Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟରେ କୃଷିଜାତ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ମୋଟ ୧୦୦ କୋଟି ଟଙ୍କାର ରିହାତି ଘୋଷଣା
ଜାତୀୟ ଖବର

ରାଜ୍ୟରେ କୃଷିଜାତ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ମୋଟ ୧୦୦ କୋଟି ଟଙ୍କାର ରିହାତି ଘୋଷଣା

November 3, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ କୃଷିଜାତ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ୧୦୦ କୋଟି ଟଙ୍କାର ରିହାତି ପାଇଁ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ କୃଷିଜାତ ଶିଳ୍ପ ପ୍ରତିଷ୍ଠା ଦିଗରେ ବ୍ୟାପକ ସୁଯୋଗ ରହିଛି । ଓଡ଼ିଶା କୃଷି ପ୍ରୋତ୍ସାହନ ଓ ପୁଂଜିନିବେଶ ଉଦ୍ୟୋଗ ଲିମିଟେଡ୍‌ (ଆପିକଲ) ମାଧ୍ୟମରେ ଅଧିକରୁ ଅଧିକ ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ଆପିକଲକୁ ଅଧିକ କ୍ରିୟାଶୀଳ କରାଯାଉଛି । ଏହା ଦ୍ୱାରା ରାଜ୍ୟରେ କୃଷକମାନଙ୍କର ଆୟବୃଦ୍ଧି ଘଟିବା ସହିତ ନିଯୁକ୍ତି ବୃଦ୍ଧି ପାଇବ । ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଅନ୍ତତଃ ୧୦୦ କୋଟି ଟଙ୍କାର କୃଷି ଉଦ୍ୟୋଗ ରିହାତି ଆପିକଲ ମାଧ୍ୟମରେ ପ୍ରଦାନ କରିବାର ପ୍ରସ୍ତାବ ରହିଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।

ଆଜି କୃଷି ଭବନଠାରେ ଆୟୋଜିତ ବୈଠକରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆପିକଲର ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ଅବସରରେ କୃଷି ଉଦ୍ୟୋଗୀ ପ୍ରୋତ୍ସାହନ ଯୋଜନାରେ ୧୦୦୦ରୁ ଊଦ୍ଧ୍ୱର୍ କୃଷି ଓ ଆନୁଷଙ୍ଗିକ କୃଷି ଉଦ୍ୟୋଗୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ପରାମର୍ଶ ଦେଇଥିଲେ । ରାଜ୍ୟରେ କୃଷି ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ନୂତନ ଉଦ୍ୟୋଗୀ ଚିହ୍ନଟ ଓ ସେମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ଥିବା ତିନୋଟି ଆଞ୍ଚଳିକ ପ୍ରଶିକ୍ଷଣ ଓ ସଂପ୍ରସାରଣ ଅନୁଷ୍ଠାନ ବଲାଙ୍ଗୀର, ବ୍ରହ୍ମପୁର ଓ ଢେଙ୍କାନାଳର ମହିଷାପାଟଣା କେନ୍ଦ୍ରଗୁଡ଼ିକରେ ମଧ୍ୟ ଉଦ୍ୟୋଗୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିବା ପାଇଁ ବୈଠକରେ ପ୍ରସ୍ତାବ ରଖାଗଲା ।

ଆପିକଲ ମାଧ୍ୟମରେ ରାଜ୍ୟରେ କୃଷିଜାତ ଦ୍ରବ୍ୟ ଉଦ୍ୟୋଗ ପ୍ରତିଷ୍ଠା ସହିତ ବିଭିନ୍ନ ଫଳ, ପନିପରିବା, ମତ୍ସ୍ୟ ଓ ପ୍ରାଣୀସଂପଦ କ୍ଷେତ୍ରରେ ଶିଳ୍ପୋଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ଆବଶ୍ୟକ ପ୍ରଶିକ୍ଷଣ ଓ ରିହାତି ପ୍ରଦାନ କରାଯାଉଛି । ଆପିକଲ ମାଧ୍ୟମରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ପ୍ରଶିକ୍ଷଣ ଦିଆଯାଇଥିବାବେଳେ ଏହି କାର୍ଯକ୍ରମରେ ଟ୍ରାନ୍ସଜେଣ୍ଡରମାନଙ୍କୁ ମଧ୍ୟ ଅନ୍ତର୍ଭୁକ୍ତ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପରାମର୍ଶ ଦେଇଥିଲେ । ଏଥି ସହିତ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପ୍ରଧାନମନ୍ତ୍ରୀ ଫରମାଲାଇଜେସନ୍‌ ଅଫ୍‌ ମାଇକ୍ରୋ ଫୁଡ୍‌ ପ୍ରୋସେସିଂ ଏଣ୍ଟରପ୍ରାଇଜର ଯୋଜନାର ଉତ୍ତମ ପରିଚାଳନା କରିବା ପାଇଁ ନିୟୋଜିତ ସଂସ୍ଥାକୁ ନିର୍ଦ୍ଦେଶ ଦେଇଥିଲେ ।

ଓଡ଼ିଶାରେ ବିଦେଶୀ ଫଳ ଉତ୍ପାଦନ ଓ ରପ୍ତାନୀର ବ୍ୟାପକ ସୁଯୋଗ ରହିଥିବାବେଳେ ଓଡ଼ିଶାରୁ ଝୋଟ ଓ କପାଜାତ ଦ୍ରବ୍ୟ ରପ୍ତାନୀ ଉପରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଗୁରୁତ୍ୱାରୋପ କରିଥିଲେ । କୃଷି ରପ୍ତାନୀ ନୀତିରେ କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଦ୍ରବ୍ୟ ରପ୍ତାନୀ ଉନ୍ନୟନ କର୍ତ୍ତୃପକ୍ଷ ଏବଂ ସାମୁଦି୍ରକ ଦ୍ରବ୍ୟ ରପ୍ତାନୀ ଉନ୍ନୟନ କର୍ତ୍ତୃପକ୍ଷଙ୍କୁ ସାମିଲ କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ଆପିକଲ ଦ୍ୱାରା ପ୍ରଚାରପ୍ରସାର କାର୍ଯ୍ୟକ୍ରମର ମନ୍ତ୍ରୀ ଶ୍ରୀ ସ୍ୱାଇଁ ସମୀକ୍ଷା କରିଥିଲେ ।

ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଆପିକଲର ବିଭିନ୍ନ କାର୍ଯ୍ୟକ୍ରମ ସହ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାକୁ ତ୍ୱରାନ୍ୱିତ କରାଯାଇଛି ବୋଲି ପ୍ରକାଶ କରିଥିଲେ । କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ତଥା ଆପିକଲର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀ ଆପିକଲର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ । ବୈଠକରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା, ମତ୍ସ୍ୟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ୟେଦୁଲ୍ଲା ବିଜୟଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ । a

Share. Facebook Twitter LinkedIn Email WhatsApp Copy Link

Related Posts

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Latest News

ସଡ଼କ ଦୁର୍ଘଟଣାରେ ପିତା ମୃତ: ପୁଅ ଗୁରୁତର

April 5, 2026

କାଠଯୋଡି ସେତୁ ଟେଣ୍ଡର ବିବାଦକୁ ନେଇ ସରକାରଙ୍କୁ ଘେରିଲା କଂଗ୍ରେସ

April 5, 2026

ଚିଲିକାରେ ପଣ୍ତିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬, ଯୋଗ ଦେଲେ ଆଇନ ମନ୍ତ୍ରୀ

April 5, 2026

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.