Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୀତା ମୁକେଶ ଅମ୍ବାନି କଲ୍‌ଚରାଲ୍ ସେଣ୍ଟରର ୱେବ୍‌ସାଇଟ୍ ଉନ୍ମୋଚିତ
ଜାତୀୟ ଖବର

ନୀତା ମୁକେଶ ଅମ୍ବାନି କଲ୍‌ଚରାଲ୍ ସେଣ୍ଟରର ୱେବ୍‌ସାଇଟ୍ ଉନ୍ମୋଚିତ

December 10, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
Nita Mukesh Ambani
ନୀତା ମୁକେଶ ଅମ୍ବାନି କଲ୍‌ଚରାଲ୍ ସେଣ୍ଟର’ର ୱେବ୍‌ସାଇଟ୍ ଉନ୍ମୋଚିତ

ମୁମ୍ବାଇ/ଭୁବନେଶ୍ୱର: ମୁମ୍ବାଇ ସହରର ଜିଓ ୱାର୍ଲଡ୍ ସେଂଟର ପରିସରରେ ନିର୍ମାଣ କରାଯାଉଥିବା “ନୀତା ମୁକେଶ ଅମ୍ବାନି କଲଚରାଲ୍ ସେଂଟର (ଏନ୍‌ଏମ୍‌ଏସିସି) ର ୱେବସାଇଟ୍‌କୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରାଯାଇଛି। ୨୦୨୩ ମାର୍ଚ୍ଚ ସୁଦ୍ଧା ଏହି କେନ୍ଦ୍ର ନିଜ ବାସ୍ତବ ସ୍ୱରୂପ ଲାଭ କରିବ ଏବଂ ତାହାକୁ ଦର୍ଶକମାନଙ୍କ ଲାଗି ଖୋଲାଯିବ।

ୱେବସାଇଟ୍ ଉନ୍ମୋଚନ ଅବସରରେ ଏକ ଭିଡିଓ ଜାରି କରି କଳା ପ୍ରତି ମା’ ନୀତା ଅମ୍ବାନିଙ୍କ ସମର୍ପଣ ଭାବକୁ ଇଶା ଅମ୍ବାନି ସଲାମ କରିଛନ୍ତି। ସେ କହିଛନ୍ତି ଯେ ଗତ ୫୦ ବର୍ଷ ଧରି ନୀତା ଅମ୍ବାନି ଦୈନିକ ନୃତ୍ୟ ସାଧନା କରୁଛନ୍ତି। ଜଣେ ମହିଳା ଉଦ୍ୟୋଗୀ, କ୍ରୀଡ଼ାପ୍ରେମୀ, ଲିଡର୍ ଏବଂ ରିଲାଏନ୍ସ ଫାଉଣ୍ଡେସନର ଅଧ୍ୟକ୍ଷା ହେବା ପୂର୍ବରୁ ମା’ ଜଣେ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ଥିଲେ ବୋଲି ସେ କହିଛନ୍ତି।

ଏକ ଭିଡିଓ ବାର୍ତାରେ ନୀତା ଅମ୍ବାନି କହିଛନ୍ତି ଯେ, “ମୁଁ ଆଜି ଯାହାବି କିଛି ହୋଇଛି ନୃତ୍ୟ ପାଇଁ ହୋଇପାରିଛି। ଭାରତରେ ମୂର୍ତିକଳା, ନୃତ୍ୟ, ସଙ୍ଗୀତ, ନାଟକ, ଚିତ୍ରକାରୀ ଆଦିର ଏକ ପରମ୍ପରା ରହିଛି। ମୋର ସ୍ୱପ୍ନ ହେଉଛି ଭାରତର ଏହି କଳାର ସୁଗନ୍ଧ ସାରା ଦୁନିଆରେ ପହଂଚୁ। ମୋ ପିଲାଦିନର ସ୍ୱପ୍ନକୁ ନୀତା ମୁକେଶ ଅମ୍ବାନି କଲଚରାଲ ସେଂଟର ପୂରଣ କରିଛି। ମୁଁ ଆଶା କରୁଛି ଯେ କଳାକାରମାନେ ଏଠାକୁ ଆସି ସେମାନଙ୍କ କଳ୍ପନାକୁ ପୂରଣ କରିପାରିବେ।’’

