Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବଙ୍କୁ ସାକ୍ଷାତ କଲେନରଓ୍ୱେ ରାଷ୍ଟ୍ରଦୂତ
ଅନ୍ତରାଷ୍ଟ୍ରୀୟ

ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବଙ୍କୁ ସାକ୍ଷାତ କଲେନରଓ୍ୱେ ରାଷ୍ଟ୍ରଦୂତ

November 29, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Industry Minister with foreign deligates
ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବଙ୍କୁ ସାକ୍ଷାତ କଲେନରଓ୍ୱେ ରାଷ୍ଟ୍ରଦୂତ

ଭୁବନେଶ୍ୱର: ମେକ୍ ଇନ୍ ଓଡିଶା କନକ୍ଳେଭ-୨୦୨୨ରେ ଯୋଗ ଦେବାକୁ ଆସିଥିବାରୟାଲ ନରଓ୍ୱେର ରାଷ୍ଟ୍ରଦୂତ ହାଂସ ଜାକୋବ ଫ୍ରିଡେନଲ୍ୟୁଣ୍ଡ, ନରୱେର ସଂମ୍ମାନସ୍ପଦ ବାଣିଜ୍ୟଦୂତ ନାୟତରା ପାଲ ଚୌଧୁରୀ, ଦ୍ଵିତୀୟ ସଚିବ ଜୋହନ ଥୋମାସ ଜେରକମ ଆଜି ସଂଧ୍ୟାରେ ଲୋକସେବା ଭବନ ଠାରେ ଓଡିଶାର ଶିଳ୍ପ, ଅଣୁ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ତଥା ଶକ୍ତିମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବଙ୍କୁ ସାକ୍ଷାତ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଶ୍ରୀ ଦେବ ଅତିଥିମାନଙ୍କୁ ଆମ ରାଜ୍ୟରେ ଥିବା ଶିଳ୍ପାନୁକୂଳ ବାତାବରଣ ସଂପର୍କରେ ଅବଗତ କରାଇଥିଲେ। ସେ କହିଥିଲେ ଯେ, ଓଡିଶାର ସୁଦୀର୍ଘ ସାମୁଦ୍ରିକ ବେଳାଭୂମି,ଖଣିଜ ସଂପଦ, ଜଳ ସଂପଦ, ଶକ୍ତି ଉତ୍ପାଦନ କ୍ଷେତ୍ର, ପର୍ଯ୍ୟଟନ ବିଭବ ଆଦି ସାଙ୍ଗକୁ ଏହାର ପ୍ରାଚୀନ ସାଂସ୍କୃତିକ ଐତିହ୍ୟ ରହିଛି।

କୃଷି କ୍ଷେତ୍ରରେ ଖାଦ୍ୟ ପ୍ରକ୍ରିୟାକରଣ ଓ ରସାୟନ କ୍ଷେତ୍ରରେ ମଧ୍ୟ ସୁବିଧା ରହିଛି। ଏହି ଦୃଷ୍ଟିରୁ ଓଡିଶାରେ ବିଭିନ୍ନ ଶିଳ୍ପ ଗଢିଉଠିଛି ଓ ଆଗାମୀ ଦିନରେ ଅଧିକରୁ ଅଧିକ ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା କରି ନିଯୁକ୍ତି ସୁଯୋଗ ସୃଷ୍ଟି ମଧ୍ୟ ଆମର ଲକ୍ଷ୍ୟ ରହିଛି ।

ନରୱେ ମେକ୍ ଇନ୍ ଓଡିଶା-୨୦୨୨ ଆୟୋଜନର ଅନ୍ୟତମ ଅଂଶୀଦାର ହୋଇଥିବା ବେଳେ ଆଗାମୀ ଦିନରେ ଓଡିଶାରେ ଥିବା ଶିଳ୍ପାନୁକୂଳ ବାତାବରଣକୁନରୱେ ଦେଶ ତରଫରୁ ସ୍ୱତନ୍ତ୍ର ଭାବେ ପ୍ରତିନିଧି ଆସିଭଲଭାବେ ଅନୁଧ୍ୟାନ କରିବାକୁ ମନ୍ତ୍ରୀ ଶ୍ରୀ ଦେବ ଅତିଥିମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ।

ନରୱେ ତରଫରୁ ବିଶେଷ କରି ବିଭିନ୍ନ କ୍ଷେତ୍ର ସହିତ ଓଡିଶାରେ ରହିଥିବା ଅକ୍ଷୟ ଶକ୍ତିର ବିକାଶ, ମହିଳା ଓ ଶିଶୁ ବିକାଶ, ଧାବତ ଓ ଖଣିଜ ସଂପଦ ପ୍ରଭୃତି କ୍ଷେତ୍ରରେ ରହିଥିବା ସୁଯୋଗ ସଂପର୍କରେ ଆଲୋଚନା କରାଯାଇଥିଲା। ଏହି ସାକ୍ଷାତ ସମୟରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଉପସ୍ଥିତ ଥିଲେ।

ଓଡିଶା ତରଫରୁ ମନ୍ତ୍ରୀ ଶ୍ରୀ ଦେବ ନରୱେ ରାଷ୍ଟ୍ରଦୂତଙ୍କୁ ରୂପା ତାରକସୀ କାରୁକାର୍ଯ୍ୟର ଏକ କୋଣାର୍କ ଚକ୍ର ପ୍ରଦାନ କରିବା ସହିତ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ।

Invest Odisha ପ୍ରତାପ କେଶରୀ ଦେବ ଶିଳ୍ପମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.