Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ପର୍ଯ୍ୟାପ୍ତ ମାତ୍ରାରେ ମହଜୁଦ ରହିଛି ୟୁରିଆ, ଡିଏପି, ଏମଓପି, ଏନପିକେଏସ୍ ଏବଂ ଏସଏସପି  ସାର 
ଆଜିର ଖବର

ଦେଶରେ ପର୍ଯ୍ୟାପ୍ତ ମାତ୍ରାରେ ମହଜୁଦ ରହିଛି ୟୁରିଆ, ଡିଏପି, ଏମଓପି, ଏନପିକେଏସ୍ ଏବଂ ଏସଏସପି  ସାର 

November 19, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର
ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

ନୂଆଦିଲ୍ଲୀ: କିଛି ଗଣମାଧ୍ୟମରେ ପ୍ରକାଶ ପାଇଛି ଯେ ତାମିଲନାଡ଼ୁର ତ୍ରିଚି ଏବଂ ରାଜସ୍ଥାନରେ ସାର ଅଭାବ ଦେଖା ଦେଇଛି। ଏହି ଖବର ସମ୍ପୂର୍ଣ୍ଣ ଭିତ୍ତିହୀନ। ଏହା ସ୍ପଷ୍ଟ କରାଯାଉଛି ଯେ ଦେଶରେ ରବି ଋତୁ 2022-23 ର ଆବଶ୍ୟକତାକୁ ପୂରଣ କରିବା ପାଇଁ ସାର ପର୍ଯ୍ୟାପ୍ତ ମାତ୍ରାରେ ଉପଲବ୍ଧ ରହିଛି। ଭାରତ ସରକାର ସମସ୍ତ ରାଜ୍ୟର ଆବଶ୍ୟକତା ଅନୁସାରେ ସାର ପଠାଉଛି। ଏହା ପରେ ସମ୍ପୃକ୍ତ ରାଜ୍ୟ ସରକାରଙ୍କ ଏହା ଦାୟିତ୍ବ ଯେ ସେ ନିଜ ରାଜ୍ୟ ଭିତରେ ଏବଂ ଜିଲ୍ଲା ମଧ୍ୟରେ ବିତରଣ ମାଧ୍ୟମରେ ସାର ଉପଲବ୍ଧତାକୁ ସୁନିଶ୍ଚିତ କରିବେ।

ଦେଶରେ ସାର ଉପଲବ୍ଧତାର ପରିସଂଖ୍ୟାନ ନିମ୍ନରେ ଦିଆଗଲା :

ୟୁରିଆ: ରବି ଋତୁ 2022-23 ସମୟରେ ସମ୍ପୂର୍ଣ୍ଣ ଭାରତରେ ୟୁରିଆର ଆନୁମାନିକ ଆବଶ୍ୟକତା 180.18 ଲକ୍ଷ ମେଟ୍ରିକ୍ ଟନ୍ (ଏଲଏମଟି) । 16.11.2022 ସୁଦ୍ଧା ଏହାର ଆନୁପାତିକ ଆବଶ୍ୟକତା 57.40 ଲକ୍ଷ ମେଟ୍ରିକ ଟନ୍। ଏଥିପାଇଁ ସାର ବିଭାଗ  (ଡିଓଏଫ୍‌)  92.54 ଲକ୍ଷ ମେଟ୍ରିକ ଟନର ଉପଲବ୍ଧତା ସୁନିଶ୍ଚିତ କରିଛି। ଏହି ସମୟରେ ୟୁରିଆର ବିକ୍ରି 38.43 ଲକ୍ଷ ମେଟ୍ରିକ ଟନ୍ ହୋଇଛି। ଏହା ବ୍ୟତୀତ ରାଜ୍ୟ ନିକଟରେ 54.11 ଲକ୍ଷ ମେଟ୍ରିକ ଟନ୍ ର କ୍ଲୋଜିଂ ଷ୍ଟକ୍ (ପୂର୍ବରୁ ଉପଲବ୍ଧ) ରହିଛି। ଏହା ବ୍ୟତୀତ ୟୁରିଆ ପ୍ଲାଣ୍ଟରେ 1.05 ଲକ୍ଷ ମେଟ୍ରିକ୍ ଟନ୍ ଓ ବନ୍ଦରରେ 5.03 ଲକ୍ଷ ମେଟ୍ରିକ୍ ଟନର ଷ୍ଟକ ଉପଲବ୍ଧ ରହିଛି ଯଦ୍ବାରା ୟୁରିଆର ଚାହିଦାକୁ ପୂରଣ କରାଯାଇ ପାରିବ।