“ନୀତା ମୁକେଶ ଅମ୍ବାନି କଲଚରାଲ ସେଂଟର (ଏନ୍‌ଏମ୍‌ଏସିସି)ରେ ଏକ ତିନି ମହଲା କୋଠାରେ ପରଫରମିଂ ଓ ଭିଜୁଆଲ ଆର୍ଟସ୍‌କୁ ପ୍ରଦର୍ଶିତ କରାଯିବ। ଫରଫରମିଂ ଆର୍ଟସ୍ ଲାଗି ଦି ଗ୍ରାଣ୍ଡ୍ ଥିଏଟର, ଦି ଷ୍ଟୁଡିଓ ଥିଏଟର ଏବଂ ଦି କ୍ୟୁବ୍ ଭଳି ଅତି ସୁନ୍ଦର ଥିଏଟର ତିଆରି କରାଯିବ। ସବୁ ଥିଏଟରରେ ଉନ୍ନତ ପ୍ରଯୁକ୍ତିକୁ ବ୍ୟବହାର କରାଯିବ।

ଦି ଗ୍ରାଣ୍ଡ୍ ଥିଏଟରରେ ଏକସଙ୍ଗେ ଦୁଇ ହଜାର ଦର୍ଶକ କାର୍ଯ୍ୟକ୍ରମର ମଜା ନେଇପାରିବେ। ଭାରତୀୟ ଓ ଅନ୍ତର୍ଜାତୀୟ କଳାକାରମାନଙ୍କ ପ୍ରଦର୍ଶନୀ ପାଇଁ ୧୬ ହଜାର ବର୍ଗଫୁଟରେ ବ୍ୟାପ୍ତ ଏକ ଚାରି ମହଲା ଆର୍ଟ ହାଉସ୍‌ର ମଧ୍ୟ ଶୁଭାରମ୍ଭ କରାଯିବ।

Mukesh Ambani Nita Ambani
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତି ଆତଙ୍କୀ ସଂଗଠନକୁ ଲୋପ କରିବାକୁ ମୋଦୀ ସରକାର ପ୍ରତିବଦ୍ଧ: ଅମିତ ଶାହ

July 4, 2026

ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ: ତଦନ୍ତ ଆରମ୍ଭ କଲା ମେଲବୋର୍ଣ୍ଣ ପୋଲିସ

July 4, 2026

ପଦାର୍ପଣ ମ୍ୟାଚ୍‌ରେ ବିଫଳ, ତଥାପି ତିନୋଟି ପ୍ରମୁଖ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

July 4, 2026

ଦିଲ୍ଲୀରେ CJP ସମର୍ଥନରେ ଦିନିକିଆ ଅନଶନ ସତ୍ୟାଗ୍ରହ କଲା ନବନିର୍ମାଣ କୃଷକ ସଂଗଠନ

July 4, 2026
Latest News

ଦକ୍ଷିଣପୁର କ୍ଲଷ୍ଟର ସ୍ତରୀୟ ପ୍ରଥମ ମାସିକ ବୈଠକ

July 4, 2026

ପ୍ରତି ଆତଙ୍କୀ ସଂଗଠନକୁ ଲୋପ କରିବାକୁ ମୋଦୀ ସରକାର ପ୍ରତିବଦ୍ଧ: ଅମିତ ଶାହ

July 4, 2026

ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ: ତଦନ୍ତ ଆରମ୍ଭ କଲା ମେଲବୋର୍ଣ୍ଣ ପୋଲିସ

July 4, 2026

ପଦାର୍ପଣ ମ୍ୟାଚ୍‌ରେ ବିଫଳ, ତଥାପି ତିନୋଟି ପ୍ରମୁଖ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

July 4, 2026

ରଣପୁର ଶିକ୍ଷା ବ୍ଲକରେ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ସଫଳତାର ସହ ଅନୁଷ୍ଠିତ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.