Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଫେବୃଆରୀ ୧ରୁ ଭୁବନେଶ୍ବରରେ ହେବ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା
ଜାତୀୟ ଖବର

ଫେବୃଆରୀ ୧ରୁ ଭୁବନେଶ୍ବରରେ ହେବ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

January 31, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଫେବୃଆରୀ ୧ରୁ ଭୁବନେଶ୍ବରରେ ହେବ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଫେବୃଆରୀ ୧ ତାରିଖରୁ ଜନତା ମଇଦାନଠାରେ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ ହେବ।

ଏହି ମେଳାରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ତଥା ସମସାମୟିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ। ଏହି ହସ୍ତଶିଳ୍ପ ମେଳା ଦେଶର ବାର୍ଷିକ ଉତ୍ସବ କ୍ୟାଲେଣ୍ଡରରେ ନିଜର ସ୍ୱତନ୍ତ୍ର ସ୍ଥାନ ନିରୁପଣ କରିସାରିଛି।

ଏହି ମେଳାର ଲକ୍ଷ୍ୟ ହେଉଛି, ରାଜ୍ୟରେ କାର୍ଯ୍ୟରତ ଶିଳ୍ପୀ, କାରିଗର, ବୁଣାକାର ତଥା ତତ୍‌ସମ୍ବନ୍ଧୀୟ ଅଭିଜ୍ଞ ବ୍ୟକ୍ତିମାନଙ୍କ ମଧ୍ୟରେ ଭାବଗତ ଆଦାନପ୍ରଦାନର ସୁଯୋଗ ସୃଷ୍ଟି କରବା। ଏଥି ସହିତ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ବିକି୍ର ନିମନ୍ତେ ଆବଶ୍ୟକୀୟ ବଜାର ସୃଷ୍ଟି କରିବା ସହ ସେମାନଙ୍କୁ ସ୍ୱାବଲମ୍ବୀ କରିବା ନିମନ୍ତେ ଏହି ମେଳା ପ୍ରକୃଷ୍ଟ ମଞ୍ଚ ସାବ୍ୟସ୍ତ ହେବ।

ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ କରିବା ଏବଂ କାରିଗର ଓ ବୁଣାକାରମାନଙ୍କ ସାମଗ୍ରୀର ପ୍ରସ୍ତୁତି କୌଶଳ ତଥା ସୃଜନାତ୍ମକ ଜଟିଳତାକୁ ଲୋକମାନଙ୍କ ସମ୍ମୁଖରେ ଉପସ୍ଥାପନ ମାଧ୍ୟମରେ ସଚେତନତା ସୃଷ୍ଟି କରିବା ଏହି ମେଳାର ଉଦ୍ଦେଶ୍ୟ।

ଚଳିତ ବର୍ଷ ଏହି ମେଳାରେ ୫୬୦ ଜଣ କାରିଗର ଓ ବୁଣାକାର ଅଂଶଗ୍ରହଣ କରୁଛନ୍ତି। ମେଳାରେ ବିକାଶ ଆୟୁକ୍ତ,(ହସ୍ତଶିଳ୍ପ), ଭାରତ ସରକାରଙ୍କ ଜାତୀୟ ହସ୍ତଶିଳ୍ପ ମେଳା ଯୋଜନା ଅନ୍ତର୍ଭୁକ୍ତ ୨୫୦ ଜଣ କାରିଗରଙ୍କ ହସ୍ତଶିଳ୍ପ ଏବଂ ବିକାଶ ଆୟୁକ୍ତ (ହସ୍ତତନ୍ତ) ଦ୍ୱାରା ଭାରତର ବିଭିନ୍ନ ପ୍ରଦେଶର ୫୦ ଜଣ ବୁଣାକାରମାନଙ୍କ ହସ୍ତତନ୍ତ ଷ୍ଟଲରେ ସ୍ଥାନିତ ହେବ। ସେହିପରି ରାଜ୍ୟ ସରକାରଙ୍କର ହସ୍ତଶିଳ୍ପ ନିର୍ଦ୍ଦେଶାଳୟ ଏବଂ ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶାଳୟଙ୍କ ଦ୍ୱାରା ପ୍ରାୟୋଜିତ ୧୫୦ ଜଣ କାରିଗର ଓ ୧୧୦ ଜଣ ବୁଣାକାରଙ୍କ ଉତ୍ପାଦ ଷ୍ଟଲରେ ସ୍ଥାନିତ ହେବ।

ଏହା ବ୍ୟତୀତ ଶିକ୍ଷାନୁଷ୍ଠାନଭିତ୍ତିକ ଓଡ଼ିଶା ଓ ଭାରତ ସରକାରଙ୍କ ଅଧିନସ୍ଥ ହସ୍ତଶିଳ୍ପ ଏବଂ ହସ୍ତତନ୍ତଭିତ୍ତିକ ସଂସ୍ଥାର ଷ୍ଟଲଗୁଡ଼ିକ ସ୍ଥାନିତ ହେବ। ଅନ୍ୟ ରାଜ୍ୟର ହସ୍ତଶିଳ୍ପ ଓ ହସ୍ତତନ୍ତ ନିଗମ ମଧ୍ୟ ଏହି ମେଳାରେ ଅଂଶଗ୍ରହଣ କରିବେ।