ଡିଏପି : ରବି ସିଜିନ୍ 2022-23 ସମୟରେ ସମଗ୍ର ଦେଶରେ ଡିଏପିର ଆନୁମାନିକ ଆବଶ୍ୟକତା 55.38 ଲକ୍ଷ ମେଟ୍ରିକ୍ ଟନ୍। 16.11.2022 ସୁଦ୍ଧା ଏହାର ଆନୁମାନିକ ଆବଶ୍ୟକତା 26.98 ଲକ୍ଷ ମେଟ୍ରିକ ଟନ୍। ଏଥିପାଇଁ ସାର ବିଭାଗ 36.90 ଲକ୍ଷ ମେଟ୍ରିକ୍ ଟନର ଉପଲବ୍ଧତା ସୁନିଶ୍ଚିତ କରିଛି। ଏହି ସମୟରେ ଡିଏପିର ବିକ୍ରି 24.57 ଲକ୍ଷ ମେଟ୍ରିକ୍ ଟନ୍ ହୋଇଛି। ଏହା ବ୍ୟତୀତ ରାଜ୍ୟ ନିକଟରେ ଏହାର 12.33 ଲକ୍ଷ ମେଟ୍ରିକ୍ ଟନର କ୍ଲୋଜିଂ ଷ୍ଟକ୍ ରହିଛି। ଏହା ବ୍ୟତୀତ ଡିଏପିର ଚାହିଦା ପୁରଣ କରିବା ପାଇଁ ଡିଏପି ପ୍ଲାଣ୍ଟରେ 0.51 ଲକ୍ଷ ମେଟ୍ରିକ୍ ଟନ୍ ଏବଂ ପୋର୍ଟରେ 4.51 ଲକ୍ଷ ମେଟ୍ରିକ ଟନର ଷ୍ଟକ୍ ଉପଲବ୍ଧ ରହିଛି।

ଏମଓପି : ରବି  ଋତୁ 2022-23 ସମୟରେ ସମ୍ପୂର୍ଣ୍ଣ ଦେଶରେ ଏମଓପି (ମ୍ୟୁରେଟ୍ ଅଫ୍ ପଟାସ୍ ବା ପଟ୍ଟାସିୟମ କ୍ଲୋରାଇଡ୍‌) ର ଆନୁମାନିକ ଆବଶ୍ୟକତା 14.35 ଲକ୍ଷ ମେଟ୍ରିକ ଟନ୍ ଅଟେ। 16.11.2022 ସୁଦ୍ଧା ଏହାର ଆନୁମାନିକ ଆବଶ୍ୟକତା 5.28 ଲକ୍ଷ ମେଟ୍ରିକ୍ ଟନ୍ ର ଅଟେ। ଏଥିପାଇଁ ସାର ବିଭାଗ 8.04 ଲକ୍ଷ ମେଟ୍ରିକ ଟନ୍ ର ଉପଲବ୍ଧତା ସୁନିଶ୍ଚିତ କରିଛି। ଏହା ବ୍ୟତୀତ ରାଜ୍ୟ ନିକଟରେ ଏହାର 5.03 ଲକ୍ଷ ମେଟ୍ରିକ ଟନର କ୍ଲୋଜିଂ ଷ୍ଟକ୍ ରହିଛି। ଏହା ବ୍ୟତୀତ ବନ୍ଦରରେ 1.17 ଲକ୍ଷ ମେଟ୍ରିକ ଟନ୍ ର ଷ୍ଟକ୍ ଉପଲବ୍ଧ ରହିଛି, ଯାହାର ଏମଓପିର ଚାହିଦା ପୁରଣ କରାଯାଇପାରିବ।

