Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାସ୍ତରୀୟ କମିଟି ବୈଠକରେ ନିଷ୍ପତ୍ତି: ଡିସେମ୍ବର ୩୦ରୁ ଖୋର୍ଦ୍ଧାରେ ଆରମ୍ଭ ହେବ ଧାନ ସଂଗ୍ରହ
ଆଜିର ଖବର

ଜିଲ୍ଲାସ୍ତରୀୟ କମିଟି ବୈଠକରେ ନିଷ୍ପତ୍ତି: ଡିସେମ୍ବର ୩୦ରୁ ଖୋର୍ଦ୍ଧାରେ ଆରମ୍ଭ ହେବ ଧାନ ସଂଗ୍ରହ

November 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଖରିଫ ଋତୁ ନିମନ୍ତେ ଜିଲ୍ଲା ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଚଳିତ ବର୍ଷ ଆସନ୍ତା ଡିସେମ୍ବର ୩୦ ତାରିଖରୁ ଖରିଫ ଋତୁ ପାଇଁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଚାଲିବ। ଧାନ ସଂଗ୍ରହ ନିମନ୍ତେ ୧୦ଟି ବ୍ଲକର ୧୩୯ଟି ପ୍ରାଥମିକ କୃଷି ସମବାୟ ସମିତି ଏବଂ ୧୪ଟି ଉପକେନ୍ଦ୍ର ମୋଟ ୧୫୩ଟି ସ୍ଥାନରେ କୃଷକ ମାନଙ୍କ ଠାରୁ ଧାନ ସଂଗ୍ରହ କରାଯିବ।

ସେହିଭଳି ଧାନ ବିକ୍ରୟ ନିମନ୍ତେ ଚଳିତ ବର୍ଷ ୪୮ ହଜାର ୪୦୮ ଜଣ ଚାଷୀ ପଞ୍ଜିକରଣ କରିଛନ୍ତି ଯାହା ଗତବର୍ଷ ତୁଳନାରେ ୧୮୧୩ ଜଣ ଅଧିକ ଚାଷୀ ପଞ୍ଜିକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ହଜାର ୧୪୭ ଜଣଙ୍କ ପଞ୍ଜିକରଣ ବୈଧ ରହିଛି। ଚଳିତ ଖରିଫ ଋତୁ ନିମନ୍ତେ ୭୮ ହଜାର ୫୯୦ ମେଟ୍ରିକ ଟନ ଚାଉଳ ଅଥବା ଏକ ଲକ୍ଷ ୧୫ ହଜାର ୫୭୩ ମେଟିକ୍ ଟନ ଧାନ ସଂଗ୍ରହ କରାଯିବା ଲକ୍ଷଧାର୍ଯ୍ୟ କରାଯାଇଛି। ସାଧାରଣ କିସମ ଧାନ ପାଇଁ କ୍ବିଣ୍ଟାଲ ପିଛା ୨୦୪୦ ଟଙ୍କା ଓ ଗ୍ରେଡ ‘ଏ’ ଧାନ ପାଇଁ ୨୦୬୦ ଟଙ୍କା ସର୍ବନିମ୍ନ ସହାୟତା ମୂଲ୍ୟ ଧାର୍ଯ୍ୟ କରାଯାଇଛି। ଜିଲ୍ଲାରୁ ୧୭ ଜଣ ମିଲର ଏଥିରେ ଭାଗ ନେବେ।

ଧାନ ସଂଗ୍ରହ ନିମନ୍ତେ ସ୍ବଚ୍ଛତା ଅବଲମ୍ବନ ସହ ଚାଷୀମାନେ ଯେପରି ଉପଯୁକ୍ତ ପ୍ରାପ୍ୟ ପାଇବେ ଜିଲ୍ଲାପାଳ ଶ୍ରୀ ଚକ୍ରବର୍ତ୍ତୀ ବିଭାଗୀୟ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ଏଥିନିମନ୍ତେ ସଂପୃକ୍ତ ସମବାୟ ଅଞ୍ଚଳରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ସେ କହିଛନ୍ତି। ପ୍ରତ୍ୟେକ ଧାନ ମଣ୍ତିରେ ଗୁଣାତ୍ମକ ମାନ ଯାଞ୍ଚ କରିବା ପାଇଁ ବ୍ୟବସ୍ଥା କରାଯିବ। ଏଥିନିମନ୍ତେ ରେଜିଷ୍ଟର ରଖାଯାଇ ମାନଯାଞ୍ଚ ତଥ୍ୟ ଓ କୃଷକ ମାନଙ୍କ ନାମ ଉଲ୍ଲେଖ ରହିବ। ଏଥିନିମନ୍ତେ ପ୍ରାଥମିକ କୃଷି ସମବାୟ ସମିତି ଓ ନିୟନ୍ତ୍ରଣ ବଜାର କମିଟି ସମ୍ପାଦକ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ।

ଅସାଧୁ ବ୍ୟକ୍ତି ଯେପରି ଧାନ ସଂଗ୍ରହ ପ୍ରକ୍ରିୟରେ ହସ୍ତକ୍ଷେପ ନକରନ୍ତି ଏଥିପ୍ରତି ଧ୍ୟାନ ଦେବାକୁ ଜୟଦେବ ବିଧାୟକ ଶ୍ରୀ ଅରବିନ୍ଦ ଢାଲି ପରାମର୍ଶ ଦେଇଛନ୍ତି। ସମସ୍ତ ମଣ୍ତିରେ ଆବଶ୍ୟକୀୟ ପଲିଥିନ ବ୍ୟବସ୍ଥା କରିବାକୁ ସେ ଅଧିକାରୀ ମାନଙ୍କୁ କହିଛନ୍ତି।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢୀ, ଉପ ଜିଲ୍ଲାପାଳ ଦେବବ୍ରତ ସାହୁ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏସ କେ ମୁର୍ମୁ, ଯୋଗାଣ ଅଧିକାରୀ ସୁଗଡା ମୁର୍ମୁ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଫୁଲ୍ଲ ମହାରଣା, ସହକାରୀ କୃଷି ଅଧିକାରୀ ତୁଷାର କାନ୍ତ ସାହୁ, ଉପ କୃଷି ନିର୍ଦ୍ଦେଶକ ସନ୍ତୋଷ ବିଶ୍ବାଳ, ସମବାୟ ସମିତି ସମୂହ ଅଧିକାରୀ, ନିୟନ୍ତ୍ରିତ ବଜାର କମିଟି ସଂପାଦକ, ମିଲର, ଚାଷୀ ପ୍ରତିନିଧି ପମୁଖ ଉପସ୍ଥିତ ଥିଲେ।

କେ. ସୁଦର୍ଶନ ଚକ୍ରବର୍ତ୍ତୀ ଖରିଫ ଋତୁ ଖୋର୍ଦ୍ଧା ଖୋର୍ଦ୍ଧା ଜିଲ୍ଲାପାଳ ଧାନ ସଂଗ୍ରହ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026

ପରବର୍ତ୍ତୀ ଟି-୨୦ ବିଶ୍ୱକପ୍ କେବେ ଏବଂ କେଉଁ ଦେଶରେ ଖେଳାଯିବ?: ୧୨ଟି ଦଳ ନିଶ୍ଚିତ, ୮ଟି ସ୍ଥାନ ଖାଲି

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.