Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ହକି ବିଶ୍ବକପ ସମୟରେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନେ କଲେ ଭଲ ବ୍ୟବସାୟ
ବିଶେଷ ଖବର

ହକି ବିଶ୍ବକପ ସମୟରେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନେ କଲେ ଭଲ ବ୍ୟବସାୟ

February 5, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
SHGFood
ହକି ବିଶ୍ବକପ ସମୟରେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନେ କଲେ ଭଲ ବ୍ୟବସାୟ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱର ମହାନଗର ନିଗମ ୩୭ ନମ୍ବର ୱାର୍ଡ ଅନ୍ତର୍ଗତ ନୂଆପଲ୍ଲୀ ବେହେରା ସାହିର ସ୍ୱୟଂ ଶ୍ରଦ୍ଧା ମହିଳା ମହାସଂଘ ଏକ ଅଗ୍ରଣୀ ମହିଳା ଏସ୍‌ଏଚ୍‌ଜି ମହାସଂଘ। ସେମାନେ ପ୍ରଥମେ ନିଜ ଉଦ୍ୟମରେ ଘରୋଇ ଭାବେ ଅଳ୍ପ କିଛି କିଛି ପିଠା ଓ ଅନ୍ୟାନ୍ୟ ହାତ ତିଆରି ସାମଗ୍ରୀ ପ୍ରସ୍ତୁତ କରି ବିକ୍ରିବଟା କରୁଥିଲେ।

ମିଲେଟ୍‌ର ଚାହିଦାକୁ ଦେଖି ସେମାନେ ଦୁଇବର୍ଷ ହେବ ବିଭିନ୍ନ ଛୋଟ ଛୋଟ କାର୍ଯ୍ୟକ୍ରମ, ଉତ୍ସବ ଆଦିରେ ମିଲେଟ୍‌ରୁ ପ୍ରସ୍ତୁତ ପିଠା, ଲଡ଼ୁ ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇଦେଇ ଜୀବିକା ଅର୍ଜନ କରୁଥିଲେ। ମିଲେଟ୍‌ ସାମଗ୍ରୀ ପ୍ରସ୍ତୁତି ନିମନ୍ତେ ମହାସଂଘର ସଦସ୍ୟାମାନେ ଭୁବନେଶ୍ୱରସ୍ଥିତ ହୋଟେଲ୍‌ ମ୍ୟାନେଜ୍‌ମେଣ୍ଟ ପ୍ରତିଷ୍ଠାନରେ ତାଲିମ ନେଇଥିଲେ ଏବଂ ସେମାନଙ୍କ ଏହି ସବୁ ସାମଗ୍ରୀ ପ୍ରସ୍ତୁତିରେ ଦକ୍ଷତା ଓ ଅଭିଜ୍ଞତା ଥିଲା। କେବଳ ଏକ ସୁଯୋଗର ଅପେକ୍ଷା ଥିଲା।

ସେ ବଡ଼ ସୁଯୋଗ ସେମାନଙ୍କ ପାଖକୁ ଆସିଲା ଯେତେବେଳେ ହକି ବିଶ୍ୱକପ୍‌ ପାଇଁ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ ଭିତରେ ଗୋଟିଏ ମିଲେଟ୍‌ ଶକ୍ତି କାଫେ ଖୋଲିବା ନିିମନ୍ତେ ଓଡ଼ିଶା ମିଲେଟ୍‌ ମିଶନ ଏବଂ ମିଶନ ଶକ୍ତି ବିଭାଗ ତରଫରୁ ପଦକ୍ଷେପ ନିଆଗଲା। ଏହି କାଫେରେ ବିକ୍ରୟ ନିମନ୍ତେ ସେମାନେ ଆବେଦନ କଲେ ଏବଂ ମିଲେଟ୍‌ କାଫେ ପରିଚାଳନା ନିମନ୍ତେ କାର୍ଯ୍ୟାଦେଶ ପାଇଲେ।

