Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିରୋଧୀଙ୍କ ହଟ୍ଟଗୋଳ ସତ୍ତ୍ୱେ ବିଧାନସଭାରେ ଆଗତ ହେଲା ଅତିରିକ୍ତ ବଜେଟ
ବିଶେଷ ଖବର

ବିରୋଧୀଙ୍କ ହଟ୍ଟଗୋଳ ସତ୍ତ୍ୱେ ବିଧାନସଭାରେ ଆଗତ ହେଲା ଅତିରିକ୍ତ ବଜେଟ

November 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ଠାରୁ ଓଡିଶା ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଯାଇଛି। ଆଜି ପ୍ରଥମ ଦିନରେ ବିରୋଧୀଙ୍କ ଦ୍ଵାରା ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବହୁଚର୍ଚ୍ଚିତ ଅର୍ଚ୍ଚନା ପ୍ରସଙ୍ଗକୁ ନେଇ ଆଜି ଗୃହରେ ପ୍ରବଳ ହଙ୍ଗମା ହୋଇଛି। ଗୃହରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏବଂ ବିଜେପି ବିଧାୟକ ମୋହନ ମାଝୀ ଏହି ପ୍ରସଙ୍ଗ ଉଠାଇ ସରକାରକୁ ଆକ୍ରମଣ କରିଛନ୍ତି। ଏନେଇ ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀ କରିଛନ୍ତି।

ସେହିଭଳି ବିଜେପି ବିଧାୟକ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତିଙ୍କ ରୁଲିଂ ମାଗିଛି। ଗୃହର ମଧ୍ୟଭାଗରେ ଉଭୟ ବିରୋଧୀଙ୍କ ହୋହଲ୍ଲା ପରେ ଗୃହ ମୁଲତବୀ କରାଯାଇଥିଲା। ଆସନ୍ତାକାଲି ପର୍ଯ୍ୟନ୍ତ ଗୃହକୁ ମୁଲତବୀ କରାଯାଇଛି।

ତେବେ ଏସବୁ ସତ୍ତ୍ୱେ ଆଜି ଗୃହରେ ୨୦୨୨-୨୩ ର ଅତିରିକ୍ତ ବଜେଟ ଉପସ୍ଥାପିତ ହୋଇଛି। ପଞ୍ଚାୟତରାଜ ମନ୍ତ୍ରୀ ପ୍ରଦୀପ ଅମାତ୍ ଏହି ବଜେଟ ଆଗତ କରିଛନ୍ତି। ଅର୍ଥମନ୍ତ୍ରୀ ପଦ୍ମପୁର ଉପ-ନିର୍ବାଚନର ପ୍ରଚାରରେ ଥିବାରୁ ତାଙ୍କ ସ୍ଥାନରେ ପଞ୍ଚାୟତରାଜ ମନ୍ତ୍ରୀ ଉକ୍ତ ବଜେଟ ଆଗତ କରିଛନ୍ତି। ତେବେ ମୋଟ ୧୬ ହଜାର ୮ ଶହ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି।

୧- କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ୨୦୦ କୋଟି ଟଙ୍କା

୨- ପ୍ରଶାସନିକ ବ୍ୟୟ ୪ ହଜାର ୯୩୪ କୋଟି ଟଙ୍କା

୩- କାର୍ଯ୍ୟକ୍ରମ ବ୍ୟୟ ୯ ହଜାର ୨୦୦ କୋଟି ଟଙ୍କା

୪- ବିପର୍ଯ୍ୟୟ ପ୍ରଶମନ ପାଣ୍ଠି ପାଇଁ ୨ ହଜାର ୬୦୦ କୋଟି

ଅତିରିକ୍ତ ବଜେଟ କଂଗ୍ରେସ ବିଜେପି ବିଧାନସଭା ବିରୋଧୀଙ୍କ ହଟ୍ଟଗୋଳ ଶୀତକାଳୀନ ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ୩୮ ନବ ଦମ୍ପତିଙ୍କୁ ଆଶୀର୍ବାଦ କଲେ ଉପମୁଖ୍ୟମନ୍ତ୍ରୀ

May 13, 2026

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନେଲେ ବଡ ନିଷ୍ପତି, କାରକେଡ୍ ଗାଡି ସଂଖ୍ୟା କଲେ ହ୍ରାସ

May 13, 2026

୨୦୨୬-୨୭ ଖରିଫ୍ ବିପଣନ ଋତୁ ପାଇଁ ୧୪ଟି ଫସଲର ଏମଏସପି ବୃଦ୍ଧିକୁ କ୍ୟାବିନେଟ୍‌ ମଞ୍ଜୁରି

May 13, 2026

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026
Latest News

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026

ପୁଣି ମଣିପୁର ଅଶାନ୍ତ : ଗଡିଲା ମୁଣ୍ଡ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.