ଚଳିତ ବର୍ଷ ଗୋଟିଏ ଖାଦ୍ୟ ପ୍ରାଙ୍ଗଣରେ ୨୫ ଗୋଟି ଷ୍ଟଲ ରହିବ। ଓଡ଼ିଶାର ପାରମ୍ପରିକ ଖାଦ୍ୟ, ବିଭିନ୍ନ ରାଜ୍ୟର ସୁସ୍ୱାଦୁ ଖାଦ୍ୟ ମଧ୍ୟ ସ୍ଥାନ ପାଇବ। ଏହା ବ୍ୟତୀତ ମିଲେଟ୍‌ ମିଶନ, ଓମ୍‌ଫେଡ୍‌ ଏବଂ ଓଟିଡିସିର ୫ଟି ଷ୍ଟଲ ରହିବ।

ଏହି ମେଳାରେ ପ୍ରତିଦିନ ସନ୍ଧ୍ୟା ୬ଟାରୁ ରାତି ୯.୩୦ ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବ। ଓଡ଼ିଶା ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ଆମନ୍ତ୍ରିତ କଳାକାର ଓ କଳାକାର ସଂଗଠନଗୁଡ଼ିକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସହଯୋଗରେ ସାଂସ୍କୃତିକ କାର୍ଯ୍ୟକ୍ରମଗୁଡ଼ିକ ପରିବେଷିତ ହେବ। ଆମ ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଗୋଟିଏ ଫ୍ୟାସନ୍‌ ସୋ’ର ମଧ୍ୟ ଆୟୋଜନ କରାଯାଇଛି।

ଚଳିତ ବର୍ଷ ମେଳାକୁ ସୁଗମ୍ୟ ସହିତ ବୟସ୍କ ତଥା ଦିବ୍ୟାଙ୍ଗ ଅନୁକୂଳ ବନ୍ଧୁତ୍ୱପୂର୍ଣ୍ଣ ବାତାବରଣରେ ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଛି। ହୁଇଲ୍‌ ଚେୟାର୍‌ ଓ ଦିବ୍ୟାଙ୍ଗ ଏବଂ ବୟସ୍କ ପରିଦର୍ଶକଙ୍କ ପାଇଁ ସ୍ୱତନ୍ତ୍ର ହେଲ୍ପ ଡେସ୍କର ବ୍ୟବସ୍ଥା କରାଯାଇଛି । ମେଳାକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁ ଦର୍ଶକ ଓ ପ୍ରଦର୍ଶକମାନଙ୍କ ନିମନ୍ତେ ପର୍ଯ୍ୟାପ୍ତ ପରିମାଣର ହାତ ତିଆରି ବ୍ୟାଗ୍‌ ଉପଲବ୍ଧ କରାଯାଇଛି।

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଫେବୃଆରୀ ୧୨ ତାରିଖ ପର୍ଯ୍ୟନ୍ତ ଦିବା ୨.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଖୋଲାରହିବ। ବିଭାଗ ପକ୍ଷରୁ ମହିଳା କାରିଗର ଓ ବୁଣାକାରମାନଙ୍କ ନମନ୍ତେ ମାଗଣା ରହଣି ତଥା ପରିବହନ ସୁବିଧା ଇତ୍ୟାଦିର ବ୍ୟବସ୍ଥା କରାଯାଇଛି।
ଚଳିତ ବର୍ଷ ମେଳାରେ ୨୦ ଲକ୍ଷ ଜନସମାବେଶ ସହିତ ୨୦ କୋଟି ଟଙ୍କାର ସାମଗ୍ରୀ ବିକି୍ରର ଲକ୍ଷ୍ୟ ରଖାଯାଇଛି।

ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହିତ ଭାରତ ସରକାରଙ୍କ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ(ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍‌) ତରଫରୁ ଏହି ଜାତୀୟ ସ୍ତରର ମେଳାର ନମୁନା ପରିକଳ୍ପନା ଓ ପ୍ରଯୋଜନା କରାଯାଇଛି।

ତୋଷାଳି ଜାତୀୟ ମେଳା ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ତୋଷାଳୀ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

ଗତ ତିନି ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ପାର ହେଲା କେତେ ଭାରତୀୟ ଜାହାଜ?: ଜାଣନ୍ତୁ ସଂଖ୍ୟା

June 28, 2026
Latest News

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଗତ ତିନି ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ପାର ହେଲା କେତେ ଭାରତୀୟ ଜାହାଜ?: ଜାଣନ୍ତୁ ସଂଖ୍ୟା

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.