ଏନପିକେଏସ୍ : ରବି ଋତୁ 2022-23 ସମୟରେ ସାରା ଦେଶରେ ଏନପିକେଏସ୍ ର ଆନୁମାନିକ ଆବଶ୍ୟକତା 56.97 ଲକ୍ଷ ମେଟ୍ରିକ୍ ଟନ୍ ରହିଛି। 16.11.2022 ସୁଦ୍ଧା ଏହାର ଆନୁମାନିକ ଆବଶ୍ୟକତା 20.12 ଲକ୍ଷ ମେଟ୍ରିକ୍ ଟନ୍ ଅଟେ। ଏହା ପାଇଁ ସାର ବିଭାଗ 40.76 ଲକ୍ଷ ମେଟ୍ରିକ୍ ଟନର ଉପଲବ୍ଧତାର ସୁନିଶ୍ଚିତ କରିଛି। ଏହି ସମୟରେ ଏନପିକେଏସ୍ ର ବିକ୍ରି 15.99 ଲକ୍ଷ ମେଟ୍ରିକ୍ ଟନ୍ ରହିଛି। ରାଜ୍ୟ ନିକଟରେ ଏହାର 24.77 ଲକ୍ଷ ମେଟ୍ରିକ୍ ଟନ୍ ର କ୍ଲୋଜିଂ ଷ୍ଟକ ରହିଛି। ଏହା ବ୍ୟତୀତ ଏନପିକେଏସର ଚାହିଦା ପୂରଣ କରିବା ପାଇଁ ପ୍ଲାଣ୍ଟରେ 1.24 ଲକ୍ଷ ମେଟ୍ରିକ୍ ଟନ୍ ଏବଂ ବନ୍ଦରରେ 2.93 ଲକ୍ଷ ମେଟ୍ରିକ୍ ଟନର ଷ୍ଟକ୍ ଉପଲବ୍ଧ ରହିଛି।

ଏସଏସପି: ରବି ଋତୁ 2022-23 ସମୟରେ ସମ୍ପୂର୍ଣ୍ଣ ଦେଶରେ ଏମଏସପିର ଆନୁମାନିକ ଆବଶ୍ୟକତା 33.64 ଲକ୍ଷ ମେଟ୍ରିକ୍ ଟନ୍ । 16.11.2022 ସୁଦ୍ଧା ଏହାର ଆନୁମାନିକ ଆବଶ୍ୟକତା 14.05 ଲକ୍ଷ ମେଟ୍ରିକ୍ ଟନ୍। ଏଥିପାଇଁ ସାର ବିଭାଗ 24.79 ଲକ୍ଷ ମେଟ୍ରିକ୍ ଟନର ଉପଲବ୍ଧତା ସୁନିଶ୍ଚିତ କରିଛି। ଏହି ଅବଧି ସମୟରେ ଏସଏସପି ର ବିକ୍ରି 9.25 ଲକ୍ଷ ମେଟ୍ରିକ୍ ଟନ୍ ହୋଇଛି। ରାଜ୍ୟ ନିକଟରେ ଏହାର 15.54 ଲକ୍ଷ ମେଟ୍ରିକ୍ ଟନ୍ ର କ୍ଲୋଜିଂ ଷ୍ଟକ୍ ରହିଛି। ଏହା ବ୍ୟତୀତ ପ୍ଲାଣ୍ଟରେ 1.65 ଲକ୍ଷ ମେଟ୍ରିକ୍ ଟନର ଷ୍ଟକ୍ ଉପଲବ୍ଧ ରହିଛି, ଯାହାଦ୍ବାରା ଏସଏସପିର ଚାହିଦା ପୂରଣ କରାଯାଇପାରିବ।

ଏହିପରି ଦେଶରେ ରବି ଋତୁ 2022-23 ର ଆବଶ୍ୟକତାକୁ ପୂରଣ କରିବା ପାଇଁ ୟୁରିଆ, ଡିଏପି, ଏମଓପି, ଏନପିକେଏସ୍ ଓ ଏସଏସପି ସାରର ପର୍ଯ୍ୟାପ୍ତ ମାତ୍ରାରେ ଉପଲବ୍ଧ ରହିଛି।

ଡିଏପି ୟୁରିଆ ରବି ଋତୁ
Share. Facebook Twitter LinkedIn Email WhatsApp Copy Link

Related Posts

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Latest News

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.