Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ ରାଜ୍ୟ : ମୁଖ୍ୟ ଶାସନ ସଚିବ
ଜାତୀୟ ଖବର

ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ ରାଜ୍ୟ : ମୁଖ୍ୟ ଶାସନ ସଚିବ

November 21, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ ରାଜ୍ୟ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର : ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଏବଂ ନିରନ୍ତର ପ୍ରଗତିରେ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି। ଆଜି ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଏକ କର୍ମଶାଳାରେ ଯୋଗଦେଇ ଶ୍ରୀ ମହାପାତ୍ର ଉପରୋକ୍ତ ମର୍ମରେ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶାର ପଦକ୍ଷେପଗୁଡ଼ିକ ନେଇ ଆଲୋକପାତ କରିଛନ୍ତି।

‘ବିକଶିତ ଭାରତ: ଦିଗନ୍ତ ପହୁଞ୍ଚ’ ଶୀର୍ଷକ ଏହି କର୍ମଶାଳାରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ବିକଶିତ ଭାରତ ଓ ମାନବସମ୍ବଳ ବିକାଶ ଦିଗରେ ରାଜ୍ୟ ସରକାରଙ୍କ ପ୍ରଚେଷ୍ଟା ନେଇ ମୁଖ୍ୟ ଶାସନ ସଚିବ ବକ୍ତବ୍ୟ ରଖିଥିଲେ। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ମଧ୍ୟ ବକ୍ତବ୍ୟ ରଖି ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ସରକାର ଅନେକାନେକ ପଦକ୍ଷେପ ନେଇ ରାଜ୍ୟରେ ଦକ୍ଷତା ବିକାଶ ପରିମଣ୍ଡଳର ସ୍ଥିତି ଉପରେ ଆଲୋକପାତ କରିଥିଲେ।

ଏହି କର୍ମଶାଳାରେ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ହିମାଚଳ ପ୍ରଦେଶ, ଗୋଆ, ଜାମ୍ମୁ ଓ କାଶ୍ମୀର, ପଞ୍ଜାବ, ତ୍ରିପୁରା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ, ମଣିପୁର ତଥା କେନ୍ଦ୍ର ଶାସିତ ଅଞ୍ଚଳ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ, ଡାମନ-ଡିଉ-ଦାଦ୍ରା-ନଗର ହାବେଳୀ, ଲାକ୍ଷାଦ୍ୱୀପ, ଲାଦାକର ପ୍ରତିନିଧିମାନେ ଯୋଗଦେଇ ଦକ୍ଷତା ବିକାଶ ସ୍ଥିତି ନେଇ ସେମାନଙ୍କ ବକ୍ତବ୍ୟ ଉପସ୍ଥାପନ କରିଥିଲେ।

କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟର ଶାସନ ସଚିବ ଅତୁଲ ତିୱାରୀ ମଧ୍ୟ ବକ୍ତବ୍ୟ ରଖିଥିଲେ। କର୍ମଶାଳା ଆରମ୍ଭରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ସ୍ୱାଗତ ଭାଷଣ ଦେଇ ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ହୋଇଥିବା ଦର୍ଶାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀ ରେଘୁ ଜିଙ୍କ ସମେତ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଅପରାହ୍ନର ଉଦ୍‌ଯାପନ ଅଧିବେଶନ ପରେ ପ୍ରତିନିଧି ଦଳ ଜଟଣୀସ୍ଥିତ ଦକ୍ଷତା ବିକାଶ ପ୍ରତିଷ୍ଠାନ ଓ ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ବିଭିନ୍ନ ତଥ୍ୟ ସଂପର୍କରେ ଅବଗତ ହୋଇଥିଲେ ଏବଂ ଉଭୟ ଅନୁଷ୍ଠାନର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ।

Hemant Sharma Hemant Sharma ias Skill Development ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟାପକ ସୁରକ୍ଷା ସହିତ ମୌସୁମୀ ପାଇଁ ପ୍ରସ୍ତୁତ ହେଉଛି ପୂର୍ବତଟ ରେଳପଥ

June 8, 2026

ଟେଷ୍ଟ ବିଜୟ ପରେ ଟିମ୍ ଇଣ୍ଡିଆର ଦଳରେ ପରିବର୍ତ୍ତନ: ODI ସିରିଜରୁ ବାଦ ପଡିଲେ ୭ ଖେଳାଳି

June 8, 2026

ହାଓଡ଼ା-ପୁରୀ-ହାଓଡ଼ା ଶତାବ୍ଦୀ ଏକ୍ସପ୍ରେସ୍ ବାତିଲ୍

June 8, 2026

ମୟୂରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୯ଟି ପ୍ରକଳ୍ପର ଶୁଭାରମ୍ଭ ସହ ବହୁ କୋଟିର କାର୍ଯ୍ୟର ଉଦଘାଟନ

June 8, 2026
Latest News

ବ୍ୟାପକ ସୁରକ୍ଷା ସହିତ ମୌସୁମୀ ପାଇଁ ପ୍ରସ୍ତୁତ ହେଉଛି ପୂର୍ବତଟ ରେଳପଥ

June 8, 2026

ଟେଷ୍ଟ ବିଜୟ ପରେ ଟିମ୍ ଇଣ୍ଡିଆର ଦଳରେ ପରିବର୍ତ୍ତନ: ODI ସିରିଜରୁ ବାଦ ପଡିଲେ ୭ ଖେଳାଳି

June 8, 2026

ହାଓଡ଼ା-ପୁରୀ-ହାଓଡ଼ା ଶତାବ୍ଦୀ ଏକ୍ସପ୍ରେସ୍ ବାତିଲ୍

June 8, 2026

ମୟୂରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୯ଟି ପ୍ରକଳ୍ପର ଶୁଭାରମ୍ଭ ସହ ବହୁ କୋଟିର କାର୍ଯ୍ୟର ଉଦଘାଟନ

June 8, 2026

Raja Bazar: ରଜ ପାଇଁ ଟ୍ରେଣ୍ଡ୍‌ସର ରଜ ଫ୍ୟାଶନ୍ ଆଇକନ୍ ଘୋ‌ଷଣା, ୨୪୯ ଟଙ୍କାର ଆକର୍ଷଣୀୟ ଉପହାର

June 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.