Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର ସର୍ବବୃହତ ଫିକ୍ସଡ୍‌ଲାଇନ୍ ସେବା ପ୍ରଦାନକାରୀରେ ପରିଣତ ହେଲା ଜିଓ: ଟ୍ରାଇ ତଥ୍ୟ
ଆଜିର ଖବର

ଦେଶର ସର୍ବବୃହତ ଫିକ୍ସଡ୍‌ଲାଇନ୍ ସେବା ପ୍ରଦାନକାରୀରେ ପରିଣତ ହେଲା ଜିଓ: ଟ୍ରାଇ ତଥ୍ୟ

October 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦେଶର ସବୁଠୁ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବେ ଉଲ୍ଲେଖନୀୟ ଯାତ୍ରାକୁ ବଜାୟ ରଖି ରିଲାଏନ୍ସ ଜିଓ ଅଗଷ୍ଟ ମାସରେ ସର୍ବାଧିକ ଗ୍ରାହକ ଯୋଡ଼ିଥିବା ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟରୁ ଜଣାପଡ଼ିଛି।

ରିପୋର୍ଟ ଅନୁଯାୟୀ, ରିଲାଏନ୍ସ ଜିଓ ଅଗଷ୍ଟ ମାସରେ ଦେଶରେ ୩୨.୮୧ ଲକ୍ଷ ନୂଆ ଗ୍ରାହକ ଯୋଡ଼ିଥିବା ବେଳେ ଏୟାରଟେଲ୍ ୩.୨୬ ଲକ୍ଷ ଗ୍ରାହକ ଯୋଡ଼ିଛି। ଏହି ମାସରେ ଭୋଡାଫୋନ୍ ଆଇଡିଆ ୧୯.୫୮ ଲକ୍ଷ ଏବଂ ବିଏସ୍‌ଏନ୍‌ଏଲ୍ ୫.୬୭ ଲକ୍ଷ ଗ୍ରାହକଙ୍କୁ ହରାଇଥିବା ଟ୍ରାଇ ତଥ୍ୟରୁ ଜଣାପଡ଼ିଛି।

ତେବେ ଗୁରୁତ୍ୱପୂର୍ଣ୍ଣ ଭାବେ ଅଗଷ୍ଟ ମାସରେ ବିଏସ୍‌ଏନ୍‌ଏଲ୍‌କୁ ପଛରେ ପକାଇ ରିଲାଏନ୍ସ ଜିଓ ଦେଶର ସର୍ବବୃହତ ଫିକ୍ସଡ୍‌ଲାଇନ୍ ସେବା ପ୍ରଦାନକାରୀରେ ପରିଣତ ହୋଇଛି । ଟ୍ରାଇର ଅଗଷ୍ଟ ମାସ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓର ଓୟାରଲାଇନ୍ ଗ୍ରାହକ ସଂଖ୍ୟା ୭୩.୫୨ ଲକ୍ଷରେ ପହଂଚିଥିବା ବେଳେ ବିଏସ୍‌ଏନ୍‌ଏଲ୍‌ର ଓୟାରଲାଇନ ଗ୍ରାହକ ସଂଖ୍ୟା ୭୧.୩୨ ଲକ୍ଷ ରହିଛି। ଏହା ସହିତ ଉଭୟ ଓୟାରଲେସ୍ ଏବଂ ଓୟାରଲାଇନ୍ କ୍ଷେତ୍ରରେ ରିଲାଏନ୍ସ ଜିଓ ଦେଶରେ ଏକ ନମ୍ବର ସ୍ଥାନ ହାସଲ କରିଛି। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ବିଏସଏନଏଲ୍ ଦୀର୍ଘ ୨୨ ବର୍ଷ ଧରି ଓୟାରଲାଇନ୍ ସେବା ପ୍ରଦାନ କରୁଥିବା ବେଳେ ତିନି ବର୍ଷ ପୂର୍ବେ ଜିଓ ଏହାର ଓୟରଲାଇନ୍ ସେବା ଜିଓଫାଇବର୍ ଆରମ୍ଭ କରିଥିଲା। ଟ୍ରାଇ ପ୍ରକାଶିତ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ୨୦୨୨ ଅଗଷ୍ଟରେ ଜିଓ ଦେଶରେ ସର୍ବାଧିକ ୨.୬୨ ଲକ୍ଷ ନୂଆ ଓୟାରଲାଇନ୍ ଗ୍ରାହକ ଯୋଡ଼ିଛି।

ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ତଥ୍ୟ ଅନୁଯାୟୀ, ଓଡ଼ିଶାରେ ଜିଓ ୨୦୨୨ ଅଗଷ୍ଟ ମାସରେ ସର୍ବାଧିକ ୮୩,୧୪୮ ନୂଆ ଗ୍ରାହକଙ୍କୁ ଯୋଡ଼ି ଏହାର ଏକ ନମ୍ବର ସ୍ଥାନକୁ ଆହୁରି ସୁଦୃଢ଼ କରିଛି। ରାଜ୍ୟରେ ଜିଓର ଓୟାରଲାଇନ୍ ଗ୍ରାହକ ସଂଖ୍ୟାରେ ମଧ୍ୟ ଦ୍ରୁତ ବୃଦ୍ଧି ହୋଇଛି ଏବଂ ଅଗଷ୍ଟ ମାସରେ ଓଡ଼ିଶାରେ ଏହାର ହାଇ ସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ୍ ଜିଓଫାଇବର୍‌ର ମୋଟ ଗ୍ରାହକ ସଂଖ୍ୟା ୧,୬୨,୫୫୬କୁ ବୃଦ୍ଧି ପାଇଛି। ସାରା ରାଜ୍ୟରେ ଏହାର ଦ୍ରୁତ ସମ୍ପ୍ରସାରଣକୁ ଜାରି ରଖି ଜିଓଫାଇବର ଏବେ ଓଡ଼ିଶାର ୩୬ରୁ ଅଧିକ ସହରରେ ଉପଲବ୍ଧ ରହିଛି ଏବଂ ରାଜ୍ୟର ଅନ୍ୟ ପ୍ରମୁଖ ସହରକୁ ଏହା ଦ୍ରୁତ ସମ୍ପ୍ରସାରଣ ଜାରି ରଖିଛି। ନୂଆ ଅଂଚଳ ଏବଂ ସହରର ଉପକଣ୍ଠକୁ ସମ୍ପ୍ରସାରିତ ହୋଇ ଏହା ବ୍ୟକ୍ତିବିଶେଷ, କ୍ଷୁଦ୍ର ଓ ବୃହତ ଉଦ୍ୟୋଗ ଏବଂ ବିଭିନ୍ନ କ୍ଷେତ୍ରର ପ୍ରଫେସନାଲ୍‌ଙ୍କ ସମେତ ହଜାର ହଜାର ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିବା ସହ ସେମାନଙ୍କ ପାଖରେ ଅସୀମିତ ମନୋରଂଜନ, ଖବର, ସ୍ୱାସ୍ଥ୍ୟ ଓ ଶିକ୍ଷା ପ୍ଳାଟଫର୍ମ ପହଂଚାଇ ସେମାନଙ୍କୁ ସମୃଦ୍ଧ ଅନୁଭୂତି ପ୍ରଦାନ କରୁଛି।

ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଉଭୟ ସର୍ବାଧିକ ସଂଖ୍ୟକ ଗ୍ରାହକ ଓ ସର୍ବାଧିକ ରାଜସ୍ୱ ବଜାର ଅଂଶ ସହ ଓଡ଼ିଶାରେ ଜିଓ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ହୋଇରହିଛି। ଟ୍ରାଇ ପକ୍ଷରୁ ଜାରି କରାଯାଇଥିବା ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ରାଜ୍ୟରେ ୪୨%ରୁ ଅଧିକ ଗ୍ରାହକ ବଜାର ଅଂଶ ଓ ରାଜ୍ୟର ଟେଲିକମ୍ କ୍ଷେତ୍ରର ମୋଟ ରାଜସ୍ୱରେ ୫୨%ରୁ ଅଧିକ ବଜାର ଅଂଶ ସହ ଜିଓ ଅଗ୍ରଣୀ ରହିଛି। ଜିଓର ସର୍ବବୃହତ ଟ୍ରୁ-୪ଜି ନେଟ୍‌ୱର୍କ, ଟେଲିକମ୍ ସେବା ପହଂଚିନଥିବା ଅଂଚଳକୁ ଦ୍ରୁତ ସମ୍ପ୍ରସାରଣ ଏବଂ ସୁଲଭ ମୂଲ୍ୟ ସହିତ ସାରା ରାଜ୍ୟରେ ନିରବଚ୍ଛିନ୍ନ ହାଇସ୍ପିଡ୍ ଇଟଂରନେଟ୍ ସଂଯୋଗ ଦ୍ୱାରା ଏହା ଆହୁରି ତ୍ୱରାନ୍ୱିତ ହୋଇଛି। ସର୍ବବୃହତ ୪ଜି ନେଟ୍‌ୱର୍କ ଏବଂ ସର୍ବାଧିକ ସଂଖ୍ୟକ ନେଟ୍‌ୱର୍କ ସାଇଟ୍‌କୁ ନେଇ ଓଡ଼ିଶାରେ ଜିଓ ନିୟୁତାଧିକ ଗ୍ରାହକଙ୍କୁ ଶ୍ରେଷ୍ଠ ଡିଜିଟାଲ୍ ଅନୁଭୂତି ପ୍ରଦାନ କରୁଛି ଏବଂ ରାଜ୍ୟରେ ଖୁବ୍‌ଶୀଘ୍ର ଟ୍ରୁ-୫ଜି ସେବାର ଶୁଭାରମ୍ଭ କରିବା ଲାଗି କଂପାନି ପ୍ରସ୍ତୁତ ହେଉଛି।

ଜିଓ ଟ୍ରାଇ ତଥ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026

ଇଣ୍ଡିଆ ଏଆଇ ସମ୍ମିଳନୀରେ ବିରୋଧ ପ୍ରଦର୍ଶନ: ଅନେକ ଯୁବ କଂଗ୍ରେସ କର୍ମୀ ଅଟକ

February 20, 2026
Latest News

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.