳ ପାଣ୍ଡିଆନ ଭି.କେ ପାଣ୍ଡିୟାନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଟଖା-ପାନ ମସଲା ବ୍ୟାନ୍: ନିୟମ କଡ଼ା, ଉଲ୍ଲଂଘନ କଲେ ହୋଇପାରେ ଜେଲ୍ ଓ ଜରିମାନା

August 13, 2026

ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ: ଓଡ଼ିଶା ଏବଂ ଝାଡ଼ଖଣ୍ଡର ସାଂସଦମାନଙ୍କ ସହ କଥା ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

August 13, 2026

ସେମିକଣ୍ଡକ୍ଟର ଶିଳ୍ପ: ଓଡ଼ିଶାରେ ସମ୍ଭାବନାକୁ ଲୋକସଭାରେ ଉଠାଇଲେ କେନ୍ଦ୍ରମନ୍ତ୍ରୀ

August 13, 2026

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026
Latest News

ଗୁଟଖା-ପାନ ମସଲା ବ୍ୟାନ୍: ନିୟମ କଡ଼ା, ଉଲ୍ଲଂଘନ କଲେ ହୋଇପାରେ ଜେଲ୍ ଓ ଜରିମାନା

August 13, 2026

ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ: ଓଡ଼ିଶା ଏବଂ ଝାଡ଼ଖଣ୍ଡର ସାଂସଦମାନଙ୍କ ସହ କଥା ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

August 13, 2026

ସେମିକଣ୍ଡକ୍ଟର ଶିଳ୍ପ: ଓଡ଼ିଶାରେ ସମ୍ଭାବନାକୁ ଲୋକସଭାରେ ଉଠାଇଲେ କେନ୍ଦ୍ରମନ୍ତ୍ରୀ

August 13, 2026

୬୬ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

August 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.