Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»MIO22: ମିଶନ ଶକ୍ତି ଜିଲ୍ଲା ପାଇଁ ଏକ କୋଟି ଟଙ୍କାର ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

MIO22: ମିଶନ ଶକ୍ତି ଜିଲ୍ଲା ପାଇଁ ଏକ କୋଟି ଟଙ୍କାର ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

December 3, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
MIO22: ମିଶନ ଶକ୍ତି ଜିଲ୍ଲା ପାଇଁ ଏକ କୋଟି ଟଙ୍କାର ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ଭୁବନେଶ୍ବରରେ ଚାଲିଥିବା ମେକ୍‌ ଇନ୍ ଓଡିଶା କନକ୍ଲେଭରେ ଆଜି ମହିଳା ଉଦ୍ୟୋଗୀ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ କହିଥିଲେ ଯେ 2001 ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର ସତୁରି ଲକ୍ଷ ସଶକ୍ତ ମା ମାନଙ୍କର ଏକ ମହାଶକ୍ତି ହୋଇଛି ।

ମୋ ସରକାର ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ପବିତ୍ର ଦାୟିତ୍ଵ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋର ଦୃଢ ବିଶ୍ବାସ, ମା ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ।

ଓଡ଼ିଶାରେ ଆମର ଛଅ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠି କାମ କରୁଛନ୍ତି ବୋଲି ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ SHG ମାନଙ୍କୁ SME ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ।

ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ସଂକ୍ରାନ୍ତୀୟ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ଵାରା ଓଡିଶାର ଲକ୍ଷ ଲକ୍ଷ ମା ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାଞ୍ଚ ବର୍ଷରେ ପାଞ୍ଚ ହଜାର କୋଟି ଟଙ୍କାର କାମ, ମା ମାନଙ୍କୁ ଦେବା ପାଇଁ ଓଡିଶା କ୍ୟାବିନେଟ ନିଷ୍ପତ୍ତି ନେଇଥିଲା ଓ ଏହାଦ୍ଵାରା ପ୍ରାୟ ଏକ ଲକ୍ଷ SHG ଉପକାର ପାଉଛନ୍ତି।

ମିଶନ ଶକ୍ତି ଫେଡେରେସନମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନ କୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କଂପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମହିଳାମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟ କୁ ସାକାର କରିବା ପାଇଁ ତିରିଶ ଯାକ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଓଡିଶାର ରୂପାନ୍ତରଣରେ ମା ମାନଙ୍କର ବଡ ଭୂମିକା ରହିଛି ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ମା ମାନଙ୍କର ସାମଗ୍ରିକ ସଶକ୍ତିକରଣ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, Mission Shakti – Scaling Up ଉନ୍ମୋଚନ କରିଥିଲେ ଏବଂ କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଥିଲେ।.

ସେହିପରି ଏସଏଚଜି ମାନଙ୍କୁ ରୁଣ ଦେବା ରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ ତାଙ୍କ ଉଦବୋଧନରେ ମା ମାନଙ୍କ ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ।

ମିଶନ ଶକ୍ତି ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟ ସ୍ଵାଗତ ଭାଷଣ ଦେଇଥିଲେ। ବିଭାଗୀୟ ନିର୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

make in odisha conclave Mission Shakti ନବୀନ ପଟନାୟକ ମିଶନ ଶକ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

ଇରାନରେ କିଛି ବଡ଼ ଘଟଣା ଘଟିବ?: ନିଜ ନାଗରିକମାନଙ୍କୁ ତୁରନ୍ତ ଦେଶ ଛାଡିବାକୁ ଅନୁରୋଧ କଲା ଭାରତ

July 20, 2026
Latest News

ଡିମ୍ପଲ ଯାଦବଙ୍କ ସମେତ ଅନେକ ଏସପି ସାଂସଦ ଅଟକ: ସମାଜବାଦୀ ପାର୍ଟିର ଦାବି

July 20, 2026

ତ୍ରିପୁରା ଡିଜିପି ଅନୁରାଗ ଧନଖଡ଼ଙ୍କ ଆତ୍ମହତ୍ୟା!: ପୋଲିସ ମୁଖ୍ୟାଳୟରୁ ମୃତଦେହ ଉଦ୍ଧାର

July 20, 2026

ସତରେ କ’ଣ NEET ଫଳାଫଳରେ ଅନିୟମିତତା ହୋଇଛି?: ଜାଣନ୍ତୁ NTA ର ପ୍ରତିକ୍ରିୟା

July 20, 2026

CJP ର ସଂସଦ ପଦଯାତ୍ରା ମଧ୍ୟରେ ବଡ଼ ନିଷ୍ପତ୍ତି: ଅନଶନ ସମାପ୍ତ କଲେ ତିନି AISA ଛାତ୍ରଛାତ୍ରୀ

July 20, 2026

ଦେଶରେ ଚାଲିବ B-28 ବୁଲେଟ୍ ଟ୍ରେନ୍: ଜାଣନ୍ତୁ ଏହାର ଗତି ଏବଂ ରୁଟ୍

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.