Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁମ୍ବାଇ ଓଡିଶା ଭବନ ସମ୍ପ୍ରସାରଣ କାର୍ଯ୍ୟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଜାତୀୟ ଖବର

ମୁମ୍ବାଇ ଓଡିଶା ଭବନ ସମ୍ପ୍ରସାରଣ କାର୍ଯ୍ୟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

October 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁମ୍ବାଇ ଓଡିଶା ଭବନ ସମ୍ପ୍ରସାରଣ କାର୍ଯ୍ୟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମୁମ୍ବାଇସ୍ଥିତ ଓଡିଶା ଭବନର ସଂପ୍ରସାରଣ ନିମନ୍ତେ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ବିଭିନ୍ନ କାର୍ଯ୍ୟରେ ମୁମ୍ବାଇ ଆସୁଥିବା ସରକାରୀ ଅଧିକାରୀ ଓ ଜନସାଧାରଣଙ୍କୁ ମୁମ୍ବାଇ ଭଳି ମେଟ୍ରୋ ସହରରେ ସୁଲଭ ମୂଲ୍ୟରେ ରହଣି ଯୋଗାଇଦେବା ଉଦ୍ଦେଶ୍ୟରେ ଓଡିଶା ଭବନ, ମୁମ୍ବାଇ କାର୍ଯ୍ୟକରୁଅଛି ।

ଏହି ଭବନରେ ୨୮ ଗୋଟି ଏସି ରୁମ ଓ ୪ ଟି ଏସି ଡର୍ମିଟୋରୀ ରହିଛି । ଏହି ସବୁ ରୁମ ମଧ୍ୟରୁ ୧୬ ଗୋଟି ୨ ଶଯ୍ୟା ବିଶିଷ୍ଟ ଏସି ରୁମ ଓ ୨ ଟି ଏସି ଡର୍ମିଟୋରୀ ମୁମ୍ବାଇରେ କ୍ୟାନ୍ସର ଭଳି ଦୂରାରୋଗ୍ୟ ବ୍ୟାଧିର ଚିକିତ୍ସା ନିମନ୍ତେ ଆସୁଥିବା ଓଡିଆ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ରହିଛି ।

ସରକାରଙ୍କ ତରଫରୁ ରିହାତି ମୂଲ୍ୟରେ ଯୋଗାଇ ଦିଆଯାଉଥିବା ଏହି ରହଣି ସୁବିଧା ଦ୍ୱାରା ଓଡିଶାର ଆର୍ଥିକ ଦୁର୍ବଳ ଶ୍ରେଣୀର ରୋଗୀମାନେ ବିଶେଷଭାବେ ଉପକୃତ ହୋଇ ଆସୁଛନ୍ତି ।

ତେବେ ମୁମ୍ବାଇ ଓଡିଶା ଭବନରେ ରୋଗୀମାନଙ୍କ ପାଇଁ ଅଧିକ ରୁମର ବ୍ୟବସ୍ଥା କରିବାକୁ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ତରଫରୁ ଦୀର୍ଘ ଦିନ ଧରି ଦାବି ହୋଇ ଆସୁଥିଲା । ସେମାନଙ୍କର ଦାବୀକୁ ସମ୍ମାନ ଜଣାଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଆଜି ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।

ଏହି ଅବସରରେ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସଞ୍ଜୀବ ଚୋପ୍ରା, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି. କେ. ପାଣ୍ଡିଆନ, ନିର୍ମାଣ ବିଭାଗ ଓ ଇଡ୍‌କୋର ଅଧିକାରୀ ବୃନ୍ଦ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନର କର୍ମକର୍ତ୍ତା ଉପସ୍ଥିତ ଥିଲେ ।

ଓଡିଶା ଭବନ, ମୁମ୍ବାଇର ଏହି ସଂପ୍ରସାରଣ ପୂର୍ଣ୍ଣ ହେଲେ ମୁମ୍ବାଇ ଭଳି ବ୍ୟୟବହୁଳ ସହରରେ ଅଧିକ କ୍ୟାନ୍ସର ପୀଡିତଙ୍କୁ ସ୍ୱଳ୍ପ ମୂଲ୍ୟରେ ରହଣି ଯୋଗାଇଦିଆଯାଇ ପାରିବ । ଏଥି ନିମନ୍ତେ ଓଡିଶାର ଜନସାଧାରଣ ତଥା ମୁମ୍ବାଇସ୍ଥିତ ବିଭିନ୍ନ ଓଡିଆ ସଂଗଠନ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026

ରାଜ୍ୟ କ୍ୟାବିନେଟର ବଡ ନିଷ୍ପତି, ମେଡିକାଲ ଇଂଜିନିୟରିଂ ନାମଲେଖାରେ ପଛୁଆ ବର୍ଗକୁ ମିଳିବ ସଂରକ୍ଷଣ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.