Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତାକାଲି ଦେଶର ୭୫ ଜିଲ୍ଲାରେ ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଆସନ୍ତାକାଲି ଦେଶର ୭୫ ଜିଲ୍ଲାରେ ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ପ୍ରଧାନମନ୍ତ୍ରୀ

October 15, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆର୍ଥିକ ଅନ୍ତର୍ଭୁକ୍ତିକୁ ଆହୁରି ବ୍ୟାପକ କରିବାର ଆଉ ଏକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୬, ପୂର୍ବାହ୍ନ ୧୧ଟା ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୫ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ (ଡିବିୟୁ)କୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ସମ୍ବୋଧିତ କରିବେ।

୨୦୨୨-୨୩ କେନ୍ଦ୍ର ବଜେଟ ଅଭିଭାଷଣରେ ଅର୍ଥ ମନ୍ତ୍ରୀ ଆମ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଦେଶର ୭୫ ଜିଲ୍ଲାରେ ୭୫ଟି ଡିବିୟୁ ସ୍ଥାପନ କରିବା ପାଇଁ ଘୋଷଣା କରିଥିଲେ। ଦେଶର କୋଣ ଅନୁକୋଣରେ ଡିଜିଟାଲ ବ୍ୟାଙ୍କିଙ୍ଗର ସୁଫଳ ପହଞ୍ଚାଇବା ପାଇଁ ଡିବିୟୁଗୁଡିକ ସ୍ଥାପିତ ହୋଇଛି ଓ ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ କଭର କରାଯିବ। ୧୧ ରାଷ୍ଟ୍ରାୟତ୍ତ ବ୍ୟାଙ୍କ, ୧୨ ବେସରକାରୀ ବ୍ୟାଙ୍କ ଓ ଗୋଟିଏ କ୍ଷୁଦ୍ର ବାଣିଜ୍ୟିକ ବ୍ୟାଙ୍କ ଏହି ପ୍ରୟାସରେ ସାମିଲ ହୋଇଛନ୍ତି।

ଡିବିୟୁଗୁଡିକ ଇଟା ଓ ପଥରରେ ନିର୍ମିତ ଆଉଟଲେଟରୁ ସଞ୍ଚାଳିତ ହେବ। ଏଠାରେ ସେଭିଂସ ଏକାଉଣ୍ଟ, ବାଲାନ୍ସ ଚେକ, ପାସବୁକ ପ୍ରିଣ୍ଟ, ଫଣ୍ଡ ଟ୍ରାନ୍ସଫର, ସ୍ଥାୟୀ ଜମାରେ ନିବେଶ, ଋଣ ଆବେଦନପତ୍ର, ଜାରି ହୋଇଥିବା ଚେକ କ୍ଷେତ୍ରରେ ପେମେଣ୍ଟ ବନ୍ଦ ରଖିବା, ଡେବିଟ ଓ କ୍ରେଡିଟ କାର୍ଡ ଆବେଦନ, ଆକାଉଣ୍ଟ ଷ୍ଟେଟମେଣ୍ଟ ଦେଖିବା, ଟିକସ ପଇଠ, ଦେୟ ପଇଠ, ନୋମିନେସନ ଆଦି ଡିଜିଟାଲ ବ୍ୟାଙ୍କିଙ୍ଗ ସୁବିଧା ଗ୍ରାହକମାନଙ୍କୁ ପ୍ରଦାନ କରାଯିବ।

ଡିବିୟୁଗୁଡିକ ଗ୍ରାହକମାନଙ୍କୁ ବର୍ଷ ସାରା କମ ମୂଲ୍ୟରେ ସୁବିଧାଜନକ ଭାବେ ବ୍ୟାଙ୍କିଙ୍ଗ ଉତ୍ପାଦ ଓ ସେବାଗୁଡିକ ସମ୍ପର୍କରେ ଉନ୍ନତ ଡିଜିଟାଲ ଅଭିଜ୍ଞତା ପ୍ରଦାନ କରିବେ। ସେମାନେ ଡିଜିଟାଲ ଆର୍ଥିକ ସାକ୍ଷରତାର ପ୍ରସାର କରିବେ ଏବଂ ସାଇବର ସୁରକ୍ଷା ସଚେତନତା ଓ ନିରାପତ୍ତା ନେଇ ଗ୍ରାହକମାନଙ୍କୁ ପ୍ରଶିକ୍ଷିତ କରିବାକୁ ଗୁରୁତ୍ୱ ପ୍ରଦାନ କରିବେ। ଡିବିୟୁଗୁଡିକ ସିଧାସଳଖ କିମ୍ବା ବିଜିନେସ ଫ୍ୟାସିଲିଟିଟେର୍ସ/କରେସପଣ୍ଡେଣ୍ଟ ଦେଉଥିବା ବାଣିଜ୍ୟ ଓ ସେବାକୁ ନେଇ ଗ୍ରାହକମାନଙ୍କ ଅଭିଯୋଗ ନିସ୍ତାରଣ ସହ ଠିକଣା ସମୟରେ ସହାୟତା ଯୋଗାଇବାକୁ ପର୍ଯ୍ୟାପ୍ତ ଡିଜିଟାଲ ବ୍ୟବସ୍ଥା ପ୍ରଦାନ କରିବେ।

ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.