ଜାନୁଆରୀ ୧୨ ତାରିଖ ଦିନ ଏହି କାଫେ କଳିଙ୍ଗ ଷ୍ଟାଡିୟମ୍‌ ଭିତରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହେଲା। ସେଦିନ ଏହି ମହାସଂଘର ସଦସ୍ୟାମାନଙ୍କ ଖୁସି କହିଲେ ନସରେ। ହକି ବିଶ୍ୱକପ୍‌ ସମୟରେ ଜାତୀୟ ଏବଂ ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‌ଙ୍କ ସମେତ ପୃଥିବୀର ବିଭିନ୍ନ ଦେଶରୁ ଆସିଥିବା ଅତିଥିମାନଙ୍କୁ ସେମାନଙ୍କ ଦ୍ୱାରା ମିଲେଟ୍‌ରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟ ସାମଗ୍ରୀ ଯୋଗାଇଦେବା ସେମାନଙ୍କ ପାଇଁ ଗୋଟେ ବହୁତ ବଡ଼ ସୁଯୋଗ ଆଣିଦେଲା।

ମହାସଂଘର ମା’ମାନେ ଦିନରାତି ଲାଗି ପଡ଼ିଲେ। ମ୍ୟାଚ ଥିବା ଦିନମାନଙ୍କରେ ସେମାନେ ୨୫ରୁ ୩୦ ହଜାର ଟଙ୍କ ବ୍ୟବସାୟ କରିଥାନ୍ତି ଏବଂ ମ୍ୟାଚ୍‌ ନଥିବା ଦିନଗୁଡ଼ିକରେ ୧୦ରୁ ୧୫ ହଜାର ଟଙ୍କାର ବିକି୍ରବଟା ହୋଇଥାଏ। ଏହି ସମୟ ମଧ୍ୟରେ କମିଶନରେଟ୍‌ ପୋଲିସକୁ ସେମାନେ ଗୋଟିଏ କାର୍ଯ୍ୟକ୍ରମ ନିମନ୍ତେ ପ୍ରାୟ ୫୦୦ ପ୍ୟାକେଟ୍‌ ( ୬ ପ୍ରକାର ଖାଦ୍ୟ ସାମଗ୍ରୀର ଏକ ଜଳଖିଆ ପ୍ୟାକେଟ) ଯୋଗାଇଛନ୍ତି।

ଏଥିରେ ସେମାନଙ୍କର ପ୍ରାୟ ୫୦ ହଜାର ଟଙ୍କାର ବ୍ୟବସାୟ ହୋଇଥିଲା। ପୁଣି ଭୁବନେଶ୍ୱର ମହାନଗର ନିଗମ କର୍ପୋରେଟରମାନଙ୍କ ଏକ ଉତ୍ସବ ନିମନ୍ତେ ସେମାନେ ୬୦୦ ପ୍ୟାକେଟ ଯୋଗାଇ ବେଶ ଲାଭବାନ ହୋଇଛନ୍ତି। ଖେଳ ଦେଖିବାକୁ ଆସିଥିବା ରାଜ୍ୟ ବାହାରର ବହୁ ଲୋକ ସେମାନଙ୍କ ସାମଗ୍ରୀ କିଣି ନେଇଛନ୍ତି । ମାତ୍ର ୧୫ ଦିନ ମଧ୍ୟରେ ସେମାନେ ୪ ଲକ୍ଷ ଟଙ୍କାର ବ୍ୟବସାୟ କରିଛନ୍ତି।

ଆନୁଷଙ୍ଗିକ ଯନ୍ତପାତି, କଞ୍ଚାମାଲ ଆଦି କିଣିବା ପାଇଁ ମିଶନ ଶକ୍ତି ବିଭାଗ ତରଫରୁ ବ୍ୟାଙ୍କ୍‌ ଲିଙ୍କେଜ୍‌ ଜରିଆରେ ସେମାନଙ୍କୁ ଅର୍ଥ ରାଶି ଏବଂ ଅନ୍ୟାନ୍ୟ ସମସ୍ତ ସହାୟତା ଯୋଗାଇ ଦିଆଯାଇଛି। ବିଭାଗ ତରଫରୁ ମଧ୍ୟ ସଦସ୍ୟାମାନଙ୍କୁ ପ୍ୟାକେଜିଂ, ସଂରକ୍ଷଣ, ସାମଗ୍ରୀ ପ୍ରସ୍ତୁତି ଆଦି ସଂପର୍କରେ ଉଚ୍ଚ ତାଲିମ ପ୍ରଦାନ କରାଯାଇଛି।

ପିଠା ଏବଂ ଶୁଖିଲା ଖାଦ୍ୟ ବ୍ୟତୀତ ମିଲେଟ୍‌ର ବିଭିନ୍ନ ବେକେରୀ ସାମଗ୍ରୀ ମଧ୍ୟ ପ୍ରସ୍ତୁତ କରି ସେମାନେ ବିଭିନ୍ନ ସ୍ଥାନକୁ ଯୋଗାଇ ଦେଇଛନ୍ତି। ଆଗାମୀ ଦିନରେ ଅନ୍‌ଲାଇନ୍‌ରେ ସେମାନେ ନିଜର ବ୍ୟବସାୟକୁ ସଂପ୍ରସାରିତ କରିବାର ଲକ୍ଷ୍ୟ ରଖିଛନ୍ତି।

ଏହି ମହାସଂଘର ୧୮ ଜଣ ସଦସ୍ୟା କାମ କରୁଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମିଶନ ଶକ୍ତି ଏସ୍‌ଏଚ୍‌ଜିମାନଙ୍କ ନିମନ୍ତେ ବିନାସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ ଘୋଷଣା କରିବା ପରେ ଏହି ମହାସଂଘର ସଦସ୍ୟାମାନଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇଛି।

ଆଜି ରାଜ୍ୟରେ ମିଶନ ଶକ୍ତି ଅଧୀନରେ ଏହିଭଳି ଅନେକ ଏସ୍‌ଏଚ୍‌ଜି ସରକାରୀ ପ୍ରୋତ୍ସାହନରେ ଧୀରେ ଧୀରେ ଏସ୍‌ଏମ୍‌ଇ (କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗୀ)ରେ ପରିଣତ ହେଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଉଦ୍ୟୋଗୀ ଭାବେ ଦେଖିବାର ସ୍ୱପ୍ନ ଧୀରେ ଧୀରେ ବାସ୍ତବରେ ରୂପାନ୍ତରିତ ହେବାରେ ଲାଗିଛି। ସ୍ୱୟଂ ଶ୍ରଦ୍ଧା ମହିଳା ମହାସଂଘ ତା’ର ଜ୍ୱଳନ୍ତ ଉଦାହରଣ।

ଏସଏଚଜି ସ୍ବୟଂ ସହାୟକ ଗୋଷ୍ଠୀ
Share. Facebook Twitter LinkedIn Email WhatsApp Copy Link

Related Posts

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ସେବା ତୀର୍ଥରୁ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ନିଷ୍ପତ୍ତିରେ ପ୍ରତିଫଳିତ ହେଲା ସେବା ଓ ସମାଜ କଲ୍ୟାଣର ଭାବନା

February 14, 2026

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026
Latest News

କୃଷି କ୍ଷେତ୍ରରେ ବିପ୍ଳବ ଆଣିବ କୃଷି ଭିତ୍ତିଭୂମି ପାଣ୍ଠି: ଶିବରାଜ ସିଂ ଚୌହାନ

February 14, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ୱାଲଟେୟାର ମଣ୍ଡଳର ପ୍ରମୁଖ ସେକ୍ସନ ଗୁଡିକର ନୀରିକ୍ଷଣ

February 14, 2026

ଆଜି ଆସାମ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

February 14, 2026

ଯାତ୍ରୀ ସୁରକ୍ଷା ଖର୍ଚ୍ଚକୁ ୧,୧୭,୬୯୩ କୋଟିକୁ ବୃଦ୍ଧି କଲା ଭାରତୀୟ ରେଳବାଇ

February 14, 2026

୨୦୨୬ ଟି୨୦ ବିଶ୍ୱକପର ଚାମ୍ପିଅନ୍ ହେବ ଟିମ୍ ଇଣ୍ଡିଆ!: ସେହୱାଗଙ୍କ